ଟେନସନ୍ ବଢ଼ାଇଲା କୋରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍, ଦିନକରେ ଚିହ୍ନଟ ହେଲେ ଏତିକି ସଂକ୍ରମିତ
Advertisement

ଟେନସନ୍ ବଢ଼ାଇଲା କୋରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍, ଦିନକରେ ଚିହ୍ନଟ ହେଲେ ଏତିକି ସଂକ୍ରମିତ

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ମଙ୍ଗଳବାର ୨,୪୭୪ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଟେନସନ୍ ବଢ଼ାଇଲା କୋରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍, ଦିନକରେ ଚିହ୍ନଟ ହେଲେ ଏତିକି ସଂକ୍ରମିତ

ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ମାମଲାରେ ପୁଣି ଥରେ ବୃଦ୍ଧିଲ ଦେଖାଦେଇଛି । ଲଗାତର ଓମିକ୍ରନର ମାମଲା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଦେଶରେ ବର୍ତ୍ତମାନ ସୁଦ୍ଧା ୭୮୧ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ହୋଇସାରିଛି । ସେପଟେ ବୁଧବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯ ହଜାର ୧୯୫ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦୨ ସଂକ୍ରମିତଙ୍କର ମୃତ୍ୟୁ ମାମଲା ସାମ୍ନାକୁ ଆସିଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭,୩୪୭ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୧୫୪୬ ସକ୍ରିୟ ମାମଲାରେ ହ୍ରାସ ଘଟିଛି । 

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ମଙ୍ଗଳବାର ୨,୪୭୪ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୫୨ ଲକ୍ଷ ୩୯ ହଜାର ୨୩୨କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ନୂଆ ଓ ପୁରୁଣା ରେକର୍ଡ ଅନୁଯାୟୀ ୨୪୪ ସଂକ୍ରମିତ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୪୭,୦୬୬ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨,୩୦୨ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଯାହା ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୫୧,୭୦,୩୩୦ କୋରୋନା ସଂକ୍ରମିତ ସୁସ୍ଥ ହୋଇସାରିଛନ୍ତି । ରାଜ୍ୟରେ ବର୍ତ୍ତମାନ ସମୟରେ ୨୦,୪୦୦ କୋରୋନାର ସକ୍ରିୟ ମାମଲା ରହିଛି ।
   
ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୭ ଲକ୍ଷ ୬୭ ହଜାର ୩୦୦  ସଂକ୍ରମିତ ଚିହ୍ନଟ ହୋଇସାରିଛି । ସେହିପରି ୩ କୋଟି ୪୨ ଲକ୍ଷ ୫୧ ହଜାର ୨୯୨ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୭୭ ହଜାର ୨ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୮୦ ହଜାର ୫୯୨ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।

ଏହା ବି ପଢ଼ନ୍ତୁ:-ତାଣ୍ଡବ କରୁଛି କୋରୋନା, ଫ୍ରାନ୍ସ ଓ ବ୍ରିଟେନରେ ଦିନକରେ ରେକର୍ଡ ମାମଲା ଚିହ୍ନଟ; ସାରା ଦୁନିଆରେ ପୁଣି ବଢିବାକୁ ଲାଗିଛି କୋଭିଡ-19 ସଙ୍କଟ

ଏହା ବି ପଢ଼ନ୍ତୁ:-ରୋହିତ ନୁହେଁ, ଏଣିକି ଏହି ୨ ଖେଳାଳି ପାଲଟିବେ କୋହଲିଙ୍କ ଶତ୍ରୁ? ଜାଣନ୍ତୁ ଏହାର କାରଣ...

ଏହା ବି ପଢ଼ନ୍ତୁ:-ହରିଶ ରାୱତ ବିଜେପିକୁ ଦେଲେ ଝଟକା! କଂଗ୍ରେସରେ ଯୋଗଦେଲେ ଅନେକ ନେତା

 

ଦେଶରେ ଆଜି କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ହ୍ରାସ ଦେଖାଦେଇଛି । ଡିସେମ୍ୱର ୨୮ ପର୍ଯ୍ୟନ୍ତ ସାରା ଦେଶରେ ୧୪୩ କୋଟି ୧୫ ଲକ୍ଷ ୩୫ ହଜାର ୬୪୧ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୪ ଲକ୍ଷ ୬୧ ହଜାର ୩୨୧ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୬୭ କୋଟି ୫୨ ଲକ୍ଷ ୪୬ ହଜାର ୧୪୩ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଲକ୍ଷ ୬୭ ହଜାର ୬୧୨ କୋରୋନା ନମୁନା ପରୀକ୍ଷା କରାଯାଇଛି ।