Trending Photos
ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ଭୂତାଣୁର ତୃତୀୟ ଲହର (COVID-19 Third Wave) ର ଶେଷ ହୋଇସାରିଛି । କୋରୋନା ମାମଲାରେ ଲଗାତର ହ୍ରାସ ଘଟିବା ସହ ମୃତ୍ୟୁ ମାମଲାରେ ମଧ୍ୟ କମି ରେକର୍ଡ କରାଯାଉଛି । କିନ୍ତୁ ଆଜି କୋରୋନା ମାମଲାରେ ୧୨ ପ୍ରତିଶତ ବୃଦ୍ଧି ଘଟିଛି । ବୁଧବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ହଜାର ୮୭୬ ନୂତନ କୋରୋନା ମାମଲା (Coronavirus Case) ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୮ ସଂକ୍ରମିତଙ୍କର ମୃତ୍ୟୁ ମାମଲା (COVID-19 Deaths) ସାମ୍ନାକୁ ଆସିଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩,୮୮୪ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୧,୧୦୬ ସକ୍ରିୟ ମାମଲାରେ ହ୍ରାସ ଘଟିଛି ।
ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ ୪ କୋଟି ୨୯ ଲକ୍ଷ ୯୮ ହଜାର ୯୩୮ ସଂକ୍ରମିତ ମାମଲା ଚିହ୍ନଟ ହୋଇସାରିଛି । ସେହିପରି ଦେଶରେ ମୋଟ ୪ କୋଟି ୨୪ ଲକ୍ଷ ୫୦ ହଜାର ୫୫ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୩୨ ହଜାର ୮୧୧ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୫ ଲକ୍ଷ ୧୬ ହଜାର ୦୭୨ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ଏହା ବି ପଢ଼ନ୍ତୁ:-ଅଶୋଧିତ ତୈଳ ଦରରେ ହ୍ରାସ, ଜାଣନ୍ତୁ ଆପଣଙ୍କ ସହରରେ ଶସ୍ତା ନା ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ
ଏହା ବି ପଢ଼ନ୍ତୁ:-LIC ପଲିସି ବଦଳରେ ସହଜରେ ନେଇପାରିବେ ଶସ୍ତା ଋଣ, ଏହା ହେଉଛି ଉପାୟ
ଏହା ବି ପଢ଼ନ୍ତୁ:-ଖୁସି ଖବର: ହୋଲି ପୂର୍ବରୁ କର୍ମଚାରୀମାନଙ୍କୁ ମିଳିଲା ବଡ଼ ଉପହାର! ବଢ଼ିଲା ମହଙ୍ଗା ଭତ୍ତା
ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ମାର୍ଚ୍ଚ ୧୫୫ ପର୍ଯ୍ୟନ୍ତ ସାରା ଦେଶରେ ୧୮୦ କୋଟି ୬୦ ଲକ୍ଷ ୯୩ ହଜାର ୧୦୭ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୮ ଲକ୍ଷ ୯୨ ହଜାର ୧୪୩ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୭୮ କୋଟି ୫ ଲକ୍ଷ ୬ ହଜାର ୯୭୪ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୭ ଲକ୍ଷ ୫୨ ହଜାର ୮୧୮ କୋରୋନା ନମୁନା ପରୀକ୍ଷା କରାଯାଇଛି ।