ପୁଣି କୋରୋନା ମାମଲାରେ ବୃଦ୍ଧି, ଦିନକରେ ଚିହ୍ନଟ ହେଲେ ଏତିକି ସଂକ୍ରମିତ
Advertisement

ପୁଣି କୋରୋନା ମାମଲାରେ ବୃଦ୍ଧି, ଦିନକରେ ଚିହ୍ନଟ ହେଲେ ଏତିକି ସଂକ୍ରମିତ

ବର୍ତ୍ତମାନ ସମୟରେ ଦେଶରେ ଦୈନିକ ପଜିଟିଭ୍ ରେଟ୍ ୧୬.୧୬ ପ୍ରତିଶତ ରହିଛି । ଗତକାଲି ଦେଶରେ ଦୈନିକ ସଂକ୍ରମଣ ଦର ୧୫.୫୨ ଥିଲା । 

ପୁଣି କୋରୋନା ମାମଲାରେ ବୃଦ୍ଧି, ଦିନକରେ ଚିହ୍ନଟ ହେଲେ ଏତିକି ସଂକ୍ରମିତ

ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ଭୂତାଣୁର ପ୍ରକୋପ କମ୍ ହେବାର ନା ନେଉନାହିଁ । ଗତକାଲି ଅପେକ୍ଷା ଆଜି କୋରୋନା ମାମଲାରେ ବୃଦ୍ଧି ଘଟିଛି । ସେହିପରି ମୃତ୍ୟୁ ସଂଖ୍ୟାରେ ବୃଦ୍ଧି ରେକର୍ଡ କରାଯାଉଛି । ସେହିପରି କୋରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍ ମାମଲା ମଧ୍ୟ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ବୁଧବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷ ୮୫ ହଜାର ୯୧୪ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୬୫ ସଂକ୍ରମିତଙ୍କର ମୃତ୍ୟୁ ମାମଲା ସାମ୍ନାକୁ ଆସିଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୯୯,୦୭୩ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୧୩,୮୨୪ ସକ୍ରିୟ ମାମଲାରେ ହ୍ରାସ ଘଟିଛି । ବର୍ତ୍ତମାନ ସମୟରେ ଦେଶରେ ଦୈନିକ ପଜିଟିଭ୍ ରେଟ୍ ୧୬.୧୬ ପ୍ରତିଶତ ରହିଛି । ଗତକାଲି ଦେଶରେ ଦୈନିକ ସଂକ୍ରମଣ ଦର ୧୫.୫୨ ଥିଲା । 

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ ୪ କୋଟି ୮୫ ହଜାର ୧୧୬ ସଂକ୍ରମିତ ମାମଲା ଚିହ୍ନଟ ହୋଇସାରିଛି । ସେହିପରି ଦେଶରେ ମୋଟ ୩ କୋଟି ୭୩ ଲକ୍ଷ ୭୦ ହଜାର ୯୭୧ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୨୨ ଲକ୍ଷ ୨୩ ହଜାର ୧୮ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୯୧ ହଜାର ୧୨୭ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।

ଏହା ବି ପଢ଼ନ୍ତୁ:-ରାସନ ଡିଲର ହେବା ପାଇଁ ଏପରି କରନ୍ତୁ ଆବେଦନ, ହେବ ମୋଟା ଅଙ୍କର ରୋଜଗାର, ଜାଣନ୍ତୁ ପୂରା ପ୍ରକ୍ରିୟା

ଏହା ବି ପଢ଼ନ୍ତୁ:-କଂଗ୍ରେସକୁ ଲାଗିଲା ଜୋରଦାର ଝଟକା; ଦଳରୁ ଇସ୍ତଫା ଦେଲେ ଦଳର ଏହି ବଡ଼ ନେତା, ବିଜେପିରେ ହେବେ ସାମିଲ

ଏହା ବି ପଢ଼ନ୍ତୁ:-କେବେ ଶେଷ ହେବ କୋରୋନା? WHO ମୁଖ୍ୟ ଦେଲେ ଏହି ବଡ଼ ବୟାନ

ଦେଶରେ ଆଜି କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ଜାନୁଆରୀ ୨୫ ପର୍ଯ୍ୟନ୍ତ ସାରା ଦେଶରେ ୧୬୩ କୋଟି ୫୮ ଲକ୍ଷ ୪୪ ହଜାର ୫୩୬ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୯ ଲକ୍ଷ ୫୦ ହଜାର ୭୩୧ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୭୨ କୋଟି ୫ ଲକ୍ଷ ୭୨ ହଜାର ୧୭୮ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୭ ଲକ୍ଷ ୬୯ ହଜାର ୭୪୫ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୧୬ ପ୍ରତିଶତରୁ ଅଧିକ ରହିଛି ।