ଦେଶରେ ଦିନକରେ ସାମ୍ନାକୁ ଆସିଲା ୫୦ ହଜାରରୁ କମ୍ ମାମଲା, ଏତିକି ସଂକ୍ରମିତଙ୍କ ମୃତ୍ୟୁ
Advertisement
Article Detail0/zeeodisha/odisha931449

ଦେଶରେ ଦିନକରେ ସାମ୍ନାକୁ ଆସିଲା ୫୦ ହଜାରରୁ କମ୍ ମାମଲା, ଏତିକି ସଂକ୍ରମିତଙ୍କ ମୃତ୍ୟୁ

Coronavirus in India: ଦେଶରେ ଲଗାତର ୪୮ ଦିନ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟା ଅଧିକ ରହିଛି । ଜୁନ ୨୯ ପର୍ଯ୍ୟନ୍ତ ସାରା ଦେଶରେ ୩୩ କୋଟି ୨୮ ଲକ୍ଷ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୬ ଲକ୍ଷ ୫୧ ହଜାର କୋରୋନା ଟିକାର ଡୋଜ୍ ଲାଗିସାରିଛି । 

ଦେଶରେ ଦିନକରେ ସାମ୍ନାକୁ ଆସିଲା ୫୦ ହଜାରରୁ କମ୍ ମାମଲା, ଏତିକି ସଂକ୍ରମିତଙ୍କ ମୃତ୍ୟୁ

ନୂଆଦିଲ୍ଲୀ: Coronavirus in India: କୋରୋନା ଭୂତାଣୁର ଦ୍ୱିତୀୟ ଲହରର ପ୍ରକୋପ କମିବାରେ ଲାଗିଛି । ଲଗାତର କୋରୋନା ମାମଲାରେ ହ୍ରାସ ରେକର୍ଡ କରାଯାଉଛି । ଏହାସହ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ଘଟିଛି । ବିଗତ ୩ ଦିନ ଧରି ଲଗାତର ୫୦ ହଜାରରୁ କମ୍ କୋରୋନା ମାମଲା ସାମ୍ନାକୁ ଆସିଛି । ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୫ ହଜାର ୯୫୧ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ହଜାରରୁ କମ୍ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଅର୍ଥାତ ୮୧୭ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଅନ୍ୟପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୦ ହଜାର ୭୨୯ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଫଳରେ ଦିନକରେ ୧୫,୫୯୫ ସଂକ୍ରମିତଙ୍କ ସଂଖ୍ୟାରେ ହ୍ରାସ ଘଟିଛି ।  

ଅଧିକ ପଢ଼ନ୍ତୁ:-ଟିକା ବାହାନାରେ ଲୋକଙ୍କ ଶରୀରରେ ଲଗାଯାଉଛି ମାଇକ୍ରୋଚିପ୍? ଜାଣନ୍ତୁ ସଂପୂର୍ଣ୍ଣ ମାମଲା…

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩ ଲକ୍ଷ ୬୨ ହଜାର ୪୮୪ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୨ କୋଟି ୯୪ ଲକ୍ଷ ୨୭ ହଜାର ୩୩୦ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୫ ଲକ୍ଷ ୩୭ ହଜାର କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୩ ଲକ୍ଷ ୯୮ ହଜାର ୪୫୪ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଦେଶରେ ଲଗାତର ୪୮ ଦିନ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟା ଅଧିକ ରହିଛି । ଜୁନ ୨୯ ପର୍ଯ୍ୟନ୍ତ ସାରା ଦେଶରେ ୩୩ କୋଟି ୨୮ ଲକ୍ଷ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୬ ଲକ୍ଷ ୫୧ ହଜାର କୋରୋନା ଟିକାର ଡୋଜ୍ ଲାଗିସାରିଛି । ଏଥି ସହିତ ଏପର୍ଯ୍ୟନ୍ତ ୪୧ କୋଟି କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୯ ଲକ୍ଷ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତରୁ ଅଧିକ ରହିଛି ।

ଅଧିକ ପଢ଼ନ୍ତୁ:-ଏହି କର୍ମଚାରୀଙ୍କ ହାତରେ ଆସିବ ଅଧିକ ଦରମା! ଜାଣନ୍ତୁ କେମିତି...

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୧ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୨ ପ୍ରତିଶତରୁ କମ୍ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ତୃତୀୟ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।

ଅଧିକ ପଢ଼ନ୍ତୁ:-ଯଦି ଆପଣଙ୍କ ଆକାଉଣ୍ଟରେ ଆସୁନାହିଁ LPG ସବସିଡିର ଟଙ୍କା, ତେବେ କରନ୍ତୁ ଏହି କାମ

ଦେଶର ୧୦ଟି ରାଜ୍ୟରେ ସମ୍ପୂର୍ଣ୍ଣ ଲକଡାଉନ୍ ଭଳି ପ୍ରତିବନ୍ଧକ ଅଛି । ଏଥିମଧ୍ୟରେ ପଶ୍ଚିମବଙ୍ଗ, ହିମାଚଳ ପ୍ରଦେଶ, ଝାଡଖଣ୍ଡ, ଛତିଶଗଡ, ଓଡିଶା, କର୍ଣ୍ଣାଟକ, ତାମିଲନାଡୁ, ମିଜୋରାମ, ଗୋଆ ଏବଂ ପୁଡୁଚେରୀ ସାମିଲ ରହିଛି । ବିଗତ  ଲକଡାଉନ୍ ପରି ଏଠାରେ କଡା ପ୍ରତିବନ୍ଧକ ଲଗାଯାଇଛି ।

ଦେଶର ୨୧ଟି ରାଜ୍ୟ ତଥା କେନ୍ଦ୍ର ଅଞ୍ଚଳରେ ଆଂଶିକ ତାଲା ପଡିଛି । ଏଠାରେ  ପ୍ରତିବନ୍ଧକ ସହିତ ରିହାତି ମଧ୍ୟ ଅଛି । ଏଥିମଧ୍ୟରେ କେରଳ, ବିହାର, ଦିଲ୍ଲୀ, ମହାରାଷ୍ଟ୍ର, ରାଜସ୍ଥାନ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ହରିୟାଣା, ପଞ୍ଜାବ, ଜମ୍ମୁ କଶ୍ମୀର, ଲଦାଖ, ଉତ୍ତରପ୍ରଦେଶ, ଅରୁଣାଚଳ ପ୍ରଦେଶ, ସିକ୍କିମ, ମେଘାଳୟ, ନାଗାଲାଣ୍ଡ, ଆସାମ, ମଣିପୁର, ତ୍ରିପୁରା, ଆନ୍ଧ୍ରପ୍ରଦେଶ ସାମିଲ ରହିଛି ।