Horoscope Today: ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ରବିବାର
Advertisement

Horoscope Today: ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ରବିବାର

Horoscope of 27th september 2020: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ରବିବାର...

Horoscope Today: ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ରବିବାର

Horoscope of 27th september 2020: ମେଷ- ଘାତବାର ହେତୁ ଦେହ ସାମାନ୍ୟ ଅସୁସ୍ଥ ରହିବ । କର୍ତ୍ତବ୍ୟ ପରାୟଣ ହେବେ । ବ୍ୟବସାୟ ଉତ୍ତମ ହେବ । ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ । ପାରିବାରିକ ଜୀବନ ସୁଖମୟ ହେବ ।

ବୃଷ- ଦେହ ସୁସ୍ଥ ରହିବ । ମନ ପ୍ରସନ୍ନ ରହିବ । ସମସ୍ତ କାର୍ଯ୍ୟ ସଫଳତାର ସହ ସଂପାଦନ କରିବେ । ସନ୍ତାନଙ୍କ ସଫଳତାରେ ଆତ୍ମ ସନ୍ତୋଷ ଲାଭ କରିବେ । ପଡୋଶୀଙ୍କ ସହ ସମ୍ପର୍କ ମଧୁର ହେବ ।

ମିଥୁନ- ମନ ଅଶାନ୍ତି ରହିବ । ପ୍ରତ୍ୟେକ କାର୍ଯ୍ୟରେ ବାଧାବିଘ୍ନର ସାମ୍ନା କରିବେ । ଦୁଶ୍ଚିନ୍ତା ମଧ୍ୟ ଦେଇ ଗତି କରିବେ । ପଡୋଶୀଙ୍କ ସହ ସମ୍ପର୍କରେ ତିକ୍ତତା ଆସିବ । ବ୍ୟବସାୟ ସ୍ୱଳ୍ପ ଲାଭଯୁକ୍ତ ହେବ ।

କର୍କଟ- ଦେହ ଓ ମନ ଭଲ ରହିବ । କର୍ମକ୍ଷେତ୍ରରେ ଶାନ୍ତିର ବାତାବରଣ ଦେଖାଦେବ । ରୋଜଗାର ପୂର୍ବଭଳି ହେବ । ବ୍ୟବସାୟ ଆଶାନୁରୂପକ ହେବ । ପାଖ ପଡୋଶୀଙ୍କ ସହ ସମ୍ପର୍କରେ ସୁଧାର ଆସିବ ।

ସିଂହ- ଆଜି ଆପଣଙ୍କର ଘାତଚନ୍ଦ୍ର । କର୍ମକ୍ଷେତ୍ରରେ ମାନ୍ଦାବସ୍ଥା ଦେଖାଦେବ । ଜଗିରଖି ନଚଳିଲେ ଅସୁବିଧାରେ ପଡିବେ ।  ପାରିବାରିକ ସୁଖଶାନ୍ତି ଲାଭ କରିବେ । ବ୍ୟାଙ୍କିଙ୍ଗ୍‌, ଇନସୁରାନସ ବିଭାଗରେ କାର୍ଯ୍ୟରତ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭପ୍ରଦ ଅଟେ ।

କନ୍ୟା- ସ୍ୱାସ୍ଥ୍ୟଗତ ସମସ୍ୟା ନେଇ ଡାକ୍ତରଙ୍କ ପରାମର୍ଶ ଲୋଡିବେ । କାର୍ଯ୍ୟାଳୟରେ କାର୍ଯ୍ୟଭାର ବୃଦ୍ଧି ପାଇବ । ବ୍ୟବସାୟୀଙ୍କ ଦୃଷ୍ଟିକୋଣରୁ ଦିନଟି ଉତ୍ତମ ଅଟେ । ପାରିବାରିକ ସ୍ନେହ ଶ୍ରଦ୍ଧା ପ୍ରାପ୍ତ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନୋନିବେଶ କରିବେ ।

ତୁଳା- ଅଯଥା କଳହଠାରୁ ଦୂରେଇ ରୁହନ୍ତୁ । ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ । ଅଚିହ୍ନା ବ୍ୟକ୍ତିଙ୍କ ସହ ସମ୍ପର୍କ ବଢାନ୍ତୁ ନାହିଁ । ଠକାମିର ଶିକାର ହେବେ । ଦେହ ଭଲ ରହିବ ।

ବିଛା- ଅସୁସ୍ଥତାରୁ ଆରୋଗ୍ୟ ଲାଭ କରିବେ । ବକେୟା କାର୍ଯ୍ୟ ସବୁ ସଂପାଦନ କରିବେ । ବ୍ୟବସାୟରେ ସ୍ୱଳ୍ପଲାଭ ମିଳିବ । ପାରିବାରିକ ସୁଖଶାନ୍ତି ବଜାୟ ରହିବ ।

ଧନୁ- ଶରୀର ଆରୋଗ୍ୟ ରହିବ । କର୍ତ୍ତବ୍ୟ ନିଷ୍ଠ ହେବେ । ପରିଶ୍ରମୀ ହେବେ । ବ୍ୟବସାୟରେ ଉତ୍ତମ ଲାଭ କରିବେ । ରାଜନୈତିକ ବ୍ୟକ୍ତିବିଶେଷଙ୍କ ପାଇଁ ସମ୍ମାନର ଦିନ ।

ମକର- ଦେହ ଓ ମନ ଭଲ ରହିବ । କର୍ମକ୍ଷେତ୍ରରେ ଉଚ୍ଚପଦାଧିଙ୍କ କ୍ରୋଧର ଶିକାର ହେବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ପରିବାରରେ ସାମାନ୍ୟ ମତଭେଦ ଦେଖାଦେବ ।

କୁମ୍ଭ- ଦେହ ଓ ମନ ଭଲ ରହିବ । ବହୁ ପରିଶ୍ରମର ସମ୍ମୁଖୀନ ହେବେ । ନିନ୍ଦା ଅପବାଦର ଶିକାର ହେବେ । ଗାଡିମଟର ଚାଳନା ବେଳେ ସତର୍କତା ଅବଲମ୍ବନ କରନ୍ତୁ । ଦୂରଯାତ୍ରା ସଫଳ ହେବ ।

ମୀନ- ଶାରିରୀକ ସୁସ୍ଥତା ଲାଭ କରିବେ । ମହିଳା ମାନଙ୍କର ସେବା ଓ ପୂଜାରେ ଦିନଟି କଟିବ । ଆୟ ଅଭିବୃଦ୍ଧି ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।