ପୁଣି ଚିନ୍ତା ବଢ଼ାଇଲା କୋରୋନା: ଦେଶରେ ୪୦ ହଜାରରୁ ଉର୍ଦ୍ଧ୍ୱ ମାମଲା ଚିହ୍ନଟ, ଆଖି ବୁଜିଲେ ଏତିକି ସଂକ୍ରମିତ
Advertisement
Article Detail0/zeeodisha/odisha976905

ପୁଣି ଚିନ୍ତା ବଢ଼ାଇଲା କୋରୋନା: ଦେଶରେ ୪୦ ହଜାରରୁ ଉର୍ଦ୍ଧ୍ୱ ମାମଲା ଚିହ୍ନଟ, ଆଖି ବୁଜିଲେ ଏତିକି ସଂକ୍ରମିତ

Coronavirus in India: ମଙ୍ଗଳବାର ୩୦,୨୦୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୪୦ ଲକ୍ଷ ୫୭ ହଜାର ୨୩୩କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧୫ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୦,୭୮୮ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି ।

ପୁଣି ଚିନ୍ତା ବଢ଼ାଇଲା କୋରୋନା: ଦେଶରେ ୪୦ ହଜାରରୁ ଉର୍ଦ୍ଧ୍ୱ ମାମଲା ଚିହ୍ନଟ, ଆଖି ବୁଜିଲେ ଏତିକି ସଂକ୍ରମିତ

ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ଭୂତାଣୁ ସଙ୍କଟ କମିବାର ନାଁ ନେଉନାହିଁ । ଲଗାତର କୋରୋନା ମାମଲାରେ ହ୍ରାସ ବୃଦ୍ଧି ଲାଗି ରହିଛି । ସୋମବାର ୩୦ ହଜାର ମାମଲା ସାମ୍ନାକୁ ଆସିଥିଲା । ସେପଟେ ମଙ୍ଗଳବାର ପୁଣିଥରେ କୋରୋନା ମାମଲାରେ ବୃଦ୍ଧି ରେକର୍ଡ କରାଯାଇଛି । ସେହିପରି କେରଳ ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କୋରୋନା ମାମଲା ସର୍ବାଧିକ ଚିହ୍ନଟ ହେଉଛି । ବୁଧବାର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୧ ହଜାର ୯୬୫ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୬୦ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୩,୯୬୪ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଦିନକରେ ୭,୫୪୧ ସଂକ୍ରମିତ ମାମଲାରେ ବୃଦ୍ଧି ଘଟିଛି । 

ଏହାପୂର୍ବରୁ ଦେଶରେ ଲଗାତାର ପାଞ୍ଚ ଦିନ ଧରି ୪୦ ହଜାରରୁ ଅଧିକ କୋରୋନା ମାମଲା ଚିହ୍ନଟ ହୋଇଥିଲା । ଗତ ସପ୍ତାହରେ ବୁଧବାର ୪୬୧୬୪, ଗୁରୁବାର ୪୪,୬୫୮, ଶୁକ୍ରବାର ୪୬,୭୫୯, ଶନିବାର ୪୫,୦୮୩ ଏବଂ ସୋମବାର ୪୨,୯୦୯ ମାମଲା ଚିହ୍ନଟ ହୋଇଥିଲା । ଭାରତରେ କୋରୋନା ସଂକ୍ରମଣ ବୃଦ୍ଧି ହେବାର ମୁଖ୍ୟ କାରଣ ଭାବରେ କେରଳ ଦେଖାଯାଉଛି । ଗତ ଦିନରେ କେରଳରେ କୋଭିଡଙ୍କ 30,203 ନୂତନ ରୋଗ ଆସିବା ପରେ ମୋଟ ସଂକ୍ରମିତ ଲୋକଙ୍କ ସଂଖ୍ୟା 40 ଲକ୍ଷ 57 ହଜାର 233 କୁ ବୃଦ୍ଧି ପାଇଥିବାବେଳେ 115 ଜଣ ରୋଗୀଙ୍କ ମୃତ୍ୟୁ ପରେ ମୃତ୍ୟୁ ସଂଖ୍ୟା 20,788 ରେ ପହଞ୍ଚିଛି।

ମଙ୍ଗଳବାର ୩୦,୨୦୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୪୦ ଲକ୍ଷ ୫୭ ହଜାର ୨୩୩କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧୫ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୦,୭୮୮ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି ।

ଅଧିକ ପଢ଼ନ୍ତୁ:-ପାକିସ୍ତାନରେ ପହଞ୍ଚିଲେ ଆମେରିକା ସୈନ୍ୟ, ବଢ଼ିଲା ରାଜନୈତିକ ପାରା

ଅଧିକ ପଢ଼ନ୍ତୁ:-ମାସର ପ୍ରଥମ ଦିନରେ ପେଟ୍ରୋଲ-ଡିଜେଲ ମୂଲ୍ୟରେ ହ୍ରାସ, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

ଅଧିକ ପଢ଼ନ୍ତୁ:-ଆସିଯାଇଛି ସେପ୍ଟେମ୍ବର ପାଇଁ LPG ସିଲିଣ୍ଡରର ନୂଆ ଦର, ଜାଣନ୍ତୁ କ'ଣ ରହିଛି ରେଟ୍

ଅଧିକ ପଢ଼ନ୍ତୁ:-ଆମେରିକା ଚାଲିଯିବା ମାତ୍ରେ ପଞ୍ଜଶୀର ଉପରେ ଆକ୍ରମଣ କଲା ତାଲିବାନ, ପାଲଟା ଆକ୍ରମଣରେ ଅନେକ ଆତଙ୍କୀ ନିହତ

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୨୮ ଲକ୍ଷ ୧୦ ହଜାର ୮୪୫ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୧୯ ଲକ୍ଷ ୯୩ ହଜାର ୬୪୪ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୩ ଲକ୍ଷ ୭୮ ହଜାର ୧୮୧ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୩୯ ହଜାର ୨୦ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଦେଶରେ ଆଜି କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ହ୍ରାସ ଦେଖାଦେଇଛି । ଅଗଷ୍ଟ ୩୧ ପର୍ଯ୍ୟନ୍ତ ସାରା ଦେଶରେ ୬୫ କୋଟି ୪୧ ଲକ୍ଷ ୧୩ ହଜାର କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ରେକର୍ଡ ୧ କୋଟି ୩୩ ଲକ୍ଷ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୫୨ କୋଟି ୩୧ ଲକ୍ଷ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୬ ଲକ୍ଷ ୬ ହଜାର କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୪ ପ୍ରତିଶତର କମ୍ ରହିଛି ।

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୪ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୧.୧୩ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଦଶମ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।