ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଗୁରୁବାର
Advertisement

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଗୁରୁବାର

Horoscope of 3rd December 2020: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଗୁରୁବାର...

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଶୁଭ ରହିବ ଗୁରୁବାର

Horoscope of 3rd December 2020: ମେଷ- ଶରୀର ସୁସ୍ଥ ରହିବ । କର୍ମ ତତ୍ପର ହେବେ । କର୍ମ କ୍ଷେତ୍ରରେ ସଫଳତା ପାଇବେ । ଆୟ ଅବ୍ୟାହତ ରହିବ । ବ୍ୟବସାୟ ଲାଭପ୍ରଦ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନ ନିବେଶ କରିବେ ।

ଅଧିକ ପଢ଼ନ୍ତୁ:-ବିଜେପିକୁ ମାତ୍ ଦେବା ପାଇଁ ମୈଦାନକୁ ଓହ୍ଲାଇବେ ପିଏମ ମୋଦିଙ୍କ ହନୁମାନ!

ବୃଷ-  ଦେହ ଓ ମନ ଭଲ ରହିବ । ଆୟ ତୁଳନାରେ ବ୍ୟୟ ଅଧିକ ରହିବ । ଗୃହକୁ ବନ୍ଧୁ ଆଗମନ ହୋଇପାରେ । ବ୍ୟବସାୟରେ ସଫଳତା ପ୍ରାପ୍ତି କରିବେ । ସନ୍ତାନଙ୍କ ପାଇଁ ଚିନ୍ତାରେ ରହିବେ ।  

ମିଥୁନ-  ଦେହ ଓ ମନ ଭଲ ରହିବ । କର୍ତ୍ତବ୍ୟ  ପରାୟଣ ହେବେ । ସାଂସାରିକ ଜୀବନ ସୁଖପ୍ରଦ ହେବ । ବିଦ୍ୟାର୍ଥୀମାନେ ପଢାପଢିରେ ମନୋନିବେଶ କରିବେ । ଗୃହଣୀମାନେ ସୁସ୍ୱାଦୁ ଭୋଜନ ପ୍ରସ୍ତୁତ କରିବେ ।  

କର୍କଟ- ଶରୀର ସୁସ୍ଥ ରହିବ । ଦୃଢ ମନା ହୋଇ ସମସ୍ତ କାର୍ଯ୍ୟ  ନିର୍ବାହ କରିବେ । ଆୟ ଅବ୍ୟାହତ ରହିବ । ବ୍ୟବସାୟିକ ସଫଳତା ପ୍ରାପ୍ତି କରିବେ । ରାଜନୈତିକ ବ୍ୟକ୍ତି ବିଶେଷ ସଭା ସମିତିରେ ନିଜର ପ୍ରାଧାନ୍ୟ ଜାହିର୍ କରିବେ ।  

ଅଧିକ ପଢ଼ନ୍ତୁ:-କିଏ ସେ ଯୋଗିନ୍ଦର ସିଂ ଉଗ୍ରାହାନ, ଯିଏ ଚାଷୀ ଆନ୍ଦୋଳନ ମାଧ୍ୟମରେ ମୋଦି ସରକାରଙ୍କ ହଜାଇ ଦେଇଛନ୍ତି ନିଦ!

ସିଂହ- ମନ ପ୍ରଫୁଲ୍ଲ ରହିବ । କର୍ମ କ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ । ପରିବାରରେ ହସ ଖୁସିର ଲହରୀ ଲାଗି ରହିବ । ସୁସମ୍ବାଦ ପ୍ରାପ୍ତ ହେବ । ନୂତନ ବ୍ୟବସାୟ ପାଇଁ ଯୋଜନା ପ୍ରସ୍ତୁତ କରିବେ ।  

କନ୍ୟା- ସାମୟିକ ଶରୀର ପୀଡା ଭୋଗିବେ । କୌଣସି ବାଦ ବିବାଦରେ ଜଡିତ ହେବେ । ଧାର କରଜ ଆଦି କରିପାରନ୍ତି । ବ୍ୟବସାୟ ସ୍ୱଳ୍ପ ଲାଭ ଯୁକ୍ତ ହେବ । ପାରିବାରିକ ଜୀବନରେ ଅଶାନ୍ତି ଦେଖାଦେବ ।  

ତୁଳା-ଅନାବଶ୍ୟକ ଖର୍ଚ୍ଚ ବଢିବ । ଧାର କରଜ କରିପାରନ୍ତି । ଧୈର୍ଯ୍ୟଚ୍ୟୁତ ହେବେ । ପାଖଲୋକ ବିଶ୍ୱାସଘାତକତା କରିବେ । ପଡୋଶୀଙ୍କ ସମ୍ପର୍କରେ ତିକ୍ତତା ଆସିବ ।  

ଅଧିକ ପଢ଼ନ୍ତୁ:-କେଉଁଠୁ ଆସିଛି କୋରୋନା ଭୂତାଣୁ? ଜାଣିବା ପାଇଁ ସବୁକିଛି କରିବ WHO  

ବିଛା-  ଶରୀର ଆରୋଗ୍ୟ ରହିବ । ଯୋଜନା ମୁତାବକ ସମସ୍ତ କାର୍ଯ୍ୟ ନିର୍ବାହ କରିବେ । ବ୍ୟବସାୟର ଅଭିବୃଦ୍ଧି ପାଇଁ  ଚେଷ୍ଟିତ ହେବେ । ଦୂର ସମ୍ପର୍କୀୟଙ୍କ ଠାରୁ ସୁସମ୍ବାଦ ପ୍ରାପ୍ତି ହେବ ।  

ଧନୁ-  ଶାରୀରିକ ସୁସ୍ଥତା ବୋଧ ହେବ । କାର୍ଯ୍ୟାଳୟରେ ଦାୟିତ୍ୱର ସହ ସମସ୍ତ ନ୍ୟସ୍ତ କାର୍ଯ୍ୟ ନିର୍ବାହ କରିବେ । ଆର୍ଥିକ ସ୍ଥିତି ପୂର୍ବଭଳି ରହିବ । ପରିବାରରେ ଗୁରୁଜନଙ୍କ ସ୍ନେହ ଶ୍ରଦ୍ଧା ତଥା ଆଶୀର୍ବାଦ ପ୍ରାପ୍ତ ହେବ ।

ମକର- ମନ ପ୍ରସନ୍ନ ରହିବ । କର୍ତ୍ତବ୍ୟ ନିଷ୍ଠା ହେବେ । ପ୍ରତ୍ୟେକଟି କାର୍ଯ୍ୟ ସୁଚାରୁ ରୁପେ ହବ । ବନ୍ଧୁ ସହଯୋଗ ପାଇବେ । ବ୍ୟବସାୟରେ ଲାଭପ୍ରଦ ହବ । ପାରିବାରିକ ଜୀବନ ଶାନ୍ତି ପୂର୍ଣ୍ଣ ରହିବ ।

ଅଧିକ ପଢ଼ନ୍ତୁ:-ସୁନା-ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

କୁମ୍ଭ-ଆର୍ଥିକ ସ୍ଥିତିରେ ଅବନତି ଦେଖାଦେବ । ସାମାନ୍ୟ ଶରୀର ପୀଡା ଭୋଗିବେ । ପଡୋଶୀଙ୍କ କୁ ଚକ୍ରାନ୍ତର ଶିକାର ହେବେ । ବିବାହ ଭୋଜି ନିମନ୍ତ୍ରଣ ଆଜି ପ୍ରତ୍ୟାଖ୍ୟାନ କରିବେ ।  

ମୀନ-ଶାରିରୀକ ସୁସ୍ଥତା ଲାଭ କରିବେ । କର୍ମକ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ । ମହିଳା ମାନଙ୍କର ସେବା ଓ ପୂଜାରେ ଦିନଟି କଟିବ । ଆୟ ଅଭିବୃଦ୍ଧି ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।