Coronavirus in India: ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୨୪ ଲକ୍ଷ ୭୪ ହଜାର ୭୭୩ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୧୭ ଲକ୍ଷ ୨୦ ହଜାର ୧୧୨ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
Trending Photos
ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ଭୂତାଣୁ ମାମଲାରେ ଲଗାତର ହ୍ରାସ ବୃଦ୍ଧି ଦେଖାଦେଉଛି । ଆଜି ପୁଣି ୩୦ ହଜାରରୁ କମ୍ କୋରୋନା ମାମଲା ସାମ୍ନାକୁ ଆସିଛି । ସେପଟେ କେରଳ ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କୋରୋନା ମାମଲା ସର୍ବାଧିକ ଚିହ୍ନଟ ହେଉଛି । ମଙ୍ଗଳବାର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୫ ହଜାର ୪୬୭ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୫୪ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୯,୪୮୬ ସଂକ୍ରମିତ ସୁସ୍ଥ ହୋଇଛନ୍ତି ।
ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୨୪ ଲକ୍ଷ ୭୪ ହଜାର ୭୭୩ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୧୭ ଲକ୍ଷ ୨୦ ହଜାର ୧୧୨ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୩ ଲକ୍ଷ ୧୯ ହଜାର ୫୫୧ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୩୫ ହଜାର ୧୧୦ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ଅଗଷ୍ଟ ୨୩ ପର୍ଯ୍ୟନ୍ତ ସାରା ଦେଶରେ ୫୮ କୋଟି ୮୯ ଲକ୍ଷ ୯୭ ହଜାର ୮୦୫ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୩ ଲକ୍ଷ ୮୫ ହଜାର ୨୯୮ ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୫୦ କୋଟି ୯୩ ଲକ୍ଷ ୯୧ କୋରୋନା ୭୯୨ ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୬ ଲକ୍ଷ ୪୭ ହଜାର ୫୨୬ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତର କମ୍ ରହିଛି ।
ଅଧିକ ପଢ଼ନ୍ତୁ:-ପ୍ରଥମେ ନର ସଂହାର, ଏବେ ଗୁହାରି କରୁଛି ତାଲିବାନ
ଅଧିକ ପଢ଼ନ୍ତୁ:-ପୁଣି ଖସିଲା ପେଟ୍ରୋଲ-ଡିଜେଲ ଦର, ଜାଣନ୍ତୁ କ'ଣ ରହିଛି ଆଜି ରେଟ୍
ଅଧିକ ପଢ଼ନ୍ତୁ:-ବାଗଲାନ ପ୍ରଦେଶକୁ କବଜା କଲା ଅହମ୍ମଦ ମାସୁଦଙ୍କ ସେନା, ୩୦୦ରୁ ଉର୍ଦ୍ଧ୍ୱ ତାଲିବାନ ଆତଙ୍କୀ ନିହତ
ଅଧିକ ପଢ଼ନ୍ତୁ:-ବାଇଡେନଙ୍କୁ ତାଲିବାନର ଖୋଲା ଧମକ, କହିଲେ-ଯଦି ଆମେରିକା...
ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୪ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୦.୯୮ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଦଶମ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।