ଦେଶରେ ୭୪ ଦିନ ପରେ ସବୁଠାରୁ କମ୍ କୋରୋନା ମାମଲା ଚିହ୍ନଟ, ଏତିକି ସଂକ୍ରମିତଙ୍କ ମୃତ୍ୟୁ
Advertisement

ଦେଶରେ ୭୪ ଦିନ ପରେ ସବୁଠାରୁ କମ୍ କୋରୋନା ମାମଲା ଚିହ୍ନଟ, ଏତିକି ସଂକ୍ରମିତଙ୍କ ମୃତ୍ୟୁ

Coronavirus in India: ଦେଶରେ କୋରୋନା ଭୂତାଣୁର ପ୍ରକୋପ ଧୀରେ ଧୀରେ କମିବାରେ ଲାଗିଛି । ଏହାସହ ମୃତ୍ୟୁ ସଂଖ୍ୟାରେ ମଧ୍ୟ କମି ଦେଖାଦେଇଛି । ଲଗାତର ପଞ୍ଚମ ଦିନ ୭୦ ହଜାରରୁ କମ୍ କୋରୋନା ମାମଲା ଚିହ୍ନଟ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୦ ହଜାର ୭୫୩ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି

ଦେଶରେ ୭୪ ଦିନ ପରେ ସବୁଠାରୁ କମ୍ କୋରୋନା ମାମଲା ଚିହ୍ନଟ, ଏତିକି ସଂକ୍ରମିତଙ୍କ ମୃତ୍ୟୁ

ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ଭୂତାଣୁର ପ୍ରକୋପ ଧୀରେ ଧୀରେ କମିବାରେ ଲାଗିଛି । ଏହାସହ ମୃତ୍ୟୁ ସଂଖ୍ୟାରେ ମଧ୍ୟ କମି ଦେଖାଦେଇଛି । ଲଗାତର ପଞ୍ଚମ ଦିନ ୭୦ ହଜାରରୁ କମ୍ କୋରୋନା ମାମଲା ଚିହ୍ନଟ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୦ ହଜାର ୭୫୩ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୬୪୭ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଅନ୍ୟପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୭ ହଜାର ୭୪୩ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଫଳରେ ଦିନକରେ ୩୮,୬୩୭ ସଂକ୍ରମିତଙ୍କ ସଂଖ୍ୟାରେ ହ୍ରାସ ଘଟିଛି ।

ଅଧିକ ପଢ଼ନ୍ତୁ:-ତିନିମାସ ପରେ ଦେଶରେ ଆସିପାରେ କୋରୋନାର ତୃତୀୟ ଲହର, ଚେତାବନୀ ଦେଲେ ବିଶେଷଜ୍ଞ

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୨ କୋଟି ୯୮ ଲକ୍ଷ ୨୩ ହଜାର ୫୪୬ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୨ କୋଟି ୮୬ ଲକ୍ଷ ୭୮ ହଜାର ୩୯୦ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୭ ଲକ୍ଷ ୬୦ ହଜାର କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୩ ଲକ୍ଷ ୮୫ ହଜାର ୧୩୭ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଅଧିକ ପଢ଼ନ୍ତୁ:-ରାଜଧାନୀରେ ପୁଣି କମିଲା ସୁନା-ରୁପା ଦର, ଜାଣନ୍ତୁ କ'ଣ ରହିଛି ରେଟ୍

ଆଜି ଦେଶରେ କ୍ରମାଗତ ୩୭ ଦିନ କୋରୋନାର ନୂଆ ମାମଲା ଅପେକ୍ଷା ଅଧିକ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଜୁନ ୧୭ ପର୍ଯ୍ୟନ୍ତ ସାରା ଦେଶରେ ୨୭ କୋଟି ୨୩ ଲକ୍ଷ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୩ ଲକ୍ଷ କୋରୋନା ଟିକାର ଡୋଜ୍ ଲାଗିସାରିଛି । ଏଥି ସହିତ ଏପର୍ଯ୍ୟନ୍ତ ୩୮ କୋଟି ୯୨ ଲକ୍ଷ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୯ ଲକ୍ଷ  କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୪ ପ୍ରତିଶତରୁ ଅଧିକ ରହିଛି ।

ଅଧିକ ପଢ଼ନ୍ତୁ:-ଆରପାରିରେ ଫ୍ଲାଇଂ ଶିଖ୍ ମିଲଖା ସିଂହ

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୨୯ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୬ ପ୍ରତିଶତ ରହିଛି । ସକ୍ରିୟ ମାମଲା ୩ ପ୍ରତିଶତରୁ କମ୍ ହୋଇଯାଇଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ତୃତୀୟ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ମଧ୍ୟ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।