ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ବୁଧବାର
Advertisement

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ବୁଧବାର

Horoscope of 25th November 2020: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ବୁଧବାର...

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ବୁଧବାର

Horoscope of 25th November 2020: ମେଷରାଶି:- ମନ ବିଷର୍ଣ୍ଣ ରହିବ । କର୍ମକ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ । ଦୁଶ୍ଚିନ୍ତା ଦେଇ ଗତି କରିବେ । ଶାରୀରିକ ସୁସ୍ଥତା ବଜାୟ ରହିବ । ଆୟ ବ୍ୟୟ ପ୍ରାୟ ସମାନ ରହିବ ।  

ବୃଷରାଶି:- ଆଜି ଦିନଟି ଭୋଗ, ବିଳାସ ଦିଗକୁ ସ୍ୱତଃ ମନ ଟାଣିହୋଇଯିବ । ଆଜି ବିଭିନ୍ନ ସୁତ୍ରରୁ ଗୁଡାଏ ଅର୍ଥଲାଭର ଯୋଗ ରହିଛି । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିବେ ।

ଅଧିକ ପଢ଼ନ୍ତୁ:-କିଏ ଜିତିବେ ପଶ୍ଚିମବଙ୍ଗ, ମମତା ନା ବିଜେପି?

ମିଥୁନରାଶି:- ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ । ବିଦେଶରେ ବ୍ୟବସାୟ କରୁଥିôବା ବ୍ୟକ୍ତିବିଶେଷ ଆଜି ବଡ ଡିଲ୍ କରିବେ । ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ । ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ ।  

କର୍କଟରାଶି:- ଆଜି ଆପଣଙ୍କର ଘାତବାର । ଅଟକି ରହିଯାଇଥିବା କାମଗୁଡିକ ସମ୍ପନ୍ନ ହେବ । ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଭଲରେ ଚାଲିବ । ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି ।  

ଅଧିକ ପଢ଼ନ୍ତୁ:-ବୈଜ୍ଞାନିକଙ୍କ ଚେତାବନୀ, ଭବିଷ୍ୟତରେ ଦେଖାଦେବ କୋରୋନା ଠାରୁ ଆହୁରି ବଡ଼ ସଙ୍କଟ!

ସିଂହରାଶି:- ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ । ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ । କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢିବେ । ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ ।  

କନ୍ୟାରାଶି:- ଆଜି ସୁସ୍ଥତା ଅକ୍ଷୁର୍ଣ୍ଣ ରଖିବା ସହ ହସଖୁସିରେ ରଖିବାର ସୁସ୍ଥ ପରିବେଶ ସୃଷ୍ଟି କରିବ । ଖଳ ଲୋକମାନଙ୍କ ପ୍ରାୟୋଜିତ କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରପାରେ । ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ । ହଠାତ୍ ବନ୍ଧୁଙ୍କ ଅନୁରୋଧ କ୍ରମେ ଦେବାର୍ଚ୍ଚନା ପାଇଁ ମନ ବଳାଇବେ ।

ତୁଳାରାଶି:- ଦାମ୍ପତ୍ୟ କଳହର ଅବସାନ ଘଟିବ ଓ ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ । ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ୱ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ ଆକସ୍କିକ ଅର୍ଥ ଲାଭ ହେବ ।

 ଅଧିକ ପଢ଼ନ୍ତୁ:-ପୁଣି ଇତିହାସ ଦୋହରାଇବ କଂଗ୍ରେସ!

ବିଛାରାଶି:- ଆଜି ନୂଆ କାମ ପାଇଁ ମନରେ ଉତ୍ସୁକତା ଲାଗି ରହିଲେ ମଧ୍ୟ ନୂତନ ସମସ୍ୟା ସୃଷ୍ଟି କରିବ । ଗତକାଲି ଠାରୁ ଆପଣ ଯେଉଁ କାମରେ ହାତ ଦେଇଛନ୍ତି ସେଥିରେ କୃତକାର୍ଯ୍ୟ ହେବେ । କଳା, ସାହିତ୍ୟ କ୍ଷେତ୍ରରେ ପ୍ରଶଂସା ପାଇବେ । ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ ।  

ଧନୁରାଶି:- ଘାତଚନ୍ଦ୍ର ହେତୁ ଜଗିରଖି ଚଳିବାର ଦିନଟିଏ । ଆଜି ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ଯୋଗୁ ବିଚଳିତ ହେବେ । ଜମିଜମା କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ । ପ୍ରତଯୋଗିତା କିମ୍ବା ପ୍ରତିଦ୍ୱନ୍ଦିତାରେ ସଫଳତା ପାଇ ପାରିବେ ।  

ଅଧିକ ପଢ଼ନ୍ତୁ:-କୋରୋନା ଭ୍ୟାକ୍ସିନକୁ ନେଇ ଆସିଲା ବହୁତ ବଡ଼ ଖୁସି ଖବର!

ମକରରାଶି:- କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟକୁ ଜାହିର କରିବାକୁ ଯାଇ ଅପଦସ୍ଥ ହୋଇପାରନ୍ତି । ସତ୍‌ସଙ୍ଗ ପ୍ରତି ମନ ମଳିବ ଏବଂ ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ପାଇବେ । ପରିବହନ, ପ୍ରଶାସନ ସ୍ତରରେ କାର୍ଯ୍ୟ ସାଧନ କିମ୍ବା ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ ।

କୁମ୍ଭରାଶି:- ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ । ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବଂ ସଫଳ ହେବେ । ଧନଲାଭର ଯୋଗ ରହିଛି । ବିଦେଶ ଯିବା ଲୋକ ଶୁଭ ଖବର ପାଇବେ । ସ୍ୱାସ୍ଥ୍ୟ ବଢିଆ ରହିବ ।

ମୀନରାଶି:- ଆଜି ପ୍ରତ୍ୟେକ ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ । ଅଟକି ରହିଯାଇଥିବା କାମଗୁଡିକ ସମ୍ପନ୍ନ ହେବ । ବିଭିନ୍ନ କ୍ଷେତ୍ରରୁ ସମ୍ମାନ ଲାଭ କରିବାର ସୁଯୋଗ ପାଇବେ । ବାଣିଜ୍ୟ, ବ୍ୟବସାୟ ଭଲରେ ଚାଲିବ ।