ଦେଶରେ କୋରୋନା ସଙ୍କଟ ଜାରି: ଦିନକରେ ଚିହ୍ନଟ ହେଲା ଏତିକି ମାମଲା, ମୃତ୍ୟୁ ବରଣ କଲେ ୫୩୦ ସଂକ୍ରମିତ
Advertisement
Article Detail0/zeeodisha/odisha968237

ଦେଶରେ କୋରୋନା ସଙ୍କଟ ଜାରି: ଦିନକରେ ଚିହ୍ନଟ ହେଲା ଏତିକି ମାମଲା, ମୃତ୍ୟୁ ବରଣ କଲେ ୫୩୦ ସଂକ୍ରମିତ

Coronavirus in India: ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୨୩ ଲକ୍ଷ ୨୨ ହଜାର ୨୫୮ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୨୫ ଲକ୍ଷ ୮୦ ହଜାର ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । 

ଦେଶରେ କୋରୋନା ସଙ୍କଟ ଜାରି: ଦିନକରେ ଚିହ୍ନଟ ହେଲା ଏତିକି ମାମଲା, ମୃତ୍ୟୁ ବରଣ କଲେ ୫୩୦ ସଂକ୍ରମିତ

ନୂଆଦିଲ୍ଲୀ: Coronavirus in India: ଭାରତରେ କୋରୋନା ସଂକ୍ରମଣ ମାମଲାରେ ହ୍ରାସ ଘଟିଛି । କେରଳ ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କୋରୋନା ବିପର୍ଯ୍ୟୟ ଘଟାଉଛନ୍ତି । କେବଳ କେରଳରେ ୭୦ ପ୍ରତିଶତ କୋରୋନା ମାମଲା ପଞ୍ଜିକୃତ ହେଉଛି । ଗୁରୁବାର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୬ ହଜାର ୪୦୧ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୩୦ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୯,୧୫୭ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଦିନକରେ ୩୨୮୬ ସଂକ୍ରମିତ ମାମଲା ହ୍ରାସ ଘଟିଛି । 

ଦେଶରେ ସର୍ବାଧିକ ସଂଖ୍ୟକ କୋରୋନା ମାମଲା ପ୍ରତିଦିନ କେରଳରୁ ଆସୁଛି । ବୁଧବାର କେରଳରେ ୨୧,୪୨୭ ନୂଆ କୋରୋନା ଭୂତାଣୁ ମାମଲା ଚିହ୍ନଟ ହୋଇଥିବାର ସୂଚନା ମିଳିଛି । ଅର୍ଥାତ୍ ୭୦ ପ୍ରତିଶତ ମାମଲା କେବଳ କେରଳରୁ ଆସୁଛି । ଗତ ୨୪ ଘଣ୍ଟା ମଧ୍ୟରେ ମହାମାରୀ ଯୋଗୁଁ ୧୭୯ ଜଣଙ୍କର ମୃତ୍ୟୁ ଘଟିଛି । କେରଳରେ ନୂତନ ମାମଲା ସହିତ ସଂକ୍ରମିତ ଲୋକଙ୍କ ସଂଖ୍ୟା ୩୭ ଲକ୍ଷ ୨୫ ହଜାରକୁ ବୃଦ୍ଧି ପାଇଛି ଓ ମୃତକଙ୍କ ସଂଖ୍ୟା ୧୯,୦୪୯ ରେ ପହଞ୍ଚିଛି । ଗୋଟିଏ ଦିନରେ ୧୮,୭୩୧ ଲୋକ ସୁସ୍ଥ ହୋଇଛନ୍ତି ।

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୨୩ ଲକ୍ଷ ୨୨ ହଜାର ୨୫୮ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୨୫ ଲକ୍ଷ ୮୦ ହଜାର ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୩ ଲକ୍ଷ ୬୪ ହଜାର ୧୨୯ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୩୩ ହଜାର ୪୯ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଅଧିକ ପଢ଼ନ୍ତୁ:-ସୈନ୍ୟ ବିନା ତାଲିବାନକୁ ପରାସ୍ତ କରୁଛି ଆମେରିକା, ଫ୍ରିଜ୍ କଲା ୭୦୬ ବିଲିୟନ ଟଙ୍କାର ସମ୍ପତ୍ତି

ଅଧିକ ପଢ଼ନ୍ତୁ:-ସରକାରୀ କର୍ମଚାରୀଙ୍କ ପେନସନକୁ ନେଇ ଆସିଲା ବହୁତ ବଡ଼ ଖବର!

ଅଧିକ ପଢ଼ନ୍ତୁ:-ମହଙ୍ଗା ଭତ୍ତାରେ ୨୫ ପ୍ରତିଶତ ବୃଦ୍ଧି, ଏହି କେନ୍ଦ୍ର କର୍ମଚାରୀଙ୍କୁ ବଡ଼ ଉପହାର ଦେଲେ ସରକାର

ଅଧିକ ପଢ଼ନ୍ତୁ:-ପୁଣି ବଢ଼ିଲା କୋରୋନା ମାମଲା: ଦିନକରେ ଚିହ୍ନଟ ହେଲା ଏତିକି ମାମଲା, ଆଖି ବୁଜିଲେ ୪୪୦ ସଂକ୍ରମିତ

ଅଧିକ ପଢ଼ନ୍ତୁ:-ତାଲିବାନର ବଡ଼ ପ୍ରତିଶୃତି, ଭାରତ ପାଇଁ ଆଶ୍ୱସ୍ତି ତ ପାକିସ୍ତାନ ପାଇଁ ଜୋରଦାର ଝଟକା

ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ଅଗଷ୍ଟ ୧୮ ପର୍ଯ୍ୟନ୍ତ ସାରା ଦେଶରେ ୫୬ କୋଟି ୬ ଲକ୍ଷ ୮୮ ହଜାର କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୫ ଲକ୍ଷ ୫ ହଜାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୫୦ କୋଟି ୦୩ ଲକ୍ଷ ୮୪୦ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୮ ଲକ୍ଷ ୭୩ ହଜାର ୭୫୭ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତର କମ୍ ରହିଛି ।

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୪ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୧.୧୪ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଦଶମ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।