କୋରୋନା ମାମଲାରେ ଆସିଲା ଆଶ୍ୱସ୍ତିକର ଖବର
Advertisement
Article Detail0/zeeodisha/odisha1000332

କୋରୋନା ମାମଲାରେ ଆସିଲା ଆଶ୍ୱସ୍ତିକର ଖବର

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ସୋମବାର ୮,୮୫୦ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । 

କୋରୋନା ମାମଲାରେ ଆସିଲା ଆଶ୍ୱସ୍ତିକର ଖବର

ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ଭୂତାଣୁ ମାମଲାରେ ଲଗାତର ହ୍ରାସ ଘଟିବାରେ ଲାଗିଛି । ମଙ୍ଗଳବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୮ ହଜାର ୩୪୬ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୬୩ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୯,୬୩୯ ସଂକ୍ରମିତ ସୁସ୍ଥ ହୋଇଛନ୍ତି । 

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ସୋମବାର ୮,୮୫୦ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୪୭ ଲକ୍ଷ ୨୯ ହଜାର ୮୩କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୪୯ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୫,୫୨୬ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ବର୍ତ୍ତମାନ ସମୟରେ ରାଜ୍ୟରେ ୧ ଲକ୍ଷ ୨୮ ହଜାର ୭୩୬ ସକ୍ରିୟ ମାମଲା ରହିଛି ।

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩୮ ଲକ୍ଷ ୫୩ ହଜାର ୪୮ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୩୧ ଲକ୍ଷ ୫୦ ହଜାର ୮୮୬ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୨ ଲକ୍ଷ ୭୦ ହଜାର ୫୫୭ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୪୯ ହଜାର ୨୬୦ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ଅକ୍ଟୋବର ୫ ପର୍ଯ୍ୟନ୍ତ ସାରା ଦେଶରେ ୯୧ କୋଟି ୫୪ ଲକ୍ଷ ୬୫ ହଜାର ୮୨୬ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୨ ଲକ୍ଷ ୫୧ ହଜାର ୪୧୯ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୫୭ କୋଟି ୫୩ ଲକ୍ଷ ୯୪ ହଜାର ୪୨ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୧ ଲକ୍ଷ ୪୧ ହଜାର ୬୪୨ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତର କମ୍ ରହିଛି ।

ଅଧିକ ପଢ଼ନ୍ତୁ:-ମମତା ବିଧାୟକ ହେବା ମାତ୍ରେ ରାଜ୍ୟପାଳ ଧନଖର ନେଲେ ଏହି ବଡ଼ ପଦକ୍ଷେପ, ଜାଣନ୍ତୁ ସଂପୂର୍ଣ୍ଣ ଘଟଣା

ଅଧିକ ପଢ଼ନ୍ତୁ:-ଏହି ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଚାଷୀଙ୍କର ମାଫ୍ ହେବ ୨୫ ହଜାର ଟଙ୍କାର ଋଣ

ଅଧିକ ପଢ଼ନ୍ତୁ:-ପାଣ୍ଡୋରା ପେପର ଲିକ୍: ସଚିନ, ଅନିଲ ଅମ୍ବାନୀଙ୍କ ସମେତ ଏହି ସବୁ ସେଲିବ୍ରିଟିଙ୍କ ବିଦେଶୀ ସମ୍ପତ୍ତିର ହେଲା ଖୁଲାସା

ଅଧିକ ପଢ଼ନ୍ତୁ:-କୋରୋନାରେ ମୃତ୍ୟୁବରଣ କରିଥିବା ଲୋକଙ୍କ ପରିବାରକୁ ମିଳିବ ୫୦ ହଜାର ଟଙ୍କାର କ୍ଷତିପୂରଣ, ୩୦ ଦିନ ମଧ୍ୟରେ ପ୍ରଦାନ କରାଯିବ ରାଶି