ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ପୁଣି ୮,୪୦୧ କୋରୋନା ସଂକ୍ରମିତ
Advertisement

ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ପୁଣି ୮,୪୦୧ କୋରୋନା ସଂକ୍ରମିତ

ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୫,୧୨,୪୦୦ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୨୧୪୦ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ପ୍ରତୀକାତ୍ମକ ଫଟୋ

ଭୁବନେଶ୍ୱର: CoronaVirus in Odisha: ଦେଶରେ କୋରୋନା ଭୂତାଣୁର ପ୍ରକୋପ ଜାରି ରହିଛି । ପ୍ରତିଦିନ ହଜାର ହଜାର ସଂକ୍ରମିତ ମୃତ୍ୟୁ ବରଣ କରୁଛନ୍ତି । ଯାହା ପରେ ସାରା ଦେଶରେ ଭୟର ବାତାବରଣ ସୃଷ୍ଟି ହୋଇଛି । ଓଡ଼ିଶାରେ ମଧ୍ୟ ପ୍ରତିଦିନ କୋରୋନା ମାମଲାରେ ରେକର୍ଡ ବୃଦ୍ଧି ଦେଖିବାକୁ ମିଳିଛି । ଏହା ମଧ୍ୟରେ ଏକ ଭଲ ଖବର ଏହା ଯେ ରାଜ୍ୟରେ ଲଗାତର ସଂକ୍ରମିତଙ୍କ ସୁସ୍ଥ ହାରରେ ସୁଧାର ଆସୁଛି । ଏହି କ୍ରମରେ ଶୁକ୍ରବାର ରାଜ୍ୟରେ ଆଉ ୮,୪୧ ଜଣ କୋରୋନା ସଂକ୍ରମିତ (COVID-19 Positive) ସୁସ୍ଥ ହୋଇଛନ୍ତି ।  ଯାହା ପରେ ରାଜ୍ୟରେ ବର୍ତ୍ତମାନ ଯାଏ ୪,୩୧,୬୫୮ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ୱିଟ୍ କରି ସୂଚନା ପ୍ରଦାନ କରାଯାଇଛି । 

ଅଧିକ ପଢ଼ନ୍ତୁ:-କୋରୋନାରେ ଅଣ୍ଡରୱାର୍ଲ୍ଡ ଡନ୍ ଛୋଟା ରାଜନର ମୃତ୍ୟୁକୁ ନେଇ ଗୁଜବ

ଅଧିକ ପଢ଼ନ୍ତୁ:-ପୁଣି ବଢ଼ିଲା ପେଟ୍ରୋଲ-ଡିଜେଲ ଦର, ଜାଣନ୍ତୁ ଆଜିର ରେଟ୍

ଅନ୍ୟପକ୍ଷେ ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୫,୧୨,୪୦୦ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୨୧୪୦ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ୪,୨୩,୨୫୭ ଜଣ କୋରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ରାଜ୍ୟରେ ମୋଟ ୮୬,୯୫୦ ସକ୍ରିୟ ସଂକ୍ରମିତ ମାମଲା ରହିଛି ।