ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ବୁଧବାର ୬,୮୪୯ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
Trending Photos
ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ଭୂତାଣୁ ମାମଲାରେ ହ୍ରାସ ବୃଦ୍ଧି ଲାଗି ରହିଛି । ସେପଟେ ଦେଶରେ ମୃତ୍ୟୁ ମାମଲାରେ ବୃଦ୍ଧି ଘଟିଛି । ଗୁରୁବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୧ ହଜାର ୯୧୯ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୭୦ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୧,୨୪୨ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୨୦୭ ସକ୍ରିୟ ମାମଲାରେ ବୃଦ୍ଧି ଘଟିଛି ।
ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ବୁଧବାର ୬,୮୪୯ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୫୦ ଲକ୍ଷ ୭୭ ହଜାର ୯୮୪କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୮୮ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩୬,୪୭୫ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬,୦୪୬ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଯାହା ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୪୯,୭୭,୧୨୬ କୋରୋନା ସଂକ୍ରମିତ ସୁସ୍ଥ ହୋଇସାରିଛନ୍ତି । ରାଜ୍ୟରେ ବର୍ତ୍ତମାନ ସମୟରେ ୬୩,୭୫୨ କୋରୋନାର ସକ୍ରିୟ ମାମଲା ରହିଛି ।
ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୪ ଲକ୍ଷ ୬୯ ହଜାର ୬୫୨ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୩୮ ଲକ୍ଷ ୮୫ ହଜାର ୧୩୨ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୧ ଲକ୍ଷ ୨୮ ହଜାର ୭୬୨ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୬୪ ହଜାର ୬୨୩ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ଦେଶରେ ଆଜି କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ହ୍ରାସ ଦେଖାଦେଇଛି । ନଭେମ୍ୱର ୧୭ ପର୍ଯ୍ୟନ୍ତ ସାରା ଦେଶରେ ୧୧୪ କୋଟି ୪୬ ଲକ୍ଷ ୩୨ ହଜାର ୮୫୧ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୩ ଲକ୍ଷ ୪୪ ହଜାର ୭୩୯ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୬୨ କୋଟି ୮୨ ଲକ୍ଷ ୪୮ ହଜାର ୮୪୧ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୨ ଲକ୍ଷ ୩୦ ହଜାର ୫୦୫ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୨ ପ୍ରତିଶତର କମ୍ ରହିଛି ।
ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୫ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୮ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୦.୪୩ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଅଷ୍ଟାଦଶ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।
ଏହା ବି ପଢ଼ନ୍ତୁ:-ଶେଷରେ ଧୋନିଙ୍କ ପରି ଟିମ୍ ଇଣ୍ଡିଆକୁ ମିଳିଯାଇଛି ଫିନିସର୍, ଏହି ଖେଳାଳି ମାହିଙ୍କ ପରି ଦମଦାର୍!
ଏହା ବି ପଢ଼ନ୍ତୁ:-ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍
ଏହା ବି ପଢ଼ନ୍ତୁ:-ପୁରୁଷଙ୍କ ଶାରୀରିକ ଦୁର୍ବଳତା ଦୂର କରିବାରେ ବହୁତ ପ୍ରଭାବଶାଳୀ ୧୨ଟି କିସମିସ! ଏହି ସମୟରେ କରନ୍ତୁ ସେବନ, ମିଳିବ ଆଶ୍ଚର୍ଯ୍ୟଜନକ ଲାଭ
ଏହା ବି ପଢ଼ନ୍ତୁ:-ରୁପା ଦରରେ ହ୍ରାସ, ଜାଣନ୍ତୁ କ'ଣ ରହିଛି ସୁନାର ନୂଆ ରେଟ୍
ଏହା ବି ପଢ଼ନ୍ତୁ:-କର୍ମଚାରୀଙ୍କୁ ନୂଆ ବର୍ଷରେ ମିଳିବ ଖୁସି ଖବର! ଦରମା ବୃଦ୍ଧି ସହିତ ହୋଇପାରେ ଏହି ବଡ଼ ଘୋଷଣା