କୋରୋନାକୁ ନେଇ ଆସିଲା ଆଶ୍ୱସ୍ତିକର ଖବର!
Advertisement
Article Detail0/zeeodisha/odisha960712

କୋରୋନାକୁ ନେଇ ଆସିଲା ଆଶ୍ୱସ୍ତିକର ଖବର!

Coronavirus in India: ଦେଶରେ ଆଜି କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ଅଗଷ୍ଟ ୮ ପର୍ଯ୍ୟନ୍ତ ସାରା ଦେଶରେ ୫୦ କୋଟି ୮୬ ଲକ୍ଷ ୬୪ ହଜାର ୭୫୯ କୋରୋନା ଟିକାର ଡୋଜ ଲଗାଯାଇଛି । 

କୋରୋନାକୁ ନେଇ ଆସିଲା ଆଶ୍ୱସ୍ତିକର ଖବର!

ନୂଆଦିଲ୍ଲୀ: Coronavirus in India: ଦେଶର ବିଗତ କିଛି ଦିନ ହେବ ଲଗାତର କୋରୋନା ମାମଲାରେ ହ୍ରାସ ରେକର୍ଡ କରାଯାଉଛି । ଚଳିତ ମାସରେ ଚତୁର୍ଥ ଥର ପାଇଁ ଦିନକରେ ୪୦ ହଜାରରୁ କମ୍ କୋରୋନା ମାମଲା ଚିହ୍ନଟ ହୋଇଛି । ସୋମବାର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୫ ହଜାର ୪୯୯ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୪୭ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୯,୬୮୯ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗତକାଲି ୪,୬୩୪ ସଂକ୍ରମିତ ମାମଲା ହ୍ରାସ ପାଇଛି । 

ଅଧିକ ପଢ଼ନ୍ତୁ:-ପୁରୁଷଙ୍କ ପାଇଁ ଅତ୍ୟନ୍ତ ବିପଜ୍ଜନକ ଏହି ୫ଟି ଅଭ୍ୟାସ, ଯୌନ ସ୍ୱାସ୍ଥ୍ୟ ହୋଇଯିବ ଖରାପ!

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୧୯ ଲକ୍ଷ ୬୯ ହଜାର ୯୪୪  କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୧୧ ଲକ୍ଷ ୩୯ ହଜାର ୪୫୭ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୪ ଲକ୍ଷ ୨ ହଜାର ୧୮୮ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୨୮ ହଜାର ୩୦୯ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଅଧିକ ପଢ଼ନ୍ତୁ:-ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍ ନୂଆ ଦାମ୍, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

ଦେଶରେ ଆଜି କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ଅଗଷ୍ଟ ୮ ପର୍ଯ୍ୟନ୍ତ ସାରା ଦେଶରେ ୫୦ କୋଟି ୮୬ ଲକ୍ଷ ୬୪ ହଜାର ୭୫୯ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୬ ଲକ୍ଷ ୧୧ ହଜାର ୫୯୦ ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୪୮ କୋଟି ୧୭ ଲକ୍ଷ ୬୭ ହଜାର ୨୩୨ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୩ ଲକ୍ଷ ୭୧ ହଜାର ୮୭୧ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତର କମ୍ ରହିଛି ।

ଅଧିକ ପଢ଼ନ୍ତୁ:-ଦେଢ଼ ବର୍ଷର ବକେୟା ମହଙ୍ଗା ଭତ୍ତାକୁ ନେଇ ଆସିଲା ସବୁଠାରୁ ବଡ଼ ଖବର, ମୋଦି ସରକାର ନେଲେ ଏହି ନିଷ୍ପତ୍ତି

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୪ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୧.୨୯ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଅଷ୍ଟମ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।