ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର; ଫିଟମେଣ୍ଟ ଫ୍ୟାକ୍ଟର୍ ଉପରେ ସହମତି! ବଢ଼ିବ ଦରମା
Advertisement

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର; ଫିଟମେଣ୍ଟ ଫ୍ୟାକ୍ଟର୍ ଉପରେ ସହମତି! ବଢ଼ିବ ଦରମା

Fitment Factor: ଆପଣଙ୍କୁ କହିରଖୁଛୁ ଯେ, କର୍ମଚାରୀଙ୍କ ବେତନରେ ଫିଟମେଣ୍ଟ ଫ୍ୟାକ୍ଟର୍ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଭାବରେ ମନେ କରାଯାଏ । ଏଥିରୁ ମୌଳିକ ବେତନ ବା ବେସିକ ସାଲେରୀ ସ୍ଥିର କରାଯାଇଥାଏ ଓ ଭତ୍ତା ମଧ୍ୟ ସ୍ୱୟଂଚାଳିତ ଭାବରେ ବଢ଼ିଥାଏ । 

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର; ଫିଟମେଣ୍ଟ ଫ୍ୟାକ୍ଟର୍ ଉପରେ ସହମତି! ବଢ଼ିବ ଦରମା

ନୂଆଦିଲ୍ଲୀ: 7th Pay Commission, Fitment Factor, Central Government Employees: କେନ୍ଦ୍ର ସରକାରୀ କର୍ମଚାରୀ (Central Government Employees) ଙ୍କ ପାଇଁ ବଡ଼ ଖୁସି ଖବର । କେନ୍ଦ୍ରର ମୋଦି ସରକାର (Modi Government) ଆଗାମୀ ମହଙ୍ଗା ଭତ୍ତା (Dearness Allowance) ସହିତ ଫିଟମେଣ୍ଟ ଫ୍ୟାକ୍ଟର (Fitment Factor) ରେ ବୃଦ୍ଧିକୁ ନେଇ ମଧ୍ୟ ବିଚାର କରିପାରିନ୍ତି । ଯାହା ଦ୍ୱାରା କର୍ମଚାରୀଙ୍କ ସର୍ବନିମ୍ନ ବେସିକ ବେତନ ବଢ଼ିଯିବ । ଏଥିପାଇଁ ଡ୍ରାଫ୍ଟ ତିଆରି କରାଯିବ, ଯାହାକୁ ସରକାରଙ୍କୁ ସେୟାର କରାଯିବ । ବର୍ତ୍ତମାନ କର୍ମଚାରୀଙ୍କ ଫିଟମେଣ୍ଟ ଫ୍ୟାକ୍ଟର୍ ହେଉଛି ୨.୫୭ ପ୍ରତିଶତ ଓ କର୍ମଚାରୀମାନେ ଏହାକୁ ୩.୬୮ ପ୍ରତିଶତକୁ ବୃଦ୍ଧି କରିବାକୁ ଦାବି କରୁଛନ୍ତି । ଯାହା ଦ୍ୱାରା ସର୍ବନିମ୍ନ ବେତନ (Minimum Basic Salary) ୮୦୦୦ ବୃଦ୍ଧି ହୋଇପାରିବ ।

ଜୀ ବିଜନେସ୍ ଅନୁଯାୟୀ, ଡ୍ରାଫ୍ଟ ଦାଖଲ ପରେ ଜୁଲାଇ ଶେଷ ସୁଦ୍ଧା ଏହି ପ୍ରସଙ୍ଗରେ ଏକ ବୈଠକ ଅନୁଷ୍ଠିତ ହୋଇପାରେ । ୟୁନିଅନ୍ ଏହି ନୂତନ ଅପଡେଟ୍ ଦେଇଛି । ଯଦି ଏହା ଉପରେ ସହମତ ହୁଏ, ତେବେ ଫିଟମେଣ୍ଟ ଫ୍ୟାକ୍ଟର୍ ଅଧୀନରେ ୫୨ ଲକ୍ଷରୁ ଅଧିକ କେନ୍ଦ୍ର କର୍ମଚାରୀଙ୍କ ବେସିକ ଦରମା ବୃଦ୍ଧି କରାଯାଇପାରେ । ଯଦି ଏପରି ହୁଏ ତେବେ ବେସିକ ଦରମା ୧୮୦୦ରୁ ୨୬୦୦କୁ ବୃଦ୍ଧି ପାଇବ । ୫୨ ଲକ୍ଷ କର୍ମଚାରୀ ଏହାର ଲାଭ ପାଇବେ । ଯଦିଓ ପୂର୍ବରୁ ଖବର ଆସୁଥିଲା ଯେ, ସରକାରୀ କୋଷ ଉପରେ ଭାର ବଢ଼ିବା କାରଣରୁ ମୋଦି ସରକାର ୨୦୨୨ ମସିହାରେ ଫିଟମେଣ୍ଟ ଫ୍ୟାକ୍ଟର୍ ବଢ଼ାଇବା ମୁଡରେ ନାହାଁନ୍ତି । କିନ୍ତୁ ବର୍ତ୍ତମାନ ଏହା ମଧ୍ୟ କୁହାଯାଉଛି କି ଏହା ଉପରେ ଶୀଘ୍ର ବିଚାର କରାଯାଇପାରେ । ତେବେ ଏପର୍ଯ୍ୟନ୍ତ ଏ ବାବଦରେ ସରକାର କୌଣସି ଆଧିକାରୀକ ବୟାନ କିମ୍ବା ପୃଷ୍ଟି କରିନାହାଁନ୍ତି । 

ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଜୁନ ୨୦୧୭ରେ ୩୪ଟି ସଂଶୋଧନ ସହିତ ସପ୍ତମ ବେତନ ଆୟୋଗ (7th Pay Commission) ର ସୁପାରିଶ ଅନୁମୋଦନ ପରେ ଏଣ୍ଟ୍ରି ସ୍ତରର ବେସିକ ଦରମା ମାସକୁ ୭,୦୦୦ରୁ ବୃଦ୍ଧି କରି ୧୮,୦୦୦ ଟଙ୍କା କରାଯାଇଥିଲାବେଳେ ସର୍ବୋଚ୍ଚ ସ୍ତରର ଅର୍ଥାତ୍ ସଚିବଙ୍କୁ ୯୦,୦୦୦ରୁ ବୃଦ୍ଧି କରି ୨.୫ ଲକ୍ଷ ଟଙ୍କା କରାଯାଇଥିଲା । କୁହାଯାଉଛି ଯେ, ସରକାର କର୍ମଚାରୀଙ୍କ ଦରମାକୁ ୧୦ ବର୍ଷରେ ଥରେ ନୁହେଁ ବରଂ ସମୟ ସମୟରେ ସଂଶୋଧନ କରିବା ଉଚିତ । ସପ୍ତମ ବେତନ ଆୟୋଗରେ ଯେଉଁ ପେ ମ୍ୟାଟ୍ରିକ୍ସ (Pay matrix) ତିଆରି କରାଯାଇଛି, ତାହା ଫିଟମେଣ୍ଟ ଫ୍ୟାକ୍ଟର (Fitment Factor) ଉପରେ ଆଧାରିତ ।

ଏହା ବି ପଢ଼ନ୍ତୁ:-ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଗୋଟିଏ ତୀରରେ ଦୁଇଟି ଶିକାର କଲା ବିଜେପି! ଦ୍ୱନ୍ଦ୍ୱରେ ନବୀନ-ହେମନ୍ତ

ଏହା ବି ପଢ଼ନ୍ତୁ:-ରାଷ୍ଟ୍ରପତି ନିର୍ବାଚନ ୨୦୨୨: ଦ୍ରୌପଦୀ ମୁର୍ମୁଙ୍କୁ ଟକ୍କର ଦେବେ ଯଶୱନ୍ତ ସିହ୍ନା, ଜାଣନ୍ତୁ କାହା ପଲା କେତେ ଭାରି?

ଏହା ବି ପଢ଼ନ୍ତୁ:-ଦ୍ରୌପଦୀ ମୁର୍ମୁ ମାଗିଥିଲେ ବିଜେଡିର ସମର୍ଥନ, ନବୀନ ପଟ୍ଟନାୟଙ୍କ ଆସିଲା ବୟାନ

 

କର୍ମଚାରୀଙ୍କ ବେସିକ ବେତନ ସପ୍ତମ ବେତନ କମିଶନର ଫିଟମେଣ୍ଟ ଫ୍ୟାକ୍ଟର ୨.୫୭ରେ ଗୁଣନ କରି ଗଣନା କରାଯାଏ । ଉଦାହରଣ ସ୍ୱରୂପ, Current Entry Pay ୭୦୦୦ ଟଙ୍କା । ଯଦି ପ୍ତମ ବେତନ କମିଶନର ଫିଟମେଣ୍ଟ ଫ୍ୟାକ୍ଟର ଲାଗିବା ପରେ Entry Pay ୭,୦୦୦ X ୨.୫୭= ୧୮୦୦୦ ଟଙ୍କା ହେବ । ଯଦି ଏହାକୁ ୩କୁ ବୃଦ୍ଧି କରାଯାଏ ତେବେ ବେସିକ ଦରମା ୨୧୦୦୦ ଟଙ୍କା ହେବ । ଉଦାହରଣ ସ୍ୱରୂପ, Current Entry Pay ୭୦୦୦ ଟଙ୍କା । ଯଦି ପ୍ତମ ବେତନ କମିଶନର ଫିଟମେଣ୍ଟ ଫ୍ୟାକ୍ଟର ଲାଗିବା ପରେ Entry Pay ୭,୦୦୦ X ୩= ୨୧,୦୦୦ ଟଙ୍କା ହେବ । 

ଆପଣଙ୍କୁ କହିରଖୁଛୁ ଯେ, କର୍ମଚାରୀଙ୍କ ବେତନରେ ଫିଟମେଣ୍ଟ ଫ୍ୟାକ୍ଟର୍ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଭାବରେ ମନେ କରାଯାଏ । ଏଥିରୁ ମୌଳିକ ବେତନ ବା ବେସିକ ସାଲେରୀ ସ୍ଥିର କରାଯାଇଥାଏ ଓ ଭତ୍ତା ମଧ୍ୟ ସ୍ୱୟଂଚାଳିତ ଭାବରେ ବଢ଼ିଥାଏ । ୨୦୧୬ରେ ଫିଟମେଣ୍ଟ ଫ୍ୟାକ୍ଟର୍ ବୃଦ୍ଧି କରାଯାଇଥିଲା ଓ ସର୍ବନିମ୍ନ ବେସିକ ବେତନ  ୬,୦୦୦ରୁ ୧୮,୦୦୦ଟଙ୍କାକୁ ବୃଦ୍ଧି କରାଯାଇଥିଲା ।