Keonjhar: ଧରଣୀଧର ମେଡି଼କାଲ କଲେଜ ଓ ହସ୍ପିଟାଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
Advertisement
Article Detail0/zeeodisha/odisha1570504

Keonjhar: ଧରଣୀଧର ମେଡି଼କାଲ କଲେଜ ଓ ହସ୍ପିଟାଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

keonjhar: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରି ନବନିର୍ମିତ ଧରଣୀଧର ମେଡି଼କାଲ କଲେଜ ଓ ହସ୍ପିଟାଲର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାସହ କଲେଜକୁ ବିଶ୍ବବିଦ୍ୟାଳୟ ମାନ୍ୟତା ମିଳିବା ନେଇ ଘୋଷଣା କରିଛନ୍ତି ୫-ଟି ସଚିବ ଭି.କେ. ପାଣ୍ଡିଆନ । 

Keonjhar: ଧରଣୀଧର ମେଡି଼କାଲ କଲେଜ ଓ ହସ୍ପିଟାଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

keonjhar: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରି ନବନିର୍ମିତ ଧରଣୀଧର ମେଡି଼କାଲ କଲେଜ ଓ ହସ୍ପିଟାଲର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାସହ କଲେଜକୁ ବିଶ୍ବବିଦ୍ୟାଳୟ ମାନ୍ୟତା ମିଳିବା ନେଇ ଘୋଷଣା କରିଛନ୍ତି ୫-ଟି ସଚିବ ଭି.କେ. ପାଣ୍ଡିଆନ ।  କେନ୍ଦୁଝରରେ ମେଡି଼କାଲ କଲେଜ ସହ ଏକ କ୍ୟାନସର ଚିକିତ୍ସା କେନ୍ଦ୍ର ଓ ନର୍ସିଂ କଲେଜ ପାଇଁ ଭିତ୍ତିଭୂମି ଦିଆଯାଇଛି । ଏହା ଖୁବଶୀଘ୍ର ଆରମ୍ଭ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହାଦ୍ବାରା ଡାକ୍ତର ଅଭାବ ଦୂର ହେବା ସହିତ ଜିଲ୍ଲାବାସୀଙ୍କୁ ଉନ୍ନତମାନର ଚିକିତ୍ସା ସୁବିଧା ମିଳିପାରିବ । ସେ ଆଉ ମଧ୍ଯ କହିଛନ୍ତି ସବୁ ଜୀବନ ମୋ ପାଇଁ ମୂଲ୍ୟବାନ । ଏହି ନୀତିରେ ରାଜ୍ୟର ସ୍ବାସ୍ଥ୍ୟସେବାର ବିକାଶ କରାଯାଉଛି । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ  ସାରା ରାଜ୍ୟରେ ୮ ଲକ୍ଷ ୩୦ ହଜାର ୭୭୩ ଲୋକ ଉପକୃତ ହୋଇଥିବା ବେଳେ ଏଥିପାଇଁ ୧୮୨୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରାଯାଇଛି । କେବଳ କେନ୍ଦୁଝରରେ ୨୪ ହଜାର ଲୋକଙ୍କୁ ଉପକୃତ ହୋଇଥିବା ବେଳେ ୪୭ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରାଯାଇଥିବା ସେ କହିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦୁଝର ଜିଲ୍ଲା ପାଇଁ ୪୭୦୩ କୋଟି ଟଙ୍କାର ୨୫୯ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏଥିରେ ୧୧୦୩ କୋଟି ଟଙ୍କାର ୧୩୮ଟି ପ୍ରକଳ୍ପ ପାଇଁ ଭିତ୍ତିଭୂମି ଦିଆଯାଇଥିବା ବେଳେ, ୮୬୮ କୋଟି ଟଙ୍କାର ୯୮ଟି ପ୍ରକଳ୍ପ ଉଦ୍‌ଘାଟନ କରାଯାଇଥିଲା । ଏହାସହ ୨୭୩୧ କୋଟି ଟଙ୍କାର ୨୩ଟି ନୂଆ ପ୍ରକଳ୍ପ ପାଇଁ ଘୋଷଣା ରହିଛି । 

ଜିଲ୍ଲାରେ ୧୪,୩୭୨ ମିଶନ ଶକ୍ତି ଗୋଷ୍ଠୀ ଜରିଆରେ ୧.୬୦ ଲକ୍ଷ ମହିଳା ସ୍ବାବଲମ୍ବୀ ହୋଇପାରିଛନ୍ତି । ସେମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୩୭୮ କୋଟି ଟଙ୍କାର ସୁଧବିହୀନ ଋଣ ପ୍ରଦାନ ବ୍ୟବସ୍ଥା କରାଯାଇଛି । ବାଂଶପାଳର ବଣପୁଷ୍ପ ସ୍ବୟଂ ସହାୟକ ଗୋଷ୍ଠୀକୁ ମୁଖ୍ୟମନ୍ତ୍ରୀ ୨୦ ଲକ୍ଷ ଟଙ୍କାର ଋଣ ଚେକ୍‌ ଆକାରରେ ପ୍ରଦାନ କରିଥିଲେ ଏବଂ ଘଷିପୁରାର ବିଜୟା ସ୍ବୟଂ ସହାୟକ ଗୋଷ୍ଠୀକୁ ୨୫,୭୫୭ ଟଙ୍କାର ସୁଧ ରିହାତି ପ୍ରଦାନ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ମିଶନ ଶକ୍ତିର ମାଆ ମାନେ ରାଜ୍ୟର ସୁନାମ ବୃଦ୍ଧି କରିଛନ୍ତି । ସେମାନଙ୍କୁ ଉଦ୍ୟୋଗୀ କରିବା ମୋର ଲକ୍ଷ୍ୟ ।ଏହି ଅର୍ଥରେ ସେମାନେ ଭଲ ବ୍ୟବସାୟ କରି ନିଜ ପରିବାରର ଓ ଅଞ୍ଚଳର ଆର୍ଥିକ ବିକାଶରେ ଗୁରୁତ୍ବପୂର୍ଣ୍ଣ ଅବଦାନ ରଖିବେ । ଚାଷୀ, ମହିଳା ଓ ଯୁବ ସମାଜ ଆମ ରାଜ୍ୟର ତ୍ରିଶକ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏମାନେ ହିଁ ଆମ ରାଜ୍ୟର ପ୍ରଗତୀର ସାରଥୀ ଓ ଏକ ବିକଶିତ ଡିଶାର ସ୍ବପ୍ନକୁ ପୂରଣ କରିବାରେ ଏହି ତ୍ରିଶକ୍ତି ହିଁ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ ।

ଏହି କାର୍ଯ୍ୟକ୍ରମରେ ଅର୍ଥ ତଥା ସ୍ବାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ, କେନ୍ଦୁଝର ସାଂସଦ ଚନ୍ଦ୍ରାଣୀ ମୁର୍ମୁ, ଘଷିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ର, କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀ, ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ ଓ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାଏକ, ଚମ୍ପୁଆ ବିଧାୟକ ମିନାକ୍ଷୀ ମହନ୍ତ, କେନ୍ଦୁଝର ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଜଗନ୍ନାଥ ନାୟକ, ଜିଲ୍ଲାପରିଷଦ ଅଧ୍ୟକ୍ଷା ସାଗରିକା ସାହୁ ପ୍ରମୁଖ ଯୋଗଥିଲେ ।