କୋରୋନା ସଙ୍କଟ: ଦେଶରେ ଦିନକରେ ଚିହ୍ନଟ ହେଲା ଏତିକି ମାମଲା, ଆଖି ବୁଜିଲେ ୫୦୧ ସଂକ୍ରମିତ
Advertisement

କୋରୋନା ସଙ୍କଟ: ଦେଶରେ ଦିନକରେ ଚିହ୍ନଟ ହେଲା ଏତିକି ମାମଲା, ଆଖି ବୁଜିଲେ ୫୦୧ ସଂକ୍ରମିତ

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ଗୁରୁବାର ୭,୨୨୪ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । 

କୋରୋନା ସଙ୍କଟ: ଦେଶରେ ଦିନକରେ ଚିହ୍ନଟ ହେଲା ଏତିକି ମାମଲା, ଆଖି ବୁଜିଲେ ୫୦୧ ସଂକ୍ରମିତ

ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ଭୂତାଣୁ ମାମଲାରେ ହ୍ରାସ ବୃଦ୍ଧି ଲାଗି ରହିଛି । ସେପଟେ ମୃତ୍ୟୁ ମାମଲାରେ ବୃଦ୍ଧି ଘଟିଛି । ଶୁକ୍ରବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୨ ହଜାର ୫୧୬ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦୧ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୩,୮୭୮ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୧୧୪୦ ସକ୍ରିୟ ମାମଲାରେ ହ୍ରାସ ଘଟିଛି । 

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ଗୁରୁବାର ୭,୨୨୪ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୫୦ ଲକ୍ଷ ୪୨ ହଜାର ୦୮୨କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୧୯ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩୫,୦୪୯ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭,୬୩୮ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଯାହା ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୪୯,୩୬,୭୯୧ କୋରୋନା ସଂକ୍ରମିତ ସୁସ୍ଥ ହୋଇସାରିଛନ୍ତି । ରାଜ୍ୟରେ ବର୍ତ୍ତମାନ ସମୟରେ ୬୯,୬୨୬ କୋରୋନାର ସକ୍ରିୟ ମାମଲା ରହିଛି ।

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୪ ଲକ୍ଷ ୧୩ ହଜାର ୯୫୩ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୩୮ ଲକ୍ଷ ୪ ହଜାର ୮୦ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୧ ଲକ୍ଷ ୩୭ ହଜାର ୪୧୬ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୬୨ ହଜାର ୬୯୦ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ନଭେମ୍ୱର ୧୧ ପର୍ଯ୍ୟନ୍ତ ସାରା ଦେଶରେ ୧୧୦ କୋଟି ୭୯ ଲକ୍ଷ ୫୧ ହଜାର ୨୨୫ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୩ ଲକ୍ଷ ୮୧ ହଜାର ୮୮୯ କୋରୋନା ଟିକାର ଡୋଜ୍ ଲଗାଯାଇଛି । 

ଏହା ବି ପଢ଼ନ୍ତୁ:-ଶରୀର ପାଇଁ ଲାଭଦାୟକ ନାଲି ରଙ୍ଗର ପରିବା ଓ ଫଳ, ଜାଣନ୍ତୁ ଏହାର ଅନ୍ୟାନ୍ୟ ଉପକାରିତା

ଏହା ବି ପଢ଼ନ୍ତୁ:-ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

ଏହା ବି ପଢ଼ନ୍ତୁ:-ବର୍ତ୍ତମାନ ଅଫଲାଇନରେ ଅପଡେଟ୍ ହୋଇପାରିବ ଆଧାର କାର୍ଡ, ଜାଣନ୍ତୁ ଏହାର ପ୍ରକ୍ରିୟା

ଏହା ବି ପଢ଼ନ୍ତୁ:-RBI କରୁଛି ପ୍ରଥମ ହ୍ୟାକାଥନ୍, ୪୦ ଲକ୍ଷ ଟଙ୍କା ଜିତିବାର ସୁଯୋଗ