ଦେଶରେ ଦିନକରେ ଚିହ୍ନଟ ହେଲା ଏତିକି ମାମଲା, ଆଖି ବୁଜିଲେ ୩୩୨ ସଂକ୍ରମିତ
Advertisement
Article Detail0/zeeodisha/odisha1023637

ଦେଶରେ ଦିନକରେ ଚିହ୍ନଟ ହେଲା ଏତିକି ମାମଲା, ଆଖି ବୁଜିଲେ ୩୩୨ ସଂକ୍ରମିତ

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ରବିବାର ୫,୪୦୪ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । 

ଦେଶରେ ଦିନକରେ ଚିହ୍ନଟ ହେଲା ଏତିକି ମାମଲା, ଆଖି ବୁଜିଲେ ୩୩୨ ସଂକ୍ରମିତ

ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ମାମଲାରେ ହ୍ରାସ ଘଟିବାରେ ଲାଗିଛି । ଏହାସହ ମୃତ୍ୟୁ ମାମଲାରେ ମଧ୍ୟ ହ୍ରାସ ବୃଦ୍ଧି ଲାଗି ରହିଛି । ମଙ୍ଗଳବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦ ହଜାର ୧୨୬ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୩୨ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୧,୯୮୨ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୨୧୮୮ ସକ୍ରିୟ ମାମଲାରେ ହ୍ରାସ ଘଟିଛି । 

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ରବିବାର ୫,୪୦୪ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୫୦ ଲକ୍ଷ ୨୦ ହଜାର ୯୦୯କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୦ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩୩,୯୭୮ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬,୧୩୬ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଯାହା ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୪୯,୧୪,୯୯୩ କୋରୋନା ସଂକ୍ରମିତ ସୁସ୍ଥ ହୋଇସାରିଛନ୍ତି । ରାଜ୍ୟରେ ବର୍ତ୍ତମାନ ସମୟରେ ୭୧,୩୧୬ କୋରୋନାର ସକ୍ରିୟ ମାମଲା ରହିଛି ।

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୩ ଲକ୍ଷ ୭୬ ହଜାର ୮୮୦ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୩୭ ଲକ୍ଷ ୭୫ ହଜାର ୦୮୬ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୧ ଲକ୍ଷ ୪୦ ହଜାର ୬୩୮ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୬୧ ହଜାର ୩୮୯ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଦେଶରେ ଆଜି କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ନଭେମ୍ୱର ୮ ପର୍ଯ୍ୟନ୍ତ ସାରା ଦେଶରେ ୧୦୯ କୋଟି ୦୮ ଲକ୍ଷ ୧୬ ହଜାର ୩୫୬ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୯ ଲକ୍ଷ ୮ ହଜାର ୪୪୦ କୋରୋନା ଟିକାର ଡୋଜ୍ ଲଗାଯାଇଛି ।

ଏହା ବି ପଢ଼ନ୍ତୁ:-ଚାଲାକ୍ ପଞ୍ଜାବ ଚାଷୀ, ଦୀପାବଳୀରେ କଲେ ଏମିତି କାଣ୍ଡ

ଏହା ବି ପଢ଼ନ୍ତୁ:-ଦଳରେ ଏହି ୩ ଖେଳାଳିଙ୍କୁ ସ୍ଥାନ ଦେଇ ଫସିଲେ କୋହଲି! ଭାଙ୍ଗି ଚୂରମାର୍ ହେଲା କ୍ୟାପଟେନଙ୍କ ସ୍ୱପ୍ନ

ଏହା ବି ପଢ଼ନ୍ତୁ:-ପିଏମ ମୋଦି ଓ ସିଏମ ଯୋଗୀଙ୍କୁ ମିଳିଲା ବୋମାରେ ଉଡ଼ାଇବାର ଧମକ, ତଦନ୍ତ କରୁଛି UP ପୋଲିସ

ଏହା ବି ପଢ଼ନ୍ତୁ:-ପଶୁଙ୍କ ମୃତ୍ୟୁରେ ଲୁହ ଝରାନ୍ତି ନେତା, ୬୦୦ କୃଷକଙ୍କ ମୃତ୍ୟୁ ଉପରେ କାହିଁକି ଅଛନ୍ତି ଚୁପ୍?: ମେଘାଳୟ ରାଜ୍ୟପାଳ