ଆଜି ବି ଭିଜିବ ଓଡ଼ିଶା, ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
Advertisement
Article Detail0/zeeodisha/odisha980954

ଆଜି ବି ଭିଜିବ ଓଡ଼ିଶା, ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ରାଜ୍ୟରେ ଆଉ ୨୪ ଘଣ୍ଟା ଲଘୁଚାପ ଜନିତ ବର୍ଷା ଲାଗି ରହିବ ଏବଂ ମଙ୍ଗଳବାର ୬ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। 

ପ୍ରତିକାତ୍ମକ ଫଟୋ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ମଙ୍ଗଳବାର ୬ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଫଳରେ ସମୁଦ୍ର ଭିତରକୁ ମତ୍ସ୍ୟଜୀବୀଙ୍କୁ ନଯିବାକୁ ପରାମର୍ଶ ଦିଆଯାଇଛି।

ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ଫଳରେ ରାଜ୍ୟରେ ସୋମବାରଠୁ ବର୍ଷା ଆରମ୍ଭ ହୋଇଯାଇଛି। ରାଜ୍ୟରେ ଆଉ ୨୪ ଘଣ୍ଟା ଲଘୁଚାପ ଜନିତ ବର୍ଷା ଲାଗି ରହିବ ଏବଂ ମଙ୍ଗଳବାର ୬ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ସେଥିପାଇଁ ସମ୍ପୃକ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Also Read: ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ ଘନୀଭୂତ; ବଢିବ ବର୍ଷାର ପରିମାଣ

ଲଘୁଚାପ ପ୍ରଭାବରେ ଚଳିତ ସପ୍ତାହରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ସମୋବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିବାବେଳେ ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ନୂଆପଡା, ପୁରୀ, ଗଞ୍ଜାମ ଓ ଖୋର୍ଦ୍ଧାରେ ପ୍ରବଳ ବର୍ଷା ରେକର୍ଡ ହୋଇଛି। ମଙ୍ଗଳବାର ସେହିପରି ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସୂଚନାଯୋଗ୍ୟ, ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ସକାଳେ ଓ୍ବେଲ୍ ମାର୍କଡ ଲୋ ପ୍ରେସର ବା ସୁଦୃଶ ଲଘୁଚାପ କ୍ଷେତ୍ର ଭାବେ ଉତ୍ତର-ପଶ୍ଚିମ ତତସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର, ଉତ୍ତର ଆନ୍ଧ୍ର ପ୍ରଦେଶ ଏବଂ ଦକ୍ଷିଣ-ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି। ଆଗାମୀ ୨-୩ ଦିନ ମଧ୍ୟରେ ଏହି ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।