ଦେଶରେ ଦିନକରେ ସାମ୍ନାକୁ ଆସିଲା ଏତିକି ମାମଲା, ୫୬୦ ସଂକ୍ରମିତଙ୍କ ମୃତ୍ୟୁ
Advertisement

ଦେଶରେ ଦିନକରେ ସାମ୍ନାକୁ ଆସିଲା ଏତିକି ମାମଲା, ୫୬୦ ସଂକ୍ରମିତଙ୍କ ମୃତ୍ୟୁ

ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୧୦ ଲକ୍ଷ ୬୪ ହଜାର କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୨ ଲକ୍ଷ ୨୭ ହଜାର ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଦେଶରେ ଦିନକରେ ସାମ୍ନାକୁ ଆସିଲା ଏତିକି ମାମଲା, ୫୬୦ ସଂକ୍ରମିତଙ୍କ ମୃତ୍ୟୁ

ନୂଆଦିଲ୍ଲୀ: Coronavirus in India: ବିଗତ କିଛି ଧରି ଭାରତରେ କୋରୋନା ସ୍ଥିତିରେ କୌଣସି ବିଶେଷ ପରିବର୍ତ୍ତନ ଆସିନାହିଁ । ପ୍ରତିଦିନ ପ୍ରାୟ ୪୦ ହଜାର ନୂତନ କୋରୋନା ସଂକ୍ରମିତ ମାମଲା ସାମ୍ନାକୁ ଆସୁଛି । ଏହାସହ ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ଘଟିଛି । ଶନିବାର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୮ ହଜାର ୦୭୯ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୬୦ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଅନ୍ୟପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୩,୯୧୬ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ୍ ଦିନକରେ ୬୩୯୭ ସକ୍ରିୟ ମାମଲା ହ୍ରାସ ଘଟିଛି ।

ଅଧିକ ପଢ଼ନ୍ତୁ:-ପିଏମ ମୋଦିଙ୍କ ସହ ସାକ୍ଷାତ ପରେ ଏହି ରାଜ୍ୟ ନେଲା କୋରୋନା ଉପରେ ବଡ଼ ନିଷ୍ପତ୍ତି

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୧୦ ଲକ୍ଷ ୬୪ ହଜାର କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୨ ଲକ୍ଷ ୨୭ ହଜାର ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୪ ଲକ୍ଷ ୨୪ ହଜାର କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୧୩ ହଜାର ୯୧ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଅଧିକ ପଢ଼ନ୍ତୁ:-ମଦ ପିଇ ଶୋଇପଡ଼ିଲେ ଷ୍ଟେସନ୍‌ ମାଷ୍ଟର, ଘଣ୍ଟା ଘଣ୍ଟା ଅଟକି ରହିଲା ଏକାଧିକ ଏକ୍ସପ୍ରେସ ଟ୍ରେନ୍‌

ଦେଶରେ ଆଜି କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟା ଅଧିକ ରହିଛି । ଜୁଲାଇ ୧୬ ପର୍ଯ୍ୟନ୍ତ ସାରା ଦେଶରେ ୩୯ କୋଟି ୯୬ ଲକ୍ଷ ୯୫ ହଜାର କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୨ ଲକ୍ଷ ୧୨ ହଜାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୪୪ କୋଟିରୁ ଅଧିକ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୯ ଲକ୍ଷ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତରୁ କମ୍ ରହିଛି ।

ଅଧିକ ପଢ଼ନ୍ତୁ:-ତୈଳ ଦରରେ ଲାଗିଲା ନିଆଁ: ଆଜି ପୁଣି ବଢ଼ିଲା ଦାମ୍, ଜାଣନ୍ତୁ କ'ଣ ରହିଛି ରେଟ୍?

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୩ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ଦେଢ଼ ପ୍ରତିଶତରୁ କମ୍ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଷଷ୍ଠ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।