ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ପୁଣି ୨୩୭୭ କୋରୋନା ସଂକ୍ରମିତ
Advertisement

ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ପୁଣି ୨୩୭୭ କୋରୋନା ସଂକ୍ରମିତ

CoronaVirus in Odisha: ଭାରତ ସମେତ ସାରା ଓଡ଼ିଶାରେ କୋରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । ଅନ୍ୟପଟେ କୋରୋନା ଜନିତ ମୃତ୍ୟୁ ସଂଖ୍ୟାରେ ବୃଦ୍ଧି ଘଟୁଛି । ଏହା ମଧ୍ୟରେ ରାଜ୍ୟବାସୀଙ୍କ ପାଇଁ ଆଉ ଏକ ଆଶ୍ୱସ୍ତି ଖବର ଏହା ଯେ ରାଜ୍ୟରେ ଲଗାତର ସଂକ୍ରମିତଙ୍କ ସୁସ୍ଥ ହାରରେ ସୁଧାର ଆସୁଛି । ଏହି କ୍ରମରେ ଆଜି ଅର୍ଥାତ ଶୁକ୍ରବାର ରାଜ୍

ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ପୁଣି ୨୩୭୭ କୋରୋନା ସଂକ୍ରମିତ

ଭୁବନେଶ୍ୱର: CoronaVirus in Odisha: ଭାରତ ସମେତ ସାରା ଓଡ଼ିଶାରେ କୋରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । ଅନ୍ୟପଟେ କୋରୋନା ଜନିତ ମୃତ୍ୟୁ ସଂଖ୍ୟାରେ ବୃଦ୍ଧି ଘଟୁଛି । ଏହା ମଧ୍ୟରେ ରାଜ୍ୟବାସୀଙ୍କ ପାଇଁ ଆଉ ଏକ ଆଶ୍ୱସ୍ତି ଖବର ଏହା ଯେ ରାଜ୍ୟରେ ଲଗାତର ସଂକ୍ରମିତଙ୍କ ସୁସ୍ଥ ହାରରେ ସୁଧାର ଆସୁଛି । ଏହି କ୍ରମରେ ଆଜି ଅର୍ଥାତ ଶୁକ୍ରବାର ରାଜ୍ୟରେ ପୁଣି ୨୩୭୭ ଜଣ କୋରୋନା ସଂକ୍ରମିତ (COVID-19 Positive) ସୁସ୍ଥ ହୋଇଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ଯାଏ ୨,୫୯,୪୧୮ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ୱିଟ୍ କରି ସୂଚନା ପ୍ରଦାନ କରାଯାଇଛି । 

ଅଧିକ ପଢ଼ନ୍ତୁ:-ଆର୍ମେନିଆ ବିରୋଧରେ ଆଜେରବାଇଜାନ ସହିତ ପାକିସ୍ତାନ-ତୁର୍କୀ, ଜାଣନ୍ତୁ କ'ଣ ରହିଛି ଭାରତର ଆଭିମୁଖ୍ୟ ?

ଅଧିକ ପଢ଼ନ୍ତୁ:-ବିଜେପି ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ 'ଠକି' ଦେଇଛି କି ?

ଅନ୍ୟପକ୍ଷେ ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୨,୭୭,୮୮୭ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୧୨୧୪ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ୨,୫୭,୦୪୧ ଜଣ କୋରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ରାଜ୍ୟରେ ମୋଟ ୧୯,୫୭୯ ସକ୍ରିୟ ସଂକ୍ରମିତ ମାମଲା ରହିଛି ।