ଦେଶରେ ବଢ଼ିଲା କୋରୋନା ସଙ୍କଟ: ଦିନକରେ ଚିହ୍ନଟ ହେଲା ୪୫ ହଜାରରୁ ଉର୍ଦ୍ଧ୍ୱ ମାମଲା, ଆଖି ବୁଜିଲେ ଏତିକି ସଂକ୍ରମିତ
Advertisement
Article Detail0/zeeodisha/odisha972948

ଦେଶରେ ବଢ଼ିଲା କୋରୋନା ସଙ୍କଟ: ଦିନକରେ ଚିହ୍ନଟ ହେଲା ୪୫ ହଜାରରୁ ଉର୍ଦ୍ଧ୍ୱ ମାମଲା, ଆଖି ବୁଜିଲେ ଏତିକି ସଂକ୍ରମିତ

Coronavirus in India: ଗତ ୨୪ ଘଣ୍ଟା ମଧ୍ୟରେ କେରଳରେ କୋଭିଡ-19ର ୩୧,୪୪୫ ନୂଆ ମାମଲା ଚିହ୍ନଟ ହୋଇଛି ଓ ୨୧୫ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।

ଦେଶରେ ବଢ଼ିଲା କୋରୋନା ସଙ୍କଟ: ଦିନକରେ ଚିହ୍ନଟ ହେଲା ୪୫ ହଜାରରୁ ଉର୍ଦ୍ଧ୍ୱ ମାମଲା, ଆଖି ବୁଜିଲେ ଏତିକି ସଂକ୍ରମିତ

ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ଭୂତାଣୁ ସଙ୍କଟ ଦିନକୁ ଦିନ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ କୋରୋନା ମାମଲାରେ ପୁଣି ବୃଦ୍ଧି ରେକର୍ଡ କରାଯାଇଛି । ଆଜି ୪୦ ହଜାରରୁ ଉର୍ଦ୍ଧ୍ୱ କୋରୋନା ମାମଲା ସାମ୍ନାକୁ ଆସିଛି । ସେପଟେ କେରଳ ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କୋରୋନା ମାମଲା ସର୍ବାଧିକ ଚିହ୍ନଟ ହେଉଛି । ଗୁରୁବାର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୬ ହଜାର ୧୬୪ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୦୭ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୪,୧୫୯ ସଂକ୍ରମିତ ସୁସ୍ଥ ହୋଇଛନ୍ତି ।  ଗତ ୨୪ ଘଣ୍ଟା ମଧ୍ୟରେ କେରଳରେ କୋଭିଡ-19ର ୩୧,୪୪୫ ନୂଆ ମାମଲା ଚିହ୍ନଟ ହୋଇଛି ଓ ୨୧୫ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।

ଅଧିକ ପଢ଼ନ୍ତୁ:-ଜାରି ହେଲା ଆଜିର ଡିଜେଲ-ପେଟ୍ରୋଲର ନୂଆ ଦାମ୍, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

ଅଧିକ ପଢ଼ନ୍ତୁ:-ତାଲିବାନ ଦେଲା ଚେତାବନୀ, କହିଲା-ବର୍ତ୍ତମାନ କୌଣସି ଆଫଗାନ ନାଗରିକଙ୍କୁ...

ଅଧିକ ପଢ଼ନ୍ତୁ:-ତାଲିବାନକୁ ଲାଗିଲା ଆଉ ଆଉ ଏକ ବଡ଼ ଝଟକା

ଅଧିକ ପଢ଼ନ୍ତୁ:-LIC ପଲିସି ଧାରକମାନେ ହୋଇଯାଆନ୍ତୁ ସାବଧାନ! ବୁଡ଼ି ଯାଇପାରେ ଆପଣଙ୍କ ଜୀବନ ସାରାର କଷ୍ଟ ଉପାର୍ଜିତ ଧନ, ଜାଣନ୍ତୁ ସଂପୂର୍ଣ୍ଣ ମାମଲା

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୨୫ ଲକ୍ଷ ୫୮ ହଜାର ୫୩୦ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୧୭ ଲକ୍ଷ ୮୮ ହଜାର ୪୪୦ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୩ ଲକ୍ଷ ୩୩ ହଜାର ୭୨୫ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୩୬ ହଜାର ୩୬୫ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ହ୍ରାସ ଦେଖାଦେଇଛି । ଅଗଷ୍ଟ ୨୫ ପର୍ଯ୍ୟନ୍ତ ସାରା ଦେଶରେ ୬୦ କୋଟି ୩୮ ଲକ୍ଷ ୪୬ ହଜାର ୪୭୫ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮୦ ଲକ୍ଷ ୪୦ ହଜାର ୪୦୭ ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୫୧ କୋଟି ୩୧ ଲକ୍ଷ ୨୯ ହଜାର ୩୭୮ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୭ ଲକ୍ଷ ୮୭ ହଜାର ୨୮୩ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତର କମ୍ ରହିଛି ।

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୪ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୦.୯୮ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଦଶମ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।