Coronavirus in India: ଦେଶରେ ଦିନକରେ ଚିହ୍ନଟ ହେଲା ଏତିକି ମାମଲା, ୩୯୧ ସଂକ୍ରମିତଙ୍କ ମୃତ୍ୟୁ
Advertisement
Article Detail0/zeeodisha/odisha1049395

Coronavirus in India: ଦେଶରେ ଦିନକରେ ଚିହ୍ନଟ ହେଲା ଏତିକି ମାମଲା, ୩୯୧ ସଂକ୍ରମିତଙ୍କ ମୃତ୍ୟୁ

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ଗୁରୁବାର ୪,୦୦୬ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

Coronavirus in India: ଦେଶରେ ଦିନକରେ ଚିହ୍ନଟ ହେଲା ଏତିକି ମାମଲା, ୩୯୧ ସଂକ୍ରମିତଙ୍କ ମୃତ୍ୟୁ

ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ମାମଲାରେ ହ୍ରାସ ବୃଦ୍ଧି ଲାଗି ରହିଛି । ଶୁକ୍ରବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭ ହଜାର ୪୪୭ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୯୧ ସଂକ୍ରମିତଙ୍କର ମୃତ୍ୟୁ ମାମଲା ସାମ୍ନାକୁ ଆସିଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭,୮୮୬ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୮୩୦ ସକ୍ରିୟ ମାମଲାରେ ହ୍ରାସ ଘଟିଛି । 

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ଗୁରୁବାର ୪,୦୦୬ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୫୨ ଲକ୍ଷ ୦୪ ହଜାର ୪୨୨କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ନୂଆ ୨୮୨ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୪୩,୬୨୬ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩,୮୯୮ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଯାହା ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୫୧,୨୪,୮୯୯ କୋରୋନା ସଂକ୍ରମିତ ସୁସ୍ଥ ହୋଇସାରିଛନ୍ତି । ରାଜ୍ୟରେ ବର୍ତ୍ତମାନ ସମୟରେ ୩୫,୨୩୪ କୋରୋନାର ସକ୍ରିୟ ମାମଲା ରହିଛି ।

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୭ ଲକ୍ଷ ୩ ହଜାର ୬୪୪ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୪୧ ଲକ୍ଷ ୬୨ ହଜାର ୭୬୫ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୮୬ ହଜାର ୪୧୫ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୭୬ ହଜାର ୮୬୯ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଏହା ବି ପଢ଼ନ୍ତୁ:-କଳିଙ୍ଗା ଘାଟିରେ ଓଲଟିଲା ବସ୍‌, ୫୦ ଆହତ

ଏହା ବି ପଢ଼ନ୍ତୁ:-ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ପେଟ୍ରୋଲ-ଡିଜେଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

ଏହା ବି ପଢ଼ନ୍ତୁ:-PF ଆକାଉଣ୍ଟଧାରୀ ଶୀଘ୍ର କରିନିଅନ୍ତୁ ଏହି କାମ, ନଚେତ୍ ହୋଇଯିବ ବଡ଼ କ୍ଷତି

ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ଡିସେମ୍ୱର ୧୬ ପର୍ଯ୍ୟନ୍ତ ସାରା ଦେଶରେ ୧୩୫ କୋଟି ୯୯ ଲକ୍ଷ ୯୬ ହଜାର ୨୬୭ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୦ ଲକ୍ଷ ୪୬ ହଜାର ୮୦୫ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୬୬ କୋଟି ୧୫ ଲକ୍ଷ ୦୭ ହଜାର ୬୯୪ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୨ ଲକ୍ଷ ୫୯ ହଜାର ୯୩୨ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୨ ପ୍ରତିଶତର କମ୍ ରହିଛି ।