କୋରୋନା ସଙ୍କଟ: ଦେଶରେ ଦିନକରେ ଚିହ୍ନଟ ହେଲେ ଏତିକି ମାମଲା, ଆଖି ବୁଜିଲେ ୨୮୧ ସଂକ୍ରମିତ
Advertisement
Article Detail0/zeeodisha/odisha988710

କୋରୋନା ସଙ୍କଟ: ଦେଶରେ ଦିନକରେ ଚିହ୍ନଟ ହେଲେ ଏତିକି ମାମଲା, ଆଖି ବୁଜିଲେ ୨୮୧ ସଂକ୍ରମିତ

Coronavirus in India: ଦେଶରେ ଆଜି କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ହ୍ରାସ ଦେଖାଦେଇଛି । ସେପ୍ଟେମ୍ୱର ୧୭ ପର୍ଯ୍ୟନ୍ତ ସାରା ଦେଶରେ ୭୯ କୋଟି ୩୩ ଲକ୍ଷ  କୋରୋନା ଟିକାର ଡୋଜ ଲଗାଯାଇଛି । 

କୋରୋନା ସଙ୍କଟ: ଦେଶରେ ଦିନକରେ ଚିହ୍ନଟ ହେଲେ ଏତିକି ମାମଲା, ଆଖି ବୁଜିଲେ ୨୮୧ ସଂକ୍ରମିତ

ନୂଆଦିଲ୍ଲୀ: Coronavirus in India: ଭାରତରେ ଲଗାତର କୋରୋନା ଭୂତାଣୁ ମାମଲାରେ ହ୍ରାସ ବୃଦ୍ଧି ଲାଗିରହିଛି । ଶନିବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୫ ହଜାର ୬୬୨ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୮୧ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୩,୭୯୮ ସଂକ୍ରମିତ ସୁସ୍ଥ ହୋଇଛନ୍ତି ।

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩୪ ଲକ୍ଷ ୧୭ ହଜାର ୩୯୦ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୨୬ ଲକ୍ଷ ୩୨ ହଜାର ୨୨୨ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୩ ଲକ୍ଷ ୨୬ ହଜାର ୬୩୯ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୪୪ ହଜାର ୫୨୯ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ସୋମବାର ୨୩,୨୬୦ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୪୪ ଲକ୍ଷ ୬୯ ହଜାର ୪୮୮କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୩୧ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୩,୨୯୬ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଗତ ୨୪ ଘଣ୍ଟା ମଧ୍ୟରେ କେରଳରେ ୨୦,୩୮୮ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ସମୟରେ ରାଜ୍ୟରେ ୧ ଲକ୍ଷ ୮୮ ହଜାର ୯୨୬ ସକ୍ରିୟ ମାମଲା ରହିଛି । 

ଦେଶରେ ଆଜି କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ହ୍ରାସ ଦେଖାଦେଇଛି । ସେପ୍ଟେମ୍ୱର ୧୭ ପର୍ଯ୍ୟନ୍ତ ସାରା ଦେଶରେ ୭୯ କୋଟି ୩୩ ଲକ୍ଷ  କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨.୫୦ କୋଟି କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୫୫ କୋଟି ୭ ଲକ୍ଷ ୮୦ ହଜାର ୨୭୩ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୪ ଲକ୍ଷ ୪୮ ହଜାର ୮୮୩ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତର କମ୍ ରହିଛି ।

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୩ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୧.୧୩ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ସପ୍ତମ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।

ଅଧିକ ପଢ଼ନ୍ତୁ:-ପୋଷ୍ଟ ଅଫିସ ନା ବ୍ୟାଙ୍କ? ଜାଣନ୍ତୁ କେଉଁଠାରେ ପ୍ରଥମେ ଡବଲ ହେବ ଆପଣଙ୍କ ଟଙ୍କା

ଅଧିକ ପଢ଼ନ୍ତୁ:-ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

ଅଧିକ ପଢ଼ନ୍ତୁ:-ଆୟୁର୍ବେଦ ଅନୁଯାୟୀ, ଖାଦ୍ୟ ଖାଇବା ପରେ ତୁରନ୍ତ କରନ୍ତୁ ନାହିଁ ଏହି ୬ଟି କାମ