ଦେଶରେ କୋରୋନାର ତାଣ୍ଡବ ଜାରି: ଦିନକରେ ଚିହ୍ନଟ ହେଲା ଏତିକି ସଂକ୍ରମିତ, ୨୩୩୦ ସଂକ୍ରମିତଙ୍କ ମୃତ୍ୟୁ
Advertisement

ଦେଶରେ କୋରୋନାର ତାଣ୍ଡବ ଜାରି: ଦିନକରେ ଚିହ୍ନଟ ହେଲା ଏତିକି ସଂକ୍ରମିତ, ୨୩୩୦ ସଂକ୍ରମିତଙ୍କ ମୃତ୍ୟୁ

ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୨ କୋଟି ୯୭ ଲକ୍ଷ ୩୧୩ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୨ କୋଟି ୮୪ ଲକ୍ଷ ୯୧ ହଜାର ୬୭୦ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୮ ଲକ୍ଷ ୨୬ ହଜାର ୭୪୦ କୋରୋନାର ସକ୍ରିୟ ମାମଲା ରହିଛି ।

ଦେଶରେ କୋରୋନାର ତାଣ୍ଡବ ଜାରି: ଦିନକରେ ଚିହ୍ନଟ ହେଲା ଏତିକି ସଂକ୍ରମିତ, ୨୩୩୦ ସଂକ୍ରମିତଙ୍କ ମୃତ୍ୟୁ

ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ଭୂତାଣୁର ଦ୍ୱିତୀୟ ଲହରର ତାଣ୍ଡବ କମିବାରେ ଲାଗିଛି । ଦେଶରେ ଲଗାତାର କୋରୋନା ମାମଲାରେ ହ୍ରାସ ରେକର୍ଡ କରାଯାଉଛି । ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ପୂର୍ବାପେକ୍ଷା କମ୍ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୭ ହଜାର ୨୦୮ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୩୩୦ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଅନ୍ୟପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୩ ହଜାର ୫୭୦ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଫଳରେ ଦିନକରେ ୩୮,୬୯୨ ସଂକ୍ରମିତଙ୍କ ସଂଖ୍ୟାରେ ହ୍ରାସ ଘଟିଛି ।

ଅଧିକ ପଢ଼ନ୍ତୁ:-ତୃତୀୟ ଲହରର କାରଣ ପାଲଟିବ କି କୋରୋନାର ନୂଆ ଭାରିଏଣ୍ଟ 'Delta Plus'? ଜାଣନ୍ତୁ ଏହି ମାରାତ୍ମକ ରୂପର ୧୦ଟି ଗୁରୁତ୍ୱପୂର୍ଣ୍ଣ କଥା...

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୨ କୋଟି ୯୭ ଲକ୍ଷ ୩୧୩ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୨ କୋଟି ୮୪ ଲକ୍ଷ ୯୧ ହଜାର ୬୭୦ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୮ ଲକ୍ଷ ୨୬ ହଜାର ୭୪୦ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୩ ଲକ୍ଷ ୮୧ ହଜାର ୯୦୩ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଅଧିକ ପଢ଼ନ୍ତୁ:-ୟୁପି ରାଜନୀତିରେ ଝଡ଼, ଭାଙ୍ଗିଯିବ କି BSP?

ଆଜି ଦେଶରେ କ୍ରମାଗତ ୩୫ ଦିନ କୋରୋନାର ନୂଆ ମାମଲା ଅପେକ୍ଷା ଅଧିକ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଜୁନ ୧୬ ପର୍ଯ୍ୟନ୍ତ ସାରା ଦେଶରେ ୨୬ କୋଟି ୫୫ ଲକ୍ଷ  କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୪ ଲକ୍ଷ ୬୩ ହଜାର କୋରୋନା ଟିକାର ଡୋଜ୍ ଲାଗିସାରିଛି । ଏଥି ସହିତ ଏପର୍ଯ୍ୟନ୍ତ ୩୮ କୋଟି ୫୨ ଲକ୍ଷ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୯ ଲକ୍ଷ  କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୪ ପ୍ରତିଶତରୁ ଅଧିକ ରହିଛି ।

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୨୮ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୬ ପ୍ରତିଶତ ରହିଛି । ସକ୍ରିୟ ମାମଲା ୩ ପ୍ରତିଶତରୁ କମ୍ ହୋଇଯାଇଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ତୃତୀୟ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ମଧ୍ୟ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।