କୋରୋନା ମାମଲାରେ ଆସିଲା ଆଶ୍ୱସ୍ତିକର ଖବର
Advertisement

କୋରୋନା ମାମଲାରେ ଆସିଲା ଆଶ୍ୱସ୍ତିକର ଖବର

Coronavirus in India: ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ସୋମବାର ୧୫,୬୯୨ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

କୋରୋନା ମାମଲାରେ ଆସିଲା ଆଶ୍ୱସ୍ତିକର ଖବର

ନୂଆଦିଲ୍ଲୀ: Coronavirus in India: ଦେଶରେ ଲଗାତର କୋରୋନା ଭୂତାଣୁ ମାମଲାରେ ହ୍ରାସ ରେକର୍ଡ କରାଯାଉଛି । ମଙ୍ଗଳବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୬ ହଜାର ୧୧୫ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୫୨ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୪,୪୬୯ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଦିନକରେ ୮,୬୦୬ ସଂକ୍ରମିତ ମାମଲାରେ ହ୍ରାସ ଘଟିଛି ।

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ସୋମବାର ୧୫,୬୯୨ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୪୫ ଲକ୍ଷ ୨୪ ହଜାର ୧୮୫କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୯୨ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୩,୬୮୩ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨,୨୨୩ ସଂକ୍ରମିତ ସୁସ୍ଥ ମଧ୍ୟ ହୋଇଛନ୍ତି । ଯାହା ପରେ ରାଜ୍ୟରେ ସଂକ୍ରମଣକୁ ମାତ୍ ଦେଇଥିବା ଲୋକଙ୍କ ସଂଖ୍ୟା ୪୩ ଲକ୍ଷ ୩୨ ହଜାର ୮୯୭ରେ ପହଞ୍ଚିଛି ।

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩୫ ଲକ୍ଷ ୪ ହଜାର ୫୩୪ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୨୭ ଲକ୍ଷ ୪୯ ହଜାର ୫୭୪ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୩ ଲକ୍ଷ ୯ ହଜାର ୫୭୫ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୪୫ ହଜାର ୩୮୫ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଦେଶରେ ଆଜି କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ସେପ୍ଟେମ୍ୱର ୨୦ ପର୍ଯ୍ୟନ୍ତ ସାରା ଦେଶରେ ୮୧ କୋଟି ୮୫ ଲକ୍ଷ  ୧୩ ହଜାର କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୬ ଲକ୍ଷ ୪୬ ହଜାର କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୫୫ କୋଟି ୫୦ ଲକ୍ଷ ୩୫ ହଜାର ୭୧୭ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୪ ଲକ୍ଷ ୧୩ ହଜାର ୯୫୧ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତର କମ୍ ରହିଛି ।

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୩ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୦.୯୫ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଅଷ୍ଟମ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।

ଅଧିକ ପଢ଼ନ୍ତୁ:-ଜାରି ହେଲା ଆଜିର ଡିଜେଲ-ପେଟ୍ରୋଲର ନୂଆ ଦାମ୍, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

ଅଧିକ ପଢ଼ନ୍ତୁ:-LIC ପଲିସି ବଦଳରେ ସହଜରେ ନେଇପାରିବେ ଶସ୍ତା ଋଣ, ଏହା ହେଉଛି ଉପାୟ

ଅଧିକ ପଢ଼ନ୍ତୁ:-DA ୩୧ ପ୍ରତିଶତ ହେବା ପୂର୍ବରୁ କେନ୍ଦ୍ର କର୍ମଚାରୀଙ୍କୁ ମିଳିଲା ଏସବୁ ଲାଭ, ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ...