ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୪,୪୪,୧୯୪ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୨୦୪୩ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
Trending Photos
ଭୁବନେଶ୍ୱର: CoronaVirus in Odisha: ସାରା ଦେଶରେ ପ୍ରତିଦିନ ରେକର୍ଡ ସଂଖ୍ୟକ କୋରୋନା ସଂକ୍ରମିତ ସାମ୍ନାକୁ ଆସୁଛି । ଏହାସହ ୩ ହଜାରରୁ ଉର୍ଦ୍ଧ୍ୱ ସଂକ୍ରମିତଙ୍କ ମୃତ୍ୟୁ ଘଟୁଛି । ସେହିପରି ଓଡ଼ିଶାର ସ୍ଥିତି ମଧ୍ୟ ଦିନକୁ ଦିନ ବିଗିଡ଼ିବାରେ ଲାଗିଛି । ଏହା ମଧ୍ୟରେ ଆଶ୍ୱସ୍ତିକର ଖବର ଏହା ଯେ ରାଜ୍ୟରେ ଲଗାତର ସଂକ୍ରମିତଙ୍କ ସୁସ୍ଥ ହାରରେ ସୁଧାର ଆସୁଛି । ଏହି କ୍ରମରେ ଗୁରୁବାର ରାଜ୍ୟରେ ଆଉ ୫,୦୧୪ ଜଣ କୋରୋନା ସଂକ୍ରମିତ (COVID-19 Positive) ସୁସ୍ଥ ହୋଇଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ଯାଏ ୩,୮୫,୪୧୪ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ୱିଟ୍ କରି ସୂଚନା ପ୍ରଦାନ କରାଯାଇଛି ।
ଅଧିକ ପଢ଼ନ୍ତୁ:-ଜାରି ରହିବ କାଳବୈଶାଖୀର ପ୍ରକୋପ! ୫ ଦିନ ପର୍ଯ୍ୟନ୍ତ ୟେଲୋ ୱାର୍ଣ୍ଣିଂ
Another 5014 Covid patients have recovered and are being discharged on 30.04.2021
697 from Khordha
512 from Sundargarh
405 from Nabarangpur
339 from Nuapada
322 from Bargarh
293 from Cuttack
285 from Puri
243 from Jharsuguda
224 from Bolangir
172 from Sambalpur
147 from Jajapur— H & FW Dept Odisha (@HFWOdisha) April 30, 2021
20 from Malkangiri
16 from Dhenkanal
10 from Boudh
145 from State PoolThe total recovered cases of Odisha now stand at 385414
— H & FW Dept Odisha (@HFWOdisha) April 30, 2021
ଅନ୍ୟପକ୍ଷେ ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୪,୪୪,୧୯୪ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୨୦୪୩ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ୩,୮୦,୪୦୦ ଜଣ କୋରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ରାଜ୍ୟରେ ମୋଟ ୬୧,୬୯୮ ସକ୍ରିୟ ସଂକ୍ରମିତ ମାମଲା ରହିଛି ।