ପୁଣି ଟେନସନ୍ ବଢ଼ାଇଲା କୋରୋନା, ଦିନକରେ ଚିହ୍ନଟ ହେଲେ ଏତିକି ସଂକ୍ରମିତ
Advertisement

ପୁଣି ଟେନସନ୍ ବଢ଼ାଇଲା କୋରୋନା, ଦିନକରେ ଚିହ୍ନଟ ହେଲେ ଏତିକି ସଂକ୍ରମିତ

Coronavirus in India: ଦେଶରେ କୋରୋନା ଭୂତାଣୁ ମାମଲାରେ ଲଗାତର ବୃଦ୍ଧି ଘଟିବାରେ ଲାଗିଛି । ବିଗତ ୨ ଦିନ ଧରି ଦେଶରେ ୨୦ ହଜାରରୁ ଉର୍ଦ୍ଧ୍ୱ କୋରୋନା ଭୂତାଣୁ ମାମଲା ସାମ୍ନାକୁ ଆସୁଛି । 

ପୁଣି ଟେନସନ୍ ବଢ଼ାଇଲା କୋରୋନା, ଦିନକରେ ଚିହ୍ନଟ ହେଲେ ଏତିକି ସଂକ୍ରମିତ

ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ଭୂତାଣୁ ମାମଲାରେ ଲଗାତର ବୃଦ୍ଧି ଘଟିବାରେ ଲାଗିଛି । ବିଗତ ୨ ଦିନ ଧରି ଦେଶରେ ୨୦ ହଜାରରୁ ଉର୍ଦ୍ଧ୍ୱ କୋରୋନା ଭୂତାଣୁ ମାମଲା ସାମ୍ନାକୁ ଆସୁଛି । ଶୁକ୍ରବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୬ ହଜାର ୭୨୭ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୭୭ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୮,୨୪୬ ସଂକ୍ରମିତ ସୁସ୍ଥ ହୋଇଛନ୍ତି ।

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ଗୁରୁବାର ୧୫,୯୧୪ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୪୫ ଲକ୍ଷ ୯୫ ହଜାର ୨୨୪କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୨୨ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୫,୦୮୭ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । 

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩୭ ଲକ୍ଷ ୬୬ ହଜାର ୭୦୭ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୩୦ ଲକ୍ଷ ୪୩ ହଜାର ୧୪୪ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୨ ଲକ୍ଷ ୭୫ ହଜାର ୨୨୪ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୪୮ ହଜାର ୩୩୯ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଦେଶରେ ଆଜି କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ସେପ୍ଟେମ୍ୱର ୩୦ ପର୍ଯ୍ୟନ୍ତ ସାରା ଦେଶରେ ୮୯ କୋଟି ୨ ଲକ୍ଷ  ୮ ହଜାର ୭ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୪ ଲକ୍ଷ ୪୦ ହଜାର ୪୫୧ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୫୭ କୋଟି ୦୪ ଲକ୍ଷ ୭୭ ହଜାର ୩୩୮ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୫ ଲକ୍ଷ ୨୦ ହଜାର ୮୮୯ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତର କମ୍ ରହିଛି ।

ଅଧିକ ପଢ଼ନ୍ତୁ:-ଆସିଯାଇଛି ଅକ୍ଟୋବର ପାଇଁ LPG ସିଲିଣ୍ଡରର ନୂଆ ଦର, ଜାଣନ୍ତୁ କ'ଣ ରହିଛି ରେଟ୍

ଅଧିକ ପଢ଼ନ୍ତୁ:-ପୁଣି ବଢ଼ିଲା ପେଟ୍ରୋଲ-ଡିଜେଲର ଦାମ୍, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

ଅଧିକ ପଢ଼ନ୍ତୁ:-ବର୍ତ୍ତମାନ ଚାହିଁ କି ମଧ୍ୟ ତାଲିବାନକୁ ସାହାଯ୍ୟ କରିପାରୁନି ପାକିସ୍ତାନ, ଏହା ହେଉଛି କାରଣ