କୋରୋନା ମାମଲାରେ ଆସିଲା ଆଶ୍ୱସ୍ତିକର ଖବର
Advertisement

କୋରୋନା ମାମଲାରେ ଆସିଲା ଆଶ୍ୱସ୍ତିକର ଖବର

 ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୧ ଲକ୍ଷ ୪୩ ହଜାର ୨୩୬ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୩୫ ଲକ୍ଷ ୪ ହଜାର ୪୪୯ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

କୋରୋନା ମାମଲାରେ ଆସିଲା ଆଶ୍ୱସ୍ତିକର ଖବର

ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ଭୂତାଣୁ ମାମଲାରେ ହ୍ରାସ ଘଟିବାରେ ଲାଗିଛି । ଶୁକ୍ରବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୫ ହଜାର ୭୮୬ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୩୧ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୮,୬୪୧ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୩ ହଜାର ୮୬ ସକ୍ରିୟ ମାମଲାରେ ହ୍ରାସ ଘଟିଛି । 

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ମଙ୍ଗଳବାର ୮,୭୩୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୪୮ ଲକ୍ଷ ୮୮ ହଜାର ୫୨୩କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୮ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୭,୨୦୨ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯,୮୫୫ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଯାହା  ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୪୭,୭୯,୨୨୮ କୋରୋନା ସଂକ୍ରମିତ ସୁସ୍ଥ ହୋଇସାରିଛନ୍ତି । ରାଜ୍ୟରେ ବର୍ତ୍ତମାନ ସମୟରେ ୮୧,୪୯୬ କୋରୋନାର ସକ୍ରିୟ ମାମଲା ରହିଛି ।

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୧ ଲକ୍ଷ ୪୩ ହଜାର ୨୩୬ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୩୫ ଲକ୍ଷ ୪ ହଜାର ୪୪୯ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୧ ଲକ୍ଷ ୭୫ ହଜାର ୭୪୫ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୫୩ ହଜାର ୪୨ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ଅକ୍ଟୋବର ୨୧ ପର୍ଯ୍ୟନ୍ତ ସାରା ଦେଶରେ ୧୦୦ କୋଟି ୫୯ ଲକ୍ଷ ୪ ହଜାର ୫୮୦ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୧ ଲକ୍ଷ ୨୭ ହଜାର ୨୭୭ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୫୯ କୋଟି ୭୦ ଲକ୍ଷ ୬୬ ହଜାର ୪୮୧ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୩ ଲକ୍ଷ ୨୪ ହଜାର ୨୬୩ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତର କମ୍ ରହିଛି ।

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୩ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୮ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୦.୫୨ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଦଶମ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।

ଏହା ବି ପଢ଼ନ୍ତୁ:-ଋଷରେ ମୃତ୍ୟୁର ତାଣ୍ଡବ କରୁଛି କୋରୋନା, ଚିହ୍ନଟ ହେଲା ଡେଲ୍ଟା ଅପେକ୍ଷା ଅଧିକ ମାରାତ୍ମକ ସବ୍-ଭାରିଆଣ୍ଟ ; ସାରା ଦୁନିଆରେ ପୁଣି ବଢିବାକୁ ଲାଗିଛି କୋଭିଡ-19 ସଙ୍କଟ

ଏହା ବି ପଢ଼ନ୍ତୁ:-ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

ଏହା ବି ପଢ଼ନ୍ତୁ:-ଆଜି ସକାଳ ୧୦ଟାରେ ଦେଶକୁ ସମ୍ବୋଧନ କରିବେ ପିଏମ ମୋଦି, PMO ଦେଲା ସୂଚନା

ଏହା ବି ପଢ଼ନ୍ତୁ:-ଏହି ୫ଟି କାରଣରୁ ଆର୍ୟନଙ୍କୁ ମିଳିନାହିଁ ଜାମିନ