କୋରୋନା ସଙ୍କଟ: ଦେଶରେ ଦିନକରେ ଚିହ୍ନଟ ହେଲେ ଏତିକି ମାମଲା, ୩୦୮ ସଂକ୍ରମିତଙ୍କ ମୃତ୍ୟୁ
Advertisement
Article Detail0/zeeodisha/odisha983807

କୋରୋନା ସଙ୍କଟ: ଦେଶରେ ଦିନକରେ ଚିହ୍ନଟ ହେଲେ ଏତିକି ମାମଲା, ୩୦୮ ସଂକ୍ରମିତଙ୍କ ମୃତ୍ୟୁ

Coronavirus in India: ଭାରତରେ କୋରୋନା ଭୂତାଣୁର ପ୍ରକୋପ ଥମିବାର ନାଁ ନେଉଁନାହିଁ । ଦେଶରେ କୋରୋନା ମାମଲାରେ ହ୍ରାସ ବୃଦ୍ଧି ଲାଗି ରହିଛି । 

କୋରୋନା ସଙ୍କଟ: ଦେଶରେ ଦିନକରେ ଚିହ୍ନଟ ହେଲେ ଏତିକି ମାମଲା, ୩୦୮ ସଂକ୍ରମିତଙ୍କ ମୃତ୍ୟୁ

ନୂଆଦିଲ୍ଲୀ: Coronavirus in India: ଭାରତରେ କୋରୋନା ଭୂତାଣୁର ପ୍ରକୋପ ଥମିବାର ନାଁ ନେଉଁନାହିଁ । ଦେଶରେ କୋରୋନା ମାମଲାରେ ହ୍ରାସ ବୃଦ୍ଧି ଲାଗି ରହିଛି । ଶନିବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୩ ହଜାର ୩୭୬ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦୮ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୨,୧୯୮ ସଂକ୍ରମିତ ସୁସ୍ଥ ହୋଇଛନ୍ତି ।

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ବୁଧବାର ୨୫,୦୧୦ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୪୩ ଲକ୍ଷ ୩୪ ହଜାର ୭୦୪କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୭୭ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୨,୩୦୩ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । 

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩୨ ଲକ୍ଷ ୮ ହଜାର ୩୩୦ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୨୩ ଲକ୍ଷ ୭୪ ହଜାର ୪୯୭ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୩ ଲକ୍ଷ ୯୧ ହଜାର ୫୧୬ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୪୨ ହଜାର ୩୧୭ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଦେଶରେ ଆଜି କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ହ୍ରାସ ଦେଖାଦେଇଛି । ସେପ୍ଟେମ୍ୱର ୧୦ ପର୍ଯ୍ୟନ୍ତ ସାରା ଦେଶରେ ୭୩ କୋଟି ୫ ଲକ୍ଷ ୮୯ ହଜାର ୬୮୮ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୫ ଲକ୍ଷ ୨୭ ହଜାର ୧୭୫ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୫୪ କୋଟି ୧ ଲକ୍ଷ ୯୬ ହଜାର ୯୮୯ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୫ ଲକ୍ଷ ୯୨ ହଜାର ୧୩୫ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତର କମ୍ ରହିଛି ।

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୩ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୧.୧୯ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଷଷ୍ଠ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।

ଅଧିକ ପଢ଼ନ୍ତୁ:-LIC ସମସ୍ତ ପଲିସି ଧାରକଙ୍କ ପାଇଁ ଜାରି କରିଛି ଜରୁରୀ ସୂଚନା, ଜାଣି ନିଅନ୍ତୁ ନଚେତ ହୋଇପାରେ ବଡ଼ ଅସୁବିଧା

ଅଧିକ ପଢ଼ନ୍ତୁ:-ଦୀପାବଳି ପୂର୍ବରୁ କେନ୍ଦ୍ର କର୍ମଚାରୀଙ୍କୁ ମିଳିବ ବଡ଼ ଉପହାର! ଜାଣନ୍ତୁ କେତେ ବଢ଼ିପାରେ ଦରମା

ଅଧିକ ପଢ଼ନ୍ତୁ:-ଜାରି ହେଲା ଆଜିର ଡିଜେଲ-ପେଟ୍ରୋଲର ଦାମ୍, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

ଅଧିକ ପଢ଼ନ୍ତୁ:-ପୁରୁଷଙ୍କ ଏସବୁ ସମସ୍ୟାକୁ ଦୂର କରିବାରେ ପ୍ରଭାବଶାଳୀ କେବଳ ୨ଟି ଖଜୁରୀ, ଏହି ଉପାୟରେ କରନ୍ତୁ ସେବନ ତା'ପରେ ଦେଖନ୍ତୁ କମାଲ!