କୋରୋନା ମାମଲାରେ ଆସିଲା ଗୁଡ୍ ନ୍ୟୁଜ୍: ଦିନକରେ ଚିହ୍ନଟ ହେଲେ ଏତିକି ସଂକ୍ରମିତ, ଆଖି ବୁଜିଲେ ୪୪୩
Advertisement
Article Detail0/zeeodisha/odisha1019632

କୋରୋନା ମାମଲାରେ ଆସିଲା ଗୁଡ୍ ନ୍ୟୁଜ୍: ଦିନକରେ ଚିହ୍ନଟ ହେଲେ ଏତିକି ସଂକ୍ରମିତ, ଆଖି ବୁଜିଲେ ୪୪୩

ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ନଭେମ୍ୱର ୧ ପର୍ଯ୍ୟନ୍ତ ସାରା ଦେଶରେ ୧୦୬ କୋଟି ୮୫ ଲକ୍ଷ ୭୧ ହଜାର ୮୭୯ କୋରୋନା ଟିକାର ଡୋଜ ଲଗାଯାଇଛି ।

କୋରୋନା ମାମଲାରେ ଆସିଲା ଗୁଡ୍ ନ୍ୟୁଜ୍: ଦିନକରେ ଚିହ୍ନଟ ହେଲେ ଏତିକି ସଂକ୍ରମିତ, ଆଖି ବୁଜିଲେ ୪୪୩

ନୂଆଦିଲ୍ଲୀ: Coronavirus in India: ଦେଶରେ ଲଗାତର କୋରୋନା ମାମଲାରେ ହ୍ରାସ ଘଟିବାରେ ଲାଗିଛି । ସେପଟେ ମୃତ୍ୟୁ ମାମଲାରେ ବୃଦ୍ଧି ରେକର୍ଡ କରାଯାଇଛି । ମଙ୍ଗଳବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦ ହଜାର ୪୨୩ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୪୩ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୫,୦୨୧ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୫,୦୪୧ ସକ୍ରିୟ ମାମଲାରେ ହ୍ରାସ ଘଟିଛି । 

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୨ ଲକ୍ଷ ୯୬ ହଜାର ୨୩୭ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୩୬ ଲକ୍ଷ ୮୩ ହଜାର ୫୮୧ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୧ ଲକ୍ଷ ୫୩ ହଜାର ୭୭୬ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୫୮ ହଜାର ୮୮୦ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଦେଶରେ ଆଜି ମଧ୍ୟ କୋରୋନା (Coronavirus) ର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ନଭେମ୍ୱର ୧ ପର୍ଯ୍ୟନ୍ତ ସାରା ଦେଶରେ ୧୦୬ କୋଟି ୮୫ ଲକ୍ଷ ୭୧ ହଜାର ୮୭୯ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୨ ଲକ୍ଷ ୩୯ ହଜାର ୪୪୪ କୋରୋନା ଟିକାର ଡୋଜ୍ ଲଗାଯାଇଛି । 

ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ନଭେମ୍ୱର ୧ ପର୍ଯ୍ୟନ୍ତ ସାରା ଦେଶରେ ୧୦୬ କୋଟି ୮୫ ଲକ୍ଷ ୭୧ ହଜାର ୮୭୯ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୨ ଲକ୍ଷ ୩୯ ହଜାର ୪୪୪ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୬୧ କୋଟି ୨ ଲକ୍ଷ ୧୦ ହଜାର ୩୩୯ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୦ ଲକ୍ଷ ୯ ହଜାର ୦୪୫ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୨ ପ୍ରତିଶତର କମ୍ ରହିଛି ।

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୩ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୮ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୦.୪୫ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଦ୍ୱାଦଶ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ମଙ୍ଗଳବାର ୫,୨୯୭ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୪୯ ଲକ୍ଷ ୭୩ ହଜାର ୯୭୪କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୬୮ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩୨,୦୪୯ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭,୩୨୫ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଯାହା ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୪୮,୬୪,୫୦୬ କୋରୋନା ସଂକ୍ରମିତ ସୁସ୍ଥ ହୋଇସାରିଛନ୍ତି । ରାଜ୍ୟରେ ବର୍ତ୍ତମାନ ସମୟରେ ୭୬,୭୮୬ କୋରୋନାର ସକ୍ରିୟ ମାମଲା ରହିଛି ।

ଏହା ବି ପଢ଼ନ୍ତୁ:-COP26: ଜଳବାୟୁ ପରିବର୍ତ୍ତନକୁ ନେଇ ପିଏମ ମୋଦିଙ୍କ ୮ଟି ବଡ଼ ଘୋଷଣା, ପଢ଼ନ୍ତୁ ସଂପୂର୍ଣ୍ଣ ରିପୋର୍ଟ

ଏହା ବି ପଢ଼ନ୍ତୁ:-ଜାରି ହେଲା ଆଜିର ଡିଜେଲ-ପେଟ୍ରୋଲର ଦାମ୍, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

ଏହା ବି ପଢ଼ନ୍ତୁ:-ଟିମ୍ ଇଣ୍ଡିଆର ସେମିଫାଇନାଲରେ ପହଞ୍ଚିବାରେ ଏହା ହେଉଛି ଗଣିତ

ଏହା ବି ପଢ଼ନ୍ତୁ:-ଅନିଲ ଦେଶମୁଖ କିଏ? କାହିଁକି ତାଙ୍କୁ ଗିରଫ କଲା ED, ଗୋଟିଏ କ୍ଲିକରେ ଜାଣନ୍ତୁ ସବୁକିଛି