ଏପ୍ରିଲ ୬ ପରେ ଆଜି ଦେଶରେ କୋରୋନାର ସବୁଠାରୁ କମ୍ ମାମଲା ଚିହ୍ନଟ, କିନ୍ତୁ କମ୍ ହେଉନି ମୃତ୍ୟୁ ସଂଖ୍ୟା
Advertisement

ଏପ୍ରିଲ ୬ ପରେ ଆଜି ଦେଶରେ କୋରୋନାର ସବୁଠାରୁ କମ୍ ମାମଲା ଚିହ୍ନଟ, କିନ୍ତୁ କମ୍ ହେଉନି ମୃତ୍ୟୁ ସଂଖ୍ୟା

ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୨ କୋଟି ୮୬ ଲକ୍ଷ ୯୪ ହଜାର ୮୭୯ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୨ କୋଟି ୬୭ ଲକ୍ଷ ୯୫ ହଜାର ୫୪୯ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୧୫ ଲକ୍ଷ ୫୫ ହଜାର ୨୪୮ କୋରୋନାର ସକ୍ରିୟ ମାମଲା ରହିଛି ।

ଏପ୍ରିଲ ୬ ପରେ ଆଜି ଦେଶରେ କୋରୋନାର ସବୁଠାରୁ କମ୍ ମାମଲା ଚିହ୍ନଟ, କିନ୍ତୁ କମ୍ ହେଉନି ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: Coronavirus in India: ଦେଶରେ ଲଗାତାର କୋରୋନା ମାମଲାରେ ହ୍ରାସ ରେକର୍ଡ କରାଯାଉଛି । ଅନ୍ୟପଟେ ମୃତ୍ୟୁ ସଂଖ୍ୟା ଚିନ୍ତା ବଢାବାରେ ଲାଗିଛି । ଦେଶରେ ଏଯାଏ ମୃତ୍ୟୁ ସଂଖ୍ୟାରେ ଖାସ୍ କମି ଦେଖିବାକୁ ମିଳିନାହିଁ । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ  ୧ ଲକ୍ଷ ୨୦ ହଜାର ୫୨୯ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୩୮୦ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଅନ୍ୟପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୯୭ ହଜାର ୮୯୪ ସଂକ୍ରମିତ ସୁସ୍ଥ ହୋଇଛନ୍ତି ।

ଅଧିକ ପଢ଼ନ୍ତୁ:-ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁଙ୍କ ଆକାଉଣ୍ଟରୁ ବ୍ଲୁ ଟିକ୍ ହଟାଇଲା Twitter, ସୋସିଆଲ ମିଡିଆରେ ଆରମ୍ଭ ହୋଇଗଲା ହଙ୍ଗମା

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୨ କୋଟି ୮୬ ଲକ୍ଷ ୯୪ ହଜାର ୮୭୯ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୨ କୋଟି ୬୭ ଲକ୍ଷ ୯୫ ହଜାର ୫୪୯ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୧୫ ଲକ୍ଷ ୫୫ ହଜାର ୨୪୮ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୩ ଲକ୍ଷ ୪୪ ହଜାର ୨୨ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଅଧିକ ପଢ଼ନ୍ତୁ:-ବାତିଲ ହେଲା ଏସବୁ ଟ୍ରେନ୍, କିଛି ଟ୍ରେନର ସମୟରେ କରାଗଲା ପରିବର୍ତ୍ତନ, ଦେଖନ୍ତୁ ପୁରା ଲିଷ୍ଟ୍

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୧୯ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୨ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୬ ପ୍ରତିଶତରୁ କମ୍ ହୋଇଯାଇଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଦ୍ୱିତୀୟ ସ୍ଥାନରେ ରହିଛି । ସଂକ୍ରମିତ ମୋଟ ସଂଖ୍ୟା ଦୃଷ୍ଟିରୁ ଭାରତ ମଧ୍ୟ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।

ଅଧିକ ପଢ଼ନ୍ତୁ:-କେନ୍ଦ୍ର କର୍ମଚାରୀଙ୍କ ମହଙ୍ଗା ଭତ୍ତା ପାଇଁ ଖୁବ୍ ଶୀଘ୍ର ହେବ ବୈଠକ, ଜାଣନ୍ତୁ କେବେ ମିଳିବ ୩ଟି ବକେୟା କିସ୍ତି?

ଆଜି ଦେଶରେ କ୍ରମାଗତ ୨୩ ଦିନ କୋରୋନାର ନୂଆ ମାମଲା ଅପେକ୍ଷା ଅଧିକ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଜୁନ ୪ ପର୍ଯ୍ୟନ୍ତ ସାରା ଦେଶରେ ୨୨ କୋଟି ୭୮ ଲକ୍ଷ ୬୦ ହଜାର କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୬ ଲକ୍ଷ ୫୦ ହଜାରରୁ ଅଧିକ ଟିକା ଲଗାଯାଇଥିଲା । ଏଥି ସହିତ ଏପର୍ଯ୍ୟନ୍ତ ୩୬ କୋଟି କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୦ ଲକ୍ଷ କୋରୋନା ନମୁନା ପରୀକ୍ଷା କରାଯାଇଥିଲା, ଯାହାର ପିଜିଟିଭ ହାର ୬ ପ୍ରତିଶତରୁ ଅଧିକ ଥିଲା ।