ଦେଶରେ ବଢ଼ିଲା କୋରୋନା ସଙ୍କଟ: ଦିନକରେ ଚିହ୍ନଟ ହେଲା ୪୭ ହଜାରରୁ ଉର୍ଦ୍ଧ୍ୱ ମାମଲା, ଆଖି ବୁଜିଲେ ଏତିକି ସଂକ୍ରମିତ
Advertisement

ଦେଶରେ ବଢ଼ିଲା କୋରୋନା ସଙ୍କଟ: ଦିନକରେ ଚିହ୍ନଟ ହେଲା ୪୭ ହଜାରରୁ ଉର୍ଦ୍ଧ୍ୱ ମାମଲା, ଆଖି ବୁଜିଲେ ଏତିକି ସଂକ୍ରମିତ

ମଙ୍ଗଳବାର ୩୨,୮୦୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୪୦ ଲକ୍ଷ ୯୦ ହଜାର ୩୬କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୭୩ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୦,୯୬୧ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି ।

ଦେଶରେ ବଢ଼ିଲା କୋରୋନା ସଙ୍କଟ: ଦିନକରେ ଚିହ୍ନଟ ହେଲା ୪୭ ହଜାରରୁ ଉର୍ଦ୍ଧ୍ୱ ମାମଲା, ଆଖି ବୁଜିଲେ ଏତିକି ସଂକ୍ରମିତ

ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ଭୂତାଣୁର ତୃତୀୟ ଲହରର ଆଶଙ୍କା ମଧ୍ୟରେ ଲଗାତର କୋଭିଡ ମାମଲାରେ ବୃଦ୍ଧି ଦେଖାଦେଉଛି । ଚାରି ଦିନ ପରେ ପୁଣିଥରେ ୪୫ ହଜାରରୁ ଉର୍ଦ୍ଧ୍ୱ କୋରୋନା ସଂକ୍ରମିତଚ ଚିହ୍ନଟ ହୋଇଛନ୍ତି । ଗୁରୁବାର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୭ ହଜାର ୦୯୨ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦୯ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୫,୧୮୧ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଦିନକରେ ୧୧,୪୦୨ ସଂକ୍ରମିତ ମାମଲାରେ ବୃଦ୍ଧି ଘଟିଛି । 

ମଙ୍ଗଳବାର ୩୨,୮୦୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୪୦ ଲକ୍ଷ ୯୦ ହଜାର ୩୬କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୭୩ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୦,୯୬୧ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି ।

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୨୮ ଲକ୍ଷ ୫୭ ହଜାର ୯୩୭ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୨୦ ଲକ୍ଷ ୨୮ ହଜାର ୮୨୫ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୩ ଲକ୍ଷ ୮୯ ହଜାର ୫୮୩ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୩୯ ହଜାର ୫୨୯ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ହ୍ରାସ ଦେଖାଦେଇଛି । ସେପ୍ଟେମ୍ୱର ୧ ପର୍ଯ୍ୟନ୍ତ ସାରା ଦେଶରେ ୬୬ କୋଟି ୩୦ ଲକ୍ଷ ୩୭ ହଜାର ୩୩୪ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮୧ ଲକ୍ଷ ୯ ହଜାର ୨୪୪ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୫୨ କୋଟି ୫୦ ଲକ୍ଷ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୨୦ ଲକ୍ଷ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୪ ପ୍ରତିଶତର କମ୍ ରହିଛି ।

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୪ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୧.୧୫ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ସପ୍ତମ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।

ଅଧିକ ପଢ଼ନ୍ତୁ:-ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

ଅଧିକ ପଢ଼ନ୍ତୁ:-ପଞ୍ଜଶୀର ଉପରେ ଆକ୍ରମଣ କରିବାକୁ ଆସିଥିବା ୩୫୦ ତାଲିବାନୀ ଆତଙ୍କୀ ନିହତ, ୪୦ରୁ ଉର୍ଦ୍ଧ୍ୱ ଅଟକ

ଅଧିକ ପଢ଼ନ୍ତୁ:-ଏହି କାରଣରୁ ଆଫଗାନିସ୍ତାନରୁ ସୈନ୍ୟ ଫେରାଇ ନେଲେ ବାଇଡେନ!

ଅଧିକ ପଢ଼ନ୍ତୁ:-ଗୁଡ୍ ନ୍ୟୁଜ! ବଢ଼ିପାରେ ଅବସର ବୟସ ଓ ପେନସନ ରାଶି, ଜାଣନ୍ତୁ ମୋଦି ସରକାରଙ୍କ ଏହି ନୂଆ ଯୋଜନା ବିଷୟରେ...