Coronavirus in India: ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୪ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୧.୦୩ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଦଶମ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।
Trending Photos
ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ଭୂତାଣୁର ପ୍ରକୋପ ବଢ଼ିବାରେ ଲାଗିଛି । ଲଗାତର ଦ୍ୱିତୀୟ ଦିନ ଦେଶରେ ୪୦ ହଜାରରୁ ଉର୍ଦ୍ଧ୍ୱ ମାମଲା ସାମ୍ନାକୁ ଆସିଛି । ସେପଟେ କେରଳ ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କୋରୋନା ମାମଲା ସର୍ବାଧିକ ଚିହ୍ନଟ ହେଉଛି । ଶୁକ୍ରବାର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୪ ହଜାର ୬୫୮ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୯୬ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୨,୯୮୮ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଦିନକରେ ୧୧,୧୭୪ ସଂକ୍ରମିତ ମାମଲା ବଢ଼ିଯାଇଛି ।
ଗୁରୁବାର କେରଳରେ କୋଭିଡ-19ର ୩୦,୦୦୭ ନୂଆ ମାମଲା ଚିହ୍ନଟ ହୋଇଛି । ଏହା ପରେ କୋରୋନା ସଂକ୍ରମିତଙ୍କ ମୋଟ ସଂଖ୍ୟା ୩୯ ଲକ୍ଷ ୧୩ ହଜାରକୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬୨ ରୋଗୀଙ୍କ ମୃତ୍ୟୁ ହେତୁ ମୃତ୍ୟୁ ସଂଖ୍ୟା ୨୦,୧୩୪ରେ ପହଞ୍ଚିଛି । କେରଳରେ ଲଗାତର ଦ୍ୱିତୀୟ ଦିନ ୩୦ ହଜାରରୁ ଅଧିକ କୋରୋନା ମାମଲା ଚିହ୍ନଟ ହୋଇଛି ।
ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୨୬ ଲକ୍ଷ ୩ ହଜାର ୧୮୮ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୧୮ ଲକ୍ଷ ୨୧ ହଜାର ୪୨୮ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୩ ଲକ୍ଷ ୪୪ ହଜାର ୮୯୯ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୩୬ ହଜାର ୮୬୧ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ଅଧିକ ପଢ଼ନ୍ତୁ:-କାବୁଲ ବିସ୍ଫୋରଣରେ ISIS-K ର ରହିଛି ହାତ; ତାଲିବାନର ମଧ୍ୟ ଶତ୍ରୁ, ଜାଣନ୍ତୁ ଏହି ଆତଙ୍କୀ ସଙ୍ଗଠନ ସହ ଜଡିତ କିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ
ଅଧିକ ପଢ଼ନ୍ତୁ:-କାବୁଲ ବିସ୍ଫୋରଣ: ଆମେରିକୀୟ ସୈନିକଙ୍କ ସମେତ ୭୨ ମୃତ, ବାଇଡେନ ଦେଲେ କଡ଼ା ଚେତାବନୀ
ଅଧିକ ପଢ଼ନ୍ତୁ:-ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍
ଅଧିକ ପଢ଼ନ୍ତୁ:-ଦେଶ ଚଳାଇବା ପାଇଁ ଦୁନିଆ ଆଗରେ ଆର୍ଥିକ ସହାୟତାର ଗୁହାରି କରୁଛି ତାଲିବାନ, ଭାରତକୁ ଦେଲା ଏହି ଖାସ୍ ବାର୍ତ୍ତ
ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ହ୍ରାସ ଦେଖାଦେଇଛି । ଅଗଷ୍ଟ ୨୬ ପର୍ଯ୍ୟନ୍ତ ସାରା ଦେଶରେ ୬୧ କୋଟି ୨୨ ଲକ୍ଷ ୮ ହଜାର କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୯ ଲକ୍ଷ ୪୮ ହଜାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୫୧ କୋଟି ୪୯ ଲକ୍ଷ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୮ ଲକ୍ଷ ୨୪ ହଜାର କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତର କମ୍ ରହିଛି ।
ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୪ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୧.୦୩ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଦଶମ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।