୨୪ ଘଣ୍ଟାରେ ଏହି ୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
Advertisement

୨୪ ଘଣ୍ଟାରେ ଏହି ୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ବିଶେଷ କରି ଆସନ୍ତାକାଲି ସକାଳ ୮ଟା ୩୦ ମଧ୍ୟରେ ୩ ଜିଲ୍ଲା ଗଜପତି, ମୟୂରଭଂଜ, ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ଏବଂ ୧୯ ଜିଲ୍ଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଂଜାମ, ଗଜପତି, କେଉଁଝର, ମୟୂରଭଂଜ, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ, ରାୟଗଡା, କୋରାପୁଟ ଏବଂ ମାଲକାନଗିରିରେ ଘଡଘଡି ବର୍ଷା ସହ ସର୍ବାଧିକ ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବା ହେତୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ପ୍ରତୀକାତ୍ମକ ଫଟୋ

ଭୁବନେଶ୍ୱର: Odisha Weather Update: କାଳବୈଶାଖୀ କୋପ, ଆହୁରି ୫ ଦିନ କଷ୍ଟ, ୨୪ ଘଣ୍ଟାରେ ୩ ଜିଲ୍ଲାରେ ପ୍ରବଳ ବର୍ଷିବ । ଦୁଇ ଦୁଇଟି ଟ୍ରଫ୍ ଲାଇନ ସମୁଦ୍ରପତ୍ତନରୁ ଲମ୍ୱିଛି । ତେବେ ରାଜ୍ୟରେ ଆସନ୍ତା ୫ ଦିନ ୯ ତାରିଖ ସକାଳ ପର୍ଯ୍ୟନ୍ତ କାଳବୈଶାଖୀର ପ୍ରକୋପ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଅଧିକ ପଢ଼ନ୍ତୁ:-ଆପଣ ମଧ୍ୟ ଏକରୁ ଅଧିକ ବ୍ୟାଙ୍କରେ ଖୋଲିଛନ୍ତି କି ଆକାଉଣ୍ଟ? ତେବେ ହୋଇପାରେ ଏହି ୪ଟି ବଡ କ୍ଷତି

ବିଶେଷ କରି ଆସନ୍ତାକାଲି ସକାଳ ୮ଟା ୩୦ ମଧ୍ୟରେ ୩ ଜିଲ୍ଲା ଗଜପତି, ମୟୂରଭଂଜ, ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ଏବଂ ୧୯ ଜିଲ୍ଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଂଜାମ, ଗଜପତି, କେଉଁଝର, ମୟୂରଭଂଜ, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ, ରାୟଗଡା, କୋରାପୁଟ ଏବଂ ମାଲକାନଗିରିରେ ଘଡଘଡି ବର୍ଷା ସହ ସର୍ବାଧିକ ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବା ହେତୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଅଧିକ ପଢ଼ନ୍ତୁ:-କୋରୋନାରେ ମୃତ୍ୟୁବରଣ କରୁଥିବା କର୍ମଚାରୀଙ୍କ ପରିବାରକୁ ଆଜୀବନ ବକେୟା ଦରମା ଦେବ ଏହି ରାଜ୍ୟ ସରକାର

ସେହିପରି ଆସନ୍ତାକାଲି ମଧ୍ୟ ୧୯ ଜିଲ୍ଲାକୁ କାଳବୈଶାଖୀ ଜନିତ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଦିନର ସର୍ବୋଚ୍ଚ ତାପମାତ୍ରା ଅପରିବର୍ତ୍ତିତ ରହିବ । ସେପଟେ ସତର୍କ ସୂଚନା ଥିବା ଜିଲ୍ଲା ଗୁଡିକରେ ଆଲର୍ଟ ରହିବାକୁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ।