ପୁଣି ଡରାଇଲାଣି କୋରୋନା, ଦେଶରେ ଦିନକରେ ସାମ୍ନାକୁ ଆସିଲା ଏତିକି ମାମଲା...
Advertisement
Article Detail0/zeeodisha/odisha937490

ପୁଣି ଡରାଇଲାଣି କୋରୋନା, ଦେଶରେ ଦିନକରେ ସାମ୍ନାକୁ ଆସିଲା ଏତିକି ମାମଲା...

ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୭ ଲକ୍ଷ ୯ ହଜାର ୫୫୭ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୨ କୋଟି ୯୮ ଲକ୍ଷ  ୪୩ ହଜାର ୮୨୫ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ପୁଣି ଡରାଇଲାଣି କୋରୋନା, ଦେଶରେ ଦିନକରେ ସାମ୍ନାକୁ ଆସିଲା ଏତିକି ମାମଲା...

ନୂଆଦିଲ୍ଲୀ: Coronavirus in India: ସାରା ଦେଶରେ କୋରୋନା ଭୂତାଣୁର ତାଣ୍ଡବ ଏବେ ବି ଜାରି ରହିଛି । ବିଗତ କିଛି ଦିନ ଧରି ପ୍ରତିଦିନ ୪୦ ହଜାରରୁ ଅଧିକ ମାମଲା ସାମ୍ନାକୁ ଆସୁଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୫ ହଜାର ୮୯୨ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮୧୭ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଅନ୍ୟପଟେ ଚିନ୍ତାର ଖବର ଏହା ଯେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସଂକ୍ରମିତଙ୍କ ସୁସ୍ଥ ହେବା ସଂଖ୍ୟାରେ ହ୍ରାସ ଦେଖାଦେଇଛି । ଗତ ୨୪ ଘଣ୍ଟାରେ ଦେଶରେ ୪୪ ହଜାର ୨୯୧ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଫଳରେ ଦିନକରେ ୭୮୪ ସଂକ୍ରମିତଙ୍କ ସଂଖ୍ୟାରେ ବୃଦ୍ଧି ଘଟିଛି ।  

ଅଧିକ ପଢ଼ନ୍ତୁ:-ଏସବୁ ରାଜ୍ୟରେ ୧୦୦ ପାର କଲା ପେଟ୍ରୋଲ, ଜାଣନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୭ ଲକ୍ଷ ୯ ହଜାର ୫୫୭ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୨ କୋଟି ୯୮ ଲକ୍ଷ  ୪୩ ହଜାର ୮୨୫ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୪ ଲକ୍ଷ ୬୦ ହଜାର ୭୪୦ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୫ ହଜାର ୨୮ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଅଧିକ ପଢ଼ନ୍ତୁ:-୨୬/୧୧ କୁ 'RSS ର ଷଡଯନ୍ତ୍ର' ବୋଲି କହିଥିବା କଂଗ୍ରେସ ନେତା ଏବେ ବିଜେପିର ସଦସ୍ୟ

ଦେଶରେ ଏବେ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟା କମ୍ ହେଉଛି । ଜୁଲାଇ ୭ ପର୍ଯ୍ୟନ୍ତ ସାରା ଦେଶରେ ୩୬ କୋଟି ୪୦ ଲକ୍ଷ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୩ ଲକ୍ଷ ୮୧ ହଜାର କୋରୋନା ଟିକା ଲାଗିଥିଲା । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୪୨ କୋଟି ୫୨ ଲକ୍ଷ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୯ ଲକ୍ଷ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତରୁ କମ୍ ରହିଛି ।

ଅଧିକ ପଢ଼ନ୍ତୁ:-ପରଲୋକରେ ହିମାଚଳ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ବୀରଭଦ୍ର ସିଂ

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୨ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୨ ପ୍ରତିଶତରୁ କମ୍ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଚତୁର୍ଥ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।