କୋରୋନା ମାମଲାରେ ଆସିଲା ବଡ଼ ଆଶ୍ୱସ୍ତିକର ଖବର
Advertisement

କୋରୋନା ମାମଲାରେ ଆସିଲା ବଡ଼ ଆଶ୍ୱସ୍ତିକର ଖବର

Coronavirus in India: ଭାରତରେ ସେପ୍ଟେମ୍ୱର ୯ରୁ କୋରୋନା ଭୂତାଣୁ ମାମଲାରେ ହ୍ରାସ ଘଟିବାରେ ଲାଗିଛି । ନୂଆ ମାମଲାରେ ଲଗାତର କମି ରେକର୍ଡ କରାଯାଉଛି । ମଙ୍ଗଳବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୫ ହଜାର ୪୦୪ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩

କୋରୋନା ମାମଲାରେ ଆସିଲା ବଡ଼ ଆଶ୍ୱସ୍ତିକର ଖବର

ନୂଆଦିଲ୍ଲୀ: Coronavirus in India: ଭାରତରେ ସେପ୍ଟେମ୍ୱର ୯ରୁ କୋରୋନା ଭୂତାଣୁ ମାମଲାରେ ହ୍ରାସ ଘଟିବାରେ ଲାଗିଛି । ନୂଆ ମାମଲାରେ ଲଗାତର କମି ରେକର୍ଡ କରାଯାଉଛି । ମଙ୍ଗଳବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୫ ହଜାର ୪୦୪ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୩୯ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୭,୧୨୭ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଦିନକରେ ୧୨,୦୬୨ ସଂକ୍ରମିତ ମାମଲାରେ ହ୍ରାସ ଘଟିଛି । ଗୋଟିଏ ଦିନ ପୂର୍ବେ ଦେଶରେ ୨୭,୨୫୪ ମାମଲା ସାମ୍ନାକୁ ଆସିଥିଲା ।

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ରବିବାର ୧୫,୦୫୮ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୪୩ ଲକ୍ଷ ୯୦ ହଜାର ୪୮୯କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୯୯ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୨,୬୫୦ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । 

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩୨ ଲକ୍ଷ ୮୯ ହଜାର ୫୭୯ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୨୪ ଲକ୍ଷ ୮୪ ହଜାର ୧୫୯ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୩ ଲକ୍ଷ ୬୨ ହଜାର ୨୦୭ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୪୩ ହଜାର ୨୧୩ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ସେପ୍ଟେମ୍ୱର ୧୦ ପର୍ଯ୍ୟନ୍ତ ସାରା ଦେଶରେ ୭୫ କୋଟି ୨୨ ଲକ୍ଷ ୩୮ ହଜାର ୩୨୪ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୮ ଲକ୍ଷ ୬୬ ହଜାର ୯୫୦ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୫୪ କୋଟି ୪୫ ଲକ୍ଷ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୫ ଲକ୍ଷ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତର କମ୍ ରହିଛି ।

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୩ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୧.୧୩ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ସପ୍ତମ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।

ଅଧିକ ପଢ଼ନ୍ତୁ:-ଆଫଗାନିସ୍ତାନକୁ ୪୭୦ କୋଟି ଟଙ୍କାର ଆର୍ଥିକ ସହାୟତା ଦେବ ଆମେରିକା, ମିଳିତ ଜାତିସଂଘ ଓ ନ୍ୟୁଜିଲ୍ୟାଣ୍ଡ ମଧ୍ୟ ସହାୟତା ପାଇଁ କଲେ ଘୋଷଣା

ଅଧିକ ପଢ଼ନ୍ତୁ:-ଜାରି ହେଲା ଆଜିର ଡିଜେଲ-ପେଟ୍ରୋଲର ନୂଆ ଦାମ୍, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

ଅଧିକ ପଢ଼ନ୍ତୁ:-ଖୁବ୍ ଶୀଘ୍ର ମିଳିବ ଖୁସି ଖବର! ୧୮ ମାସର ମହଙ୍ଗା ଭତ୍ତା ବକେୟାକୁ ନେଇ ପୁଣି ବଢ଼ିଛି ଆଶା, ଏବେ ପିଏମ ମୋଦି ନେବେ ନିଷ୍ପତ୍ତି

ଅଧିକ ପଢ଼ନ୍ତୁ:-ପ୍ରତିଦିନ ସକାଳେ ଉଠି ଗରମ ପାଣିରେ ଏହା ମିଶାଇ ପିଇଲେ ମିଳିଥାଏ ଜବରଦସ୍ତ ଲାଭ