ଦେଶରେ ଦିନକରେ ଚିହ୍ନଟ ହେଲା ଏତିକି ମାମଲା, ୨୪୯ ସଂକ୍ରମିତଙ୍କ ମୃତ୍ୟୁ
Advertisement
Article Detail0/zeeodisha/odisha1032567

ଦେଶରେ ଦିନକରେ ଚିହ୍ନଟ ହେଲା ଏତିକି ମାମଲା, ୨୪୯ ସଂକ୍ରମିତଙ୍କ ମୃତ୍ୟୁ

ଦେଶରେ ଆଜି କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ନଭେମ୍ୱର ୨୧ ପର୍ଯ୍ୟନ୍ତ ସାରା ଦେଶରେ ୧୧୬ କୋଟି ୮୭ ଲକ୍ଷ ୨୮ ହଜାର ୩୮୫ କୋରୋନା ଟିକାର ଡୋଜ ଲଗାଯାଇଛି । 

ଦେଶରେ ଦିନକରେ ଚିହ୍ନଟ ହେଲା ଏତିକି ମାମଲା, ୨୪୯ ସଂକ୍ରମିତଙ୍କ ମୃତ୍ୟୁ

ନୂଆଦିଲ୍ଲୀ: Coronavirus in India: ଦେଶରେ ଭୂତାଣୁ ମାମଲାରେ ହ୍ରାସ ବୃଦ୍ଧି ଲାଗି ରହିଛି । ସେହିପରି ଦେଶରେ ମୃତ୍ୟୁ ମାମଲାରେ ହ୍ରାସ ଘଟିଛି । ସୋମବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮ ହଜାର ୪୮୮ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୪୯ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୨,୫୧୦ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୪୨୭୧ ସକ୍ରିୟ ମାମଲାରେ ହ୍ରାସ ଘଟିଛି । 

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ରବିବାର ୫,୦୮୦ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୫୧ ଲକ୍ଷ ୦୧ ହଜାର ୦୦୪କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯୬ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩୭,୪୯୫ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭,୯୦୮ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଯାହା ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୫୦,୦୪,୭୮୬ କୋରୋନା ସଂକ୍ରମିତ ସୁସ୍ଥ ହୋଇସାରିଛନ୍ତି । ରାଜ୍ୟରେ ବର୍ତ୍ତମାନ ସମୟରେ ୫୮,୦୮୯ କୋରୋନାର ସକ୍ରିୟ ମାମଲା ରହିଛି ।

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୫ ଲକ୍ଷ ୧୮ ହଜାର ୯୦୧ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୩୯ ଲକ୍ଷ ୩୪ ହଜାର ୫୪୭ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୧ ଲକ୍ଷ ୧୮ ହଜାର ୪୪୩ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୬୫ ହଜାର ୯୧୧ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଦେଶରେ ଆଜି କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ନଭେମ୍ୱର ୨୧ ପର୍ଯ୍ୟନ୍ତ ସାରା ଦେଶରେ ୧୧୬ କୋଟି ୮୭ ଲକ୍ଷ ୨୮ ହଜାର ୩୮୫ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୨ ଲକ୍ଷ ୯୯ ହଜାର ୩୩୭ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୬୩ କୋଟି ୨୫ ଲକ୍ଷ ୨୪ ହଜାର ୨୫୯ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୭ ଲକ୍ଷ ୮୩ ହଜାର ୫୬୭ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୨ ପ୍ରତିଶତର କମ୍ ରହିଛି ।

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୫ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୮ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୦.୩୪ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଅଷ୍ଟାଦଶ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।

ଏହା ବି ପଢ଼ନ୍ତୁ:-ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

ଏହା ବି ପଢ଼ନ୍ତୁ:-ଭଲ ଖବର! ପୁଣି ଶସ୍ତା ହେଲା ଖାଇବା ତେଲ, ହ୍ରାସ ପାଇଲା ସୋରିଷ ତେଲ ସମେତ ସମସ୍ତ ତେଲ ଦର