ଦେଶରେ ବର୍ତ୍ତମାନ ଯାଏଁ ୩ କୋଟିରୁ ଉର୍ଦ୍ଧ୍ୱ ଲୋକ ସଂକ୍ରମିତ, ଦିନକରେ ସାମ୍ନାକୁ ଆସିଲା ଏତିକି ମାମଲା
Advertisement

ଦେଶରେ ବର୍ତ୍ତମାନ ଯାଏଁ ୩ କୋଟିରୁ ଉର୍ଦ୍ଧ୍ୱ ଲୋକ ସଂକ୍ରମିତ, ଦିନକରେ ସାମ୍ନାକୁ ଆସିଲା ଏତିକି ମାମଲା

Coronavirus in India:ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୦ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୬ ପ୍ରତିଶତ ରହିଛି । ସକ୍ରିୟ ମାମଲା ୩ ପ୍ରତିଶତରୁ କମ୍ ହୋଇଯାଇଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ତୃତୀୟ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ମଧ୍ୟ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।

ଦେଶରେ ବର୍ତ୍ତମାନ ଯାଏଁ ୩ କୋଟିରୁ ଉର୍ଦ୍ଧ୍ୱ ଲୋକ ସଂକ୍ରମିତ, ଦିନକରେ ସାମ୍ନାକୁ ଆସିଲା ଏତିକି ମାମଲା

ନୂଆଦିଲ୍ଲୀ: Coronavirus in India:ସାରା ଦେଶରେ ବର୍ତ୍ତମାନ ସୁଦ୍ଧା ୩ କୋଟିରୁ ଅଧିକ ଲୋକ କୋରୋନା ସଂକ୍ରମିତ ହୋଇସାରିଛନ୍ତି । ଏଥିରୁ ୩ ଲକ୍ଷ ୯୦ ହଜାରରୁ ଅଧିକ ସଂକ୍ରମିତଙ୍କ ମତ୍ୟୁ ଘଟିଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାର ୮୪୮ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୩୫୮ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଅନ୍ୟପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୮ ହଜାର ୮୧୭ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଫଳରେ ଦିନକରେ ୧୯,୩୨୭ ସଂକ୍ରମିତଙ୍କ ସଂଖ୍ୟାରେ ହ୍ରାସ ଘଟିଛି ।  

ଅଧିକ ପଢ଼ନ୍ତୁ:-ମହଙ୍ଗା ଭତ୍ତା ପୂର୍ବରୁ କେନ୍ଦ୍ର କର୍ମଚାରୀଙ୍କ ପାଇଁ ଆସିଲା ଖୁସି ଖବର!

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୨୮ ହଜାର ୭୦୯ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୨ କୋଟି ୮୯ ଲକ୍ଷ ୯୪ ହଜାର ୮୫୫ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୬ ଲକ୍ଷ ୪୩ ହଜାର ୧୯୪ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୩ ଲକ୍ଷ ୯୦ ହଜାର ୬୬୦ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଅଧିକ ପଢ଼ନ୍ତୁ:-ଚାକିରି ଲୋଭରେ ଶ୍ୟାମ ବନିଲେ ଉମର

ଆଜି ଦେଶରେ କ୍ରମାଗତ ୪୧ ଦିନ କୋରୋନାର ନୂଆ ମାମଲା ଅପେକ୍ଷା ଅଧିକ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଜୁନ ୨୨ ପର୍ଯ୍ୟନ୍ତ ସାରା ଦେଶରେ ୨୯ କୋଟି ୪୬ ଲକ୍ଷ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୬ ଲକ୍ଷ ୨୪ ହଜାର କୋରୋନା ଟିକାର ଡୋଜ୍ ଲାଗିସାରିଛି । ଏଥି ସହିତ ଏପର୍ଯ୍ୟନ୍ତ ୪୯ କୋଟି ୫୯ ଲକ୍ଷରୁ ଅଧିକ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୯ ଲକ୍ଷ  କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତରୁ ଅଧିକ ରହିଛି ।

ଅଧିକ ପଢ଼ନ୍ତୁ:-ମହଙ୍ଗା ଭତ୍ତା ବୃଦ୍ଧିକୁ ନେଇ ଏହି ତାରିଖରେ ହେବ ବଡ଼ ବୈଠକ, ଜାଣନ୍ତୁ ମିଟିଂର ୧୦ଟି ଗୁରୁତ୍ୱପୂର୍ଣ୍ଣ ବିଷୟ

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୦ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୬ ପ୍ରତିଶତ ରହିଛି । ସକ୍ରିୟ ମାମଲା ୩ ପ୍ରତିଶତରୁ କମ୍ ହୋଇଯାଇଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ତୃତୀୟ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ମଧ୍ୟ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।