ପୁଣି ଚିନ୍ତା ବଢ଼ାଇଲା କୋରୋନା: ଦିନକରେ ୪୦ ହଜାରରୁ ଉର୍ଦ୍ଧ୍ୱ ମାମଲା ଚିହ୍ନଟ, ପ୍ରାୟ ୪ ହଜାର ସଂକ୍ରମିତଙ୍କ ମୃତ୍ୟୁ
Advertisement

ପୁଣି ଚିନ୍ତା ବଢ଼ାଇଲା କୋରୋନା: ଦିନକରେ ୪୦ ହଜାରରୁ ଉର୍ଦ୍ଧ୍ୱ ମାମଲା ଚିହ୍ନଟ, ପ୍ରାୟ ୪ ହଜାର ସଂକ୍ରମିତଙ୍କ ମୃତ୍ୟୁ

Coronavirus in India: ଦେଶରେ ଗତକାଲି ୧୨୫ ଦିନ ପରେ କୋରୋନା ଭୂତାଣୁର ସବୁଠାରୁ କମ୍ ୩୦ ହଜାର ୯୩ ନୂଆ ମାମଲା ଚିହ୍ନଟ ହୋଇଥିଲା । କିନ୍ତୁ କୋରୋନା ବୁଧବାର ପୁଣି ଚିନ୍ତା ବଢାଇଦେଇଛି । ବୁଧବାର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୨ ହଜାର ୧୫ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଗତ ୨୪ ଘଣ୍ଟା ମ

ପୁଣି ଚିନ୍ତା ବଢ଼ାଇଲା କୋରୋନା: ଦିନକରେ ୪୦ ହଜାରରୁ ଉର୍ଦ୍ଧ୍ୱ ମାମଲା ଚିହ୍ନଟ, ପ୍ରାୟ ୪ ହଜାର ସଂକ୍ରମିତଙ୍କ ମୃତ୍ୟୁ

ନୂଆଦିଲ୍ଲୀ: Coronavirus in India: ଦେଶରେ ଗତକାଲି ୧୨୫ ଦିନ ପରେ କୋରୋନା ଭୂତାଣୁର ସବୁଠାରୁ କମ୍ ୩୦ ହଜାର ୯୩ ନୂଆ ମାମଲା ଚିହ୍ନଟ ହୋଇଥିଲା । କିନ୍ତୁ କୋରୋନା ବୁଧବାର ପୁଣି ଚିନ୍ତା ବଢାଇଦେଇଛି । ବୁଧବାର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୨ ହଜାର ୧୫ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୯୯୮ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଅନ୍ୟପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୬,୯୭୭ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଦେଶରେ ବିଗତ ଦିନରେ ହୋଇଥିବା ମୃତ୍ୟୁ ଗତ ୩୯ ଦିନ ମଧ୍ୟରେ ଏହା ମୃତ୍ୟୁ ସର୍ବାଧିକ । ଏହାପୂର୍ବରୁ ଜୁନ୍ ୧୧ରେ ୩୯୯୬ ସଂକ୍ରମିତଙ୍କର ମୃତ୍ୟୁ ହୋଇଥିଲା । ତେବେ ପୋର୍ଟାଲରେ ମହାରାଷ୍ଟ୍ରରେ ପୁରୁଣା ମୃତ୍ୟୁର ଅପଡେଟ୍ ହେତୁ ମୃତ୍ୟୁସଂଖ୍ୟାରେ ଏତେ ବଡ ବୃଦ୍ଧି ଘଟିଛି । 

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୧୨ ଲକ୍ଷ ୧୬ ହଜାର କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୩ ଲକ୍ଷ ୯୦ ହଜାର ୬୮୭ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୪ ଲକ୍ଷ ୭ ହଜାର ୧୭୦ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୧୮ ହଜାର ୪୮୦ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଅଧିକ ପଢ଼ନ୍ତୁ:-ଦୁନିଆର ୬ଟି ଦେଶର ଶପଥ, କ୍ଷମତା ବଳରେ ତାଲିବାନକୁ କରିବାକୁ ଦେବେ ନାହିଁ ଦଖଲ

ଦେଶରେ ଆଜି କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ କମି ଦେଖାଦେଇଛି । ଜୁଲାଇ ୨୦ ପର୍ଯ୍ୟନ୍ତ ସାରା ଦେଶରେ ୪୧ କୋଟି ୫୪ ଲକ୍ଷ ୭୨ ହଜାର ୪୫୫ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୪ ଲକ୍ଷ ୨୪ ହଜାର ୪୪୬ ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୪୪ କୋଟି ୯୧ ଲକ୍ଷ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୮ ଲକ୍ଷ ୫୨ ହଜାର କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତରୁ କମ୍ ରହିଛି ।

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୩ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୧.୩୦ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ସପ୍ତମ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।

ଅଧିକ ପଢ଼ନ୍ତୁ:-ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

୮ଟି ରାଜ୍ୟରେ ଲକଡାଉନ୍ ପରି ପ୍ରତିବନ୍ଧକ

ଦେଶର ୮ଟି ରାଜ୍ୟରେ ସମ୍ପୂର୍ଣ୍ଣ ଲକଡାଉନ୍ ଭଳି ପ୍ରତିବନ୍ଧକ ଅଛି । ଏଥିମଧ୍ୟରେ ପଶ୍ଚିମବଙ୍ଗ, ହିମାଚଳ ପ୍ରଦେଶ, ଝାଡଖଣ୍ଡ, ଓଡିଶା, ତାମିଲନାଡୁ, ମିଜୋରାମ, ଗୋଆ ଏବଂ ପୁଡୁଚେରୀ ଅନ୍ତର୍ଭୁକ୍ତ ରହିଛି । ପୂର୍ବ ଲକଡାଉନ୍ ପରି ଏଠାରେ କଡା ପ୍ରତିବନ୍ଧକ ଲଗାଯାଇଛି ।

୨୩ଟି ରାଜ୍ୟ /କେନ୍ଦ୍ର ଶାସିତ ଅଞ୍ଚଳରେ ଆଂଶିକ ଲକଡାଉନ୍ 

ଦେଶର ୨୩ଟି ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳରେ ଆଂଶିକ ତାଲା ପଡିଛି । ଏଠାରେ ପ୍ରତିବନ୍ଧକ ସହିତ ରିହାତି ମଧ୍ୟ ଅଛି । ଏଥିମଧ୍ୟରେ ଛତିଶଗଡ, କର୍ଣ୍ଣାଟକ, କେରଳ, ବିହାର, ଦିଲ୍ଲୀ, ମହାରାଷ୍ଟ୍ର, ରାଜସ୍ଥାନ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ହରିୟାଣା, ପଞ୍ଜାବ, ଜମ୍ମୁ-କଶ୍ମୀର, ଲଦାଖ, ଉତ୍ତରପ୍ରଦେଶ, ଅରୁଣାଚଳ ପ୍ରଦେଶ, ସିକ୍କିମ, ମେଘାଳୟ, ନାଗାଲାଣ୍ଡ, ଆସାମପୁର ପ୍ରଦେଶ ଏବଂ ଗୁଜରାଟ ଅନ୍ତର୍ଭୁକ୍ତ ରହିଛି ।