ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୫,୭୬,୨୯୭ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୨୨୫୧ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
Trending Photos
ଭୁବନେଶ୍ୱର: CoronaVirus in Odisha: ଭାରତରେ ପ୍ରତିଦିନ ରେକର୍ଡ ସଂଖ୍ୟକ କୋରୋନା ସଂକ୍ରମିତ ଚିହ୍ନଟ ହେବା ସହ ମୃତ୍ୟୁ ସଂଖ୍ୟାରେ ଲଗାତର ବୃଦ୍ଧି ରେକର୍ଡ କରାଯାଉଛି । ଏହି ସମୟରେ ଓଡ଼ିଶାର ସ୍ଥିତି ଦିନକୁ ଦିନ ଖରାପ ହେବାରେ ଲାଗିଛି । କ୍ରମାଗତ ରାଜ୍ୟରେ ସଂକ୍ରମିତ ସଂଖ୍ୟା ବଢ଼ିବାରେ ଲାଗିଛି । ଏହା ମଧ୍ୟରେ ଏକ ଆଶ୍ୱସ୍ତିକର ଖବର ଏହା ଯେ ରାଜ୍ୟରେ ଲଗାତର ସଂକ୍ରମିତଙ୍କ ସୁସ୍ଥ ହାରରେ ସୁଧାର ଆସୁଛି । ଏହି କ୍ରମରେ ଗୁରୁବାର ରାଜ୍ୟରେ ପୁଣି ୮,୬୬୫ ଜଣ କୋରୋନା ସଂକ୍ରମିତ (COVID-19 Positive) ସୁସ୍ଥ ହୋଇଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ଯାଏ ୪,୮୨,୩୪୫ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ୱିଟ୍ କରି ସୂଚନା ପ୍ରଦାନ କରାଯାଇଛି ।
ଅଧିକ ପଢ଼ନ୍ତୁ:-ସରକାରୀ କର୍ମଚାରୀଙ୍କ ପାଇଁ ବହୁତ ବଡ଼ ଆଶ୍ୱସ୍ତିକର ଖବର!
Another 8665 Covid patients have recovered and are being discharged on 13.05.2021
1146 from Khordha
628 from Sundargarh
528 from Anugul
458 from Jharsuguda
444 from Cuttack
434 from Puri
404 from Nuapada
381 from Sambalpur
363 from Bargarh
324 from Bolangir
318 from Nabarangpur— H & FW Dept Odisha (@HFWOdisha) May 13, 2021
67 from Deogarh
63 from Bhadrak
47 from Dhenkanal
43 from Kandhamal
238 from State PoolThe total recovered cases of Odisha now stand at 482345
— H & FW Dept Odisha (@HFWOdisha) May 13, 2021
ଅଧିକ ପଢ଼ନ୍ତୁ:-ଆହୁରି ୩୧ଟି ଟ୍ରେନ ବାତିଲ କଲା ରେଲୱେ, ଦେଖନ୍ତୁ ପୁରା ଲିଷ୍ଟ୍
ଅନ୍ୟପକ୍ଷେ ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୫,୭୬,୨୯୭ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୨୨୫୧ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ୪,୭୩,୬୮୦ ଜଣ କୋରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ରାଜ୍ୟରେ ମୋଟ ୧,୦୦,୩୧୩ ସକ୍ରିୟ ସଂକ୍ରମିତ ମାମଲା ରହିଛି ।