ଲଗାତର ଚତୁର୍ଥ ଦିନ ୭୦ ହଜାରରୁ କମ୍ କୋରୋନା ମାମଲା ଚିହ୍ନଟ, ଆଖି ବୁଜିଲେ ଏତିକି ସଂକ୍ରମିତ
Advertisement

ଲଗାତର ଚତୁର୍ଥ ଦିନ ୭୦ ହଜାରରୁ କମ୍ କୋରୋନା ମାମଲା ଚିହ୍ନଟ, ଆଖି ବୁଜିଲେ ଏତିକି ସଂକ୍ରମିତ

Coronavirus in India: ଦେଶରେ କୋରୋନା ମାମଲାରେ କମି ଦେଖିବାକୁ ମିଳୁଛି । ଏହାସହ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ରେକର୍ଡ କରାଯାଉଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୨ ହଜାର ୪୮୦ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୫୮୭ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି

ଲଗାତର ଚତୁର୍ଥ ଦିନ ୭୦ ହଜାରରୁ କମ୍ କୋରୋନା ମାମଲା ଚିହ୍ନଟ, ଆଖି ବୁଜିଲେ ଏତିକି ସଂକ୍ରମିତ

ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ମାମଲାରେ କମି ଦେଖିବାକୁ ମିଳୁଛି । ଏହାସହ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ରେକର୍ଡ କରାଯାଉଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୨ ହଜାର ୪୮୦ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୫୮୭ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଅନ୍ୟପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮୮ ହଜାର ୯୭୭ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଫଳରେ ଦିନକରେ ୨୮,୦୮୪ ସଂକ୍ରମିତଙ୍କ ସଂଖ୍ୟାରେ ହ୍ରାସ ଘଟିଛି ।

ଅଧିକ ପଢ଼ନ୍ତୁ:-ପୁଣି ବଢ଼ିଲା ପେଟ୍ରୋଲ-ଡିଜେଲ ଦର, ଜାଣନ୍ତୁ ଆଜିର ରେଟ୍

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୨ କୋଟି ୯୭ ଲକ୍ଷ ୬୨ ହଜାର ୭୯୩ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୨ କୋଟି ୮୫ ଲକ୍ଷ ୮୦ ହଜାର ୬୪୭ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୭ ଲକ୍ଷ ୯୮ ହଜାର ୬୪୭ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୩ ଲକ୍ଷ ୮୩ ହଜାର ୪୯୦ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଅଧିକ ପଢ଼ନ୍ତୁ:-କେନ୍ଦ୍ର କର୍ମଚାରୀଙ୍କ ପାଇଁ ଖୁସି ଖବର! ମିଳିବ ଏହି ଲାଭ

ଆଜି ଦେଶରେ କ୍ରମାଗତ ୩୫ ଦିନ କୋରୋନାର ନୂଆ ମାମଲା ଅପେକ୍ଷା ଅଧିକ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଜୁନ ୧୭ ପର୍ଯ୍ୟନ୍ତ ସାରା ଦେଶରେ ୨୬ କୋଟି ୮୯ ଲକ୍ଷ  କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୨ ଲକ୍ଷ ୫୯ ହଜାର କୋରୋନା ଟିକାର ଡୋଜ୍ ଲାଗିସାରିଛି । ଏଥି ସହିତ ଏପର୍ଯ୍ୟନ୍ତ ୩୮ କୋଟି ୭୧ ଲକ୍ଷ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୯ ଲକ୍ଷ  କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୪ ପ୍ରତିଶତରୁ ଅଧିକ ରହିଛି ।

ଅଧିକ ପଢ଼ନ୍ତୁ:-ସ୍ୱାସ୍ଥ୍ୟ ବିଭାଗର ଚିନ୍ତା, Delta plus ଭାରିଏଣ୍ଟ ଯୋଗୁଁ କୋରୋନାର ତୃତୀୟ ଲହର ହୋଇପାରେ ମାରାତ୍ମକ

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୨୯ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୬ ପ୍ରତିଶତ ରହିଛି । ସକ୍ରିୟ ମାମଲା ୩ ପ୍ରତିଶତରୁ କମ୍ ହୋଇଯାଇଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ତୃତୀୟ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ମଧ୍ୟ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।