କୋରୋନା ମାମଲାରେ ଆସିଲା ଗୁଡ୍ ନ୍ୟୁଜ୍
Advertisement

କୋରୋନା ମାମଲାରେ ଆସିଲା ଗୁଡ୍ ନ୍ୟୁଜ୍

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ସୋମବାର ୩,୩୮୨ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । 

କୋରୋନା ମାମଲାରେ ଆସିଲା ଗୁଡ୍ ନ୍ୟୁଜ୍

ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ଭୂତାଣୁ ମାମଲାରେ ଧୀରେ ଧୀରେ ହ୍ରାସ ରେକର୍ଡ କରାଯାଉଛି । ସେହିପରି ଦେଶରେ ମୃତ୍ୟୁ ମାମଲା ମଧ୍ୟ ସାମାନ୍ୟ ତଳକୁ ଖସିଛି । ମଙ୍ଗଳବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬ ହଜାର ୯୯୦ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୯୦ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦,୧୧୬ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୩୩୧୬ ସକ୍ରିୟ ମାମଲାରେ ହ୍ରାସ ଘଟିଛି । 

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ସୋମବାର ୩,୩୮୨ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୫୧ ଲକ୍ଷ ୩୭ ହଜାର ୦୯୧କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୭ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩୯,୯୫୫ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫,୭୭୯ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଯାହା ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୫୦,୫୧,୯୯୮ କୋରୋନା ସଂକ୍ରମିତ ସୁସ୍ଥ ହୋଇସାରିଛନ୍ତି । ରାଜ୍ୟରେ ବର୍ତ୍ତମାନ ସମୟରେ ୪୪,୪୮୭ କୋରୋନାର ସକ୍ରିୟ ମାମଲା ରହିଛି ।

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୫ ଲକ୍ଷ ୫୭ ହଜାର ୮୮୨ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୪୦ ଲକ୍ଷ ୧୮ ହଜାର ୨୯୯ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୧ ଲକ୍ଷ ୫୪୩ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୬୮ ହଜାର ୯୮୦ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ନଭେମ୍ୱର ୨୯ ପର୍ଯ୍ୟନ୍ତ ସାରା ଦେଶରେ ୧୨୩ କୋଟି ୨୫ ଲକ୍ଷ ୨ ହଜାର ୭୬୭ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୮ ଲକ୍ଷ ୮୦ ହଜାର ୫୪୫ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୬୪ କୋଟି ୧୩ ଲକ୍ଷ ୩ ହଜାର ୮୪୮ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୦ ଲକ୍ଷ ୧୨ ହଜାର ୫୨୩ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୨ ପ୍ରତିଶତର କମ୍ ରହିଛି ।

ଏହା ବି ପଢ଼ନ୍ତୁ:-ପୁରୁଷମାନେ ପ୍ରତିଦିନ ଏହି ସମୟରେ ଖାଆନ୍ତୁ ରସୁଣର କେବଳ ଗୋଟିଏ କୋଲା, ତା’ପରେ ଦେଖନ୍ତୁ ଚମତ୍କାର!

ଏହା ବି ପଢ଼ନ୍ତୁ:-ପତିଙ୍କ ସହ ପ୍ରକାଶ ପର୍ବ ପାଳନ କରିବା ପାଇଁ ଲାହୋରକୁ ଯାଇଥିଲେ ମହିଲା, ଜଣେ ପାକିସ୍ତାନୀ ବ୍ୟକ୍ତିଙ୍କୁ କଲେ ବିବାହ

ଏହା ବି ପଢ଼ନ୍ତୁ:-ଭାରତୀୟ ବଂଶୋଦ୍ଭବ ଏହି ୨ ଖେଳାଳି ଭାଙ୍ଗିଲେ ଟିମ୍ ଇଣ୍ଡିଆର ସ୍ୱପ୍ନ, ଶେଷ ୫୨ ବଲ୍ ପର୍ଯ୍ୟନ୍ତ ଚାଲିଥିଲା ସଂଘର୍ଷ

ଏହା ବି ପଢ଼ନ୍ତୁ:-୩୦ ବର୍ଷ ପରେ କଂଗ୍ରେସରେ ଦେଖିବାକୁ ମିଳୁଛି 'ଖୁସି', କିନ୍ତୁ ୟୁପି ଜିତିବା ପାଇଁ ଦଳ ସାମ୍ନାରେ ରହିଛି ଏସବୁ ଚ୍ୟାଲେଞ୍ଜ

ଏହା ବି ପଢ଼ନ୍ତୁ:-ଚୀନର ଋଣ ଜାଲରେ ଫସିଲା ଆଉ ଏକ ଦେଶ, 'ଡ୍ରାଗନ'କୁ ହସ୍ତାନ୍ତର କରିବାକୁ ବାଧ୍ୟ ହେଲା ଦେଶର ଏକମାତ୍ର ଅନ୍ତର୍ଜାତୀୟ ବିମାନବନ୍ଦର