ପୁଣି କୋରୋନା ମାମଲାରେ ବୃଦ୍ଧି, ଦିନକରେ ଚିହ୍ନଟ ହେଲେ ଏତିକି ସଂକ୍ରମିତ
Advertisement

ପୁଣି କୋରୋନା ମାମଲାରେ ବୃଦ୍ଧି, ଦିନକରେ ଚିହ୍ନଟ ହେଲେ ଏତିକି ସଂକ୍ରମିତ

Coronavirus in India: ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ସୋମବାର ୧୯,୬୭୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । 

ପୁଣି କୋରୋନା ମାମଲାରେ ବୃଦ୍ଧି, ଦିନକରେ ଚିହ୍ନଟ ହେଲେ ଏତିକି ସଂକ୍ରମିତ

ନୂଆଦିଲ୍ଲୀ: Coronavirus in India: ଦେଶରେ ପୁଣି କୋରୋନା ଭୂତାଣୁ ମାମଲାରେ ବୃଦ୍ଧି ରେକର୍ଡ କରାଯାଉଛି । ଗୁରୁବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୧ ହଜାର ୯୨୩ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୮୨ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୧,୯୯୦ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଦିନକରେ ୩୪୯ ସଂକ୍ରମିତ ମାମଲାରେ ହ୍ରାସ ଘଟିଛି ।

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ସୋମବାର ୧୯,୬୭୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୪୫ ଲକ୍ଷ ୫୯ ହଜାର ୬୨୮କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୪୨ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୪,୦୩୯ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯,୭୦୨ ସଂକ୍ରମିତ ସୁସ୍ଥ ମଧ୍ୟ ହୋଇଛନ୍ତି । ଯାହା ପରେ ରାଜ୍ୟରେ ସଂକ୍ରମଣକୁ ମାତ୍ ଦେଇଥିବା ଲୋକଙ୍କ ସଂଖ୍ୟା ୪୩ ଲକ୍ଷ ୭୩ ହଜାର ୯୬୬ରେ ପହଞ୍ଚିଛି ।

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩୫ ଲକ୍ଷ ୬୩ ହଜାର ୪୨୧ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୨୮ ଲକ୍ଷ ୧୫ ହଜାର ୭୩୧ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୩ ଲକ୍ଷ ୧ ହଜାର ୬୪୦ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୪୬ ହଜାର ୫୦ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଦେଶରେ ଆଜି କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ହ୍ରାସ ଦେଖାଦେଇଛି । ସେପ୍ଟେମ୍ୱର ୨୨ ପର୍ଯ୍ୟନ୍ତ ସାରା ଦେଶରେ ୮୩ କୋଟି ୩୯ ଲକ୍ଷ  ୯୦ ହଜାର କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୧ ଲକ୍ଷ ୩୮ ହଜାର କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୫୫ କୋଟି ୮୩ ଲକ୍ଷ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୫ ଲକ୍ଷ ୨୭ ହଜାର କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତର କମ୍ ରହିଛି ।

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୩ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୦.୯୦ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଅଷ୍ଟମ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।

ଅଧିକ ପଢ଼ନ୍ତୁ:-ଜାତିସଂଘ ସୁରକ୍ଷା ପରିଷଦର ସ୍ଥାୟୀ ଆସନ ଛାଡ଼ିବ ଫ୍ରାନ୍ସ? ଜାଣନ୍ତୁ କ'ଣ କହିଲେ ରାଷ୍ଟ୍ରପତି ମାକ୍ରୋନ

ଅଧିକ ପଢ଼ନ୍ତୁ:-ପିଏମ ମୋଦି ପହଞ୍ଚିଲେ ୱାଶିଂଟନ, ଜାଣନ୍ତୁ ତାଙ୍କର ଆଜିର କାର୍ଯ୍ୟକ୍ରମ ବିଷୟରେ...

ଅଧିକ ପଢ଼ନ୍ତୁ:-ଜାଣନ୍ତୁ, କଳା ଲୁଣ ସ୍ୱାସ୍ଥ୍ୟ ପାଇଁ ଅଧିକ ଭଲ ନା ଧଳା ଲୁଣ

ଅଧିକ ପଢ଼ନ୍ତୁ:-ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍