Coronavirus in India: ସାରା ଦେଶରେ କୋରୋନା ଭୂତାଣୁର ଦ୍ୱିତୀୟ ଲହରର ପ୍ରକୋପ କମିବାରେ ଲାଗିଛି । ଯାହା ଫଳରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟାରେ ହ୍ରାସ ଘଟିବାରେ ଲାଗିଛି । ଏହାସହ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ରେକର୍ଡ କରାଯାଉଛି । ତଥାପି ବର୍ତ୍ତମାନ ପର୍ଯ୍ୟନ୍ତ ବିପଦ ଟଳି ନାହିଁ । ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ
Trending Photos
ନୂଆଦିଲ୍ଲୀ: Coronavirus in India: ସାରା ଦେଶରେ କୋରୋନା ଭୂତାଣୁର ଦ୍ୱିତୀୟ ଲହରର ପ୍ରକୋପ କମିବାରେ ଲାଗିଛି । ଯାହା ଫଳରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟାରେ ହ୍ରାସ ଘଟିବାରେ ଲାଗିଛି । ଏହାସହ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ରେକର୍ଡ କରାଯାଉଛି । ତଥାପି ବର୍ତ୍ତମାନ ପର୍ଯ୍ୟନ୍ତ ବିପଦ ଟଳି ନାହିଁ । ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୬ ହଜାର ୪୯୮ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ହଜାରରୁ କମ୍ ସଂକ୍ରମିତ ଆଖି ବୁଜିଛନ୍ତି । ଅର୍ଥାତ ୯୭୮ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏପ୍ରିଲ ୧୨ ପରେ ଅର୍ଥାତ ୭୬ ଦିନ ପରେ ଏପରି ଘଟିଛି ଯେତେବେଳେ ୧,୦୦୦ରୁ କମ୍ ଲୋକ ମୃତ୍ୟୁ ବରଣ କରିଛନ୍ତି । ଅନ୍ୟପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୮ ହଜାର ୫୪୦ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଫଳରେ ଦିନକରେ ୧୩,୦୩୪ ସଂକ୍ରମିତଙ୍କ ସଂଖ୍ୟାରେ ହ୍ରାସ ଘଟିଛି ।
ଅଧିକ ପଢ଼ନ୍ତୁ:-ଯଦି ଆପଣଙ୍କ ପାଖରେ ଅଛି ଏହି ଖାସ୍ ନମ୍ୱରର କୌଣସି ନୋଟ୍ ତ ଘରେ ବସି ରୋଜଗାର କରିପାରିବେ ଲକ୍ଷ ଲକ୍ଷ ଟଙ୍କା! ଜାଣନ୍ତୁ କିପର...
ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୨ ଲକ୍ଷ ୭୯ ହଜାର ୩୩୧ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୨ କୋଟି ୯୩ ଲକ୍ଷ ୦୯ ହଜାର ୬୦୭ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୫ ଲକ୍ଷ ୭୨ ହଜାର ୯୯୪ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୩ ଲକ୍ଷ ୯୬ ହଜାର ୭୩୦ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ଅଧିକ ପଢ଼ନ୍ତୁ:-୫୦୦ ଟଙ୍କିଆ ନୋଟକୁ ନେଇ ଆସିଲା ବଡ଼ ଖବର, ଏହି ଗୁରୁତ୍ୱପୂର୍ଣ୍ଣ ସୂଚନା ପ୍ରଦାନ କଲା RBI
ଜୁନ ୨୭ ପର୍ଯ୍ୟନ୍ତ ସାରା ଦେଶରେ ୩୨ କୋଟି ୩୬ ଲକ୍ଷ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୭ ଲକ୍ଷ ୨୧ ହଜାର କୋରୋନା ଟିକାର ଡୋଜ୍ ଲାଗିସାରିଛି । ଏଥି ସହିତ ଏପର୍ଯ୍ୟନ୍ତ ୪୦ କୋଟି ୬୩ ଲକ୍ଷ ୭୧ ହଜାର ୨୭୯ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୫ ଲକ୍ଷ ୭୦ ହଜାର ୫୧୫ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତରୁ ଅଧିକ ରହିଛି ।