ପୁଣି ଚିନ୍ତା ବଢ଼ାଇଲା କୋରୋନା: ଦିନକରେ ୪୦ ହଜାରରୁ ଉର୍ଦ୍ଧ୍ୱ ମାମଲା ଚିହ୍ନଟ, ୬ ଶହରୁ ଅଧିକ ସଂକ୍ରମିତଙ୍କ ମୃତ୍ୟୁ
Advertisement

ପୁଣି ଚିନ୍ତା ବଢ଼ାଇଲା କୋରୋନା: ଦିନକରେ ୪୦ ହଜାରରୁ ଉର୍ଦ୍ଧ୍ୱ ମାମଲା ଚିହ୍ନଟ, ୬ ଶହରୁ ଅଧିକ ସଂକ୍ରମିତଙ୍କ ମୃତ୍ୟୁ

ଅନ୍ୟପଟେ କେରଳର କୋରୋନା ଗ୍ରାଫ୍ କ୍ରମାଗତ ଭାବେ ଚିନ୍ତା ବଢାଉଛି । ମଙ୍ଗଳବାର ଏଠାରେ ୨୨,୧୨୯ ସଂକ୍ରମିତ ମାମଲା ଚିହ୍ନଟ କରାଯାଇଛି ।

ପୁଣି ଚିନ୍ତା ବଢ଼ାଇଲା କୋରୋନା: ଦିନକରେ ୪୦ ହଜାରରୁ ଉର୍ଦ୍ଧ୍ୱ ମାମଲା ଚିହ୍ନଟ, ୬ ଶହରୁ ଅଧିକ ସଂକ୍ରମିତଙ୍କ ମୃତ୍ୟୁ

ନୂଆଦିଲ୍ଲୀ: Coronavirus in India: ଦେଶରେ ପୁଣି ଥରେ କୋରୋନା ମାମଲାରେ ବୃଦ୍ଧି ରେକର୍ଡ କରାଯାଇଛି । ଏହାସହ କୋରୋନା ଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ବୃଦ୍ଧି ଘଟିଛି । ଯାହା ପରେ ଚିନ୍ତା ବଢ଼ିଯାଇଛି । ବୁଧବାର ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୩ ହଜାର ୬୫୪ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୪୦ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଆଶ୍ୱସ୍ତିକର ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୧,୬୭୮ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଫଳରେ ଦିନକରେ ୧୩୩୬ ମାମଲା ବଢ଼ିଯାଇଛି । 

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୧୪ ଲକ୍ଷ ୮୪ ହଜାର  କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୬ ଲକ୍ଷ ୬୩ ହଜାର ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୩ ଲକ୍ଷ ୯୯ ହଜାର କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୨୨ ହଜାର ୨୨ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଦେଶରେ ଆଜି କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ହ୍ରାସ ଦେଖାଦେଇଛି । ଜୁଲାଇ ୨୭ ପର୍ଯ୍ୟନ୍ତ ସାରା ଦେଶରେ ୪୪ କୋଟି ୬୧ ଲକ୍ଷ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୦ ଲକ୍ଷ ୨ ହଜାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୪୫ କୋଟି ୯ ଲକ୍ଷ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୭ ଲକ୍ଷ ୩୬ ହଜାର କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତର କମ୍ ରହିଛି ।

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୪ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୧.୨୭ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ସପ୍ତମ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।

ଅନ୍ୟପଟେ କେରଳର କୋରୋନା ଗ୍ରାଫ୍ କ୍ରମାଗତ ଭାବେ ଚିନ୍ତା ବଢାଉଛି । ମଙ୍ଗଳବାର ଏଠାରେ ୨୨,୧୨୯ ସଂକ୍ରମିତ ମାମଲା ଚିହ୍ନଟ କରାଯାଇଛି । ଗତ ଦୁଇ ମାସ ମଧ୍ୟରେ ଏହି ସଂଖ୍ୟା ସର୍ବାଧିକ । ଏହାପୂର୍ବରୁ ମେ ୨୯ରେ ୨୩,୫୧୩ କୋରୋନା ମାମଲା ଚିହ୍ନଟ ହୋଇଥିଲା । ମଙ୍ଗଳବାର କେରଳରେ ୧୫୬ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏହାସହ ୧୩,୪୧୫ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ଏପର୍ଯ୍ୟନ୍ତ ୩୩.୦୫ ଲକ୍ଷ ଲୋକ ସଂକ୍ରମଣର ଶିକାର ହୋଇଛନ୍ତି । ଏଥିମଧ୍ୟରୁ ୩୧.୪୩ ଲକ୍ଷ ଲୋକ ଆରୋଗ୍ୟ ହୋଇଥିବାବେଳେ ୧୬,୩୨୭ ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ସମୟରେ ୧.୪୫ ଲକ୍ଷ ସଂକ୍ରମିତ ଚିକିତ୍ସିତ ହେଉଛନ୍ତି । 

ଅଧିକ ପଢ଼ନ୍ତୁ:-ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍ ନୂଆ ଦାମ୍, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

ଏହିପରି ମଙ୍ଗଳବାର ମହାରାଷ୍ଟ୍ରରେ ୬,୨୫୮ କୋରୋନା ମାମଲା ଚିହ୍ନଟ କରାଯାଇଛି । ଏହାସହ ୧୨,୬୪୫ ଲୋକ ସୁସ୍ଥ ହୋଇଛନ୍ତି ଏବଂ ୨୫୪ ଜଣଙ୍କର ମୃତ୍ୟୁ ଘଟିଛି । ଏପର୍ଯ୍ୟନ୍ତ ୬୨.୭୬ ଲକ୍ଷ ଲୋକ ସଂକ୍ରମଣର ଶିକାର ହୋଇଛନ୍ତି । ଏଥିମଧ୍ୟରୁ ୬୦.୫୮ ଲକ୍ଷ ଲୋକ ଆରୋଗ୍ୟ ହୋଇଥିବାବେଳେ ୧.୩୧ ଲକ୍ଷ ଲୋକଙ୍କର ମୃତ୍ୟୁ ଘଟିଛି । ବର୍ତ୍ତମାନ ୮୨,୦୯୨ ରୋଗୀ ଚିକିତ୍ସିତ ହେଉଛନ୍ତି ।

ଅଧିକ ପଢ଼ନ୍ତୁ:-ପୁରୁଷମାନେ ପ୍ରତିଦିନ ଏହି ସମୟରେ ଖାଆନ୍ତୁ ରସୁଣର କେବଳ ଗୋଟିଏ କୋଲା, ତା’ପରେ ଦେଖନ୍ତୁ ଚମତ୍କାର!

୮ଟି ରାଜ୍ୟରେ ଲକଡାଉନ୍ ପରି ପ୍ରତିବନ୍ଧକ

ଦେଶର ୮ଟି ରାଜ୍ୟରେ ସମ୍ପୂର୍ଣ୍ଣ ଲକଡାଉନ୍ ଭଳି ପ୍ରତିବନ୍ଧକ ଅଛି । ଏଥିମଧ୍ୟରେ ପଶ୍ଚିମବଙ୍ଗ, ହିମାଚଳ ପ୍ରଦେଶ, ଝାଡଖଣ୍ଡ, ଓଡିଶା, ତାମିଲନାଡୁ, ମିଜୋରାମ, ଗୋଆ ଏବଂ ପୁଡୁଚେରୀ ଅନ୍ତର୍ଭୁକ୍ତ ରହିଛି । ପୂର୍ବ ଲକଡାଉନ୍ ପରି ଏଠାରେ କଡା ପ୍ରତିବନ୍ଧକ ଲଗାଯାଇଛି ।

୨୩ଟି ରାଜ୍ୟ /କେନ୍ଦ୍ର ଶାସିତ ଅଞ୍ଚଳରେ ଆଂଶିକ ଲକଡାଉନ୍ 

ଦେଶର ୨୩ଟି ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳରେ ଆଂଶିକ ତାଲା ପଡିଛି । ଏଠାରେ ପ୍ରତିବନ୍ଧକ ସହିତ ରିହାତି ମଧ୍ୟ ଅଛି । ଏଥିମଧ୍ୟରେ ଛତିଶଗଡ, କର୍ଣ୍ଣାଟକ, କେରଳ, ବିହାର, ଦିଲ୍ଲୀ, ମହାରାଷ୍ଟ୍ର, ରାଜସ୍ଥାନ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ହରିୟାଣା, ପଞ୍ଜାବ, ଜମ୍ମୁ-କଶ୍ମୀର, ଲଦାଖ, ଉତ୍ତରପ୍ରଦେଶ, ଅରୁଣାଚଳ ପ୍ରଦେଶ, ସିକ୍କିମ, ମେଘାଳୟ, ନାଗାଲାଣ୍ଡ, ଆସାମପୁର ପ୍ରଦେଶ ଏବଂ ଗୁଜରାଟ ଅନ୍ତର୍ଭୁକ୍ତ ରହିଛି ।