କୋରୋନା ମାମଲାରେ ଆସିଲା ଆଶ୍ୱସ୍ତିକର ଖବର
Advertisement
Article Detail0/zeeodisha/odisha1007444

କୋରୋନା ମାମଲାରେ ଆସିଲା ଆଶ୍ୱସ୍ତିକର ଖବର

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । 

କୋରୋନା ମାମଲାରେ ଆସିଲା ଆଶ୍ୱସ୍ତିକର ଖବର

ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ଭୂତାଣୁ ମାମଲାରେ ହ୍ରାସ ରେକର୍ଡ କରାଯାଇଛି । ଶୁକ୍ରବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୬ ହଜାର ୮୬୨ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୭୯ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୯,୩୯୧ ସଂକ୍ରମିତ ସୁସ୍ଥ ହୋଇଛନ୍ତି । 

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ମଙ୍ଗଳବାର ୯,୨୪୬ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୪୮ ଲକ୍ଷ ୨୯ ହଜାର ୯୪୪କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୯୬ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୬,୬୬୯ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି ।

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୦ ଲକ୍ଷ ୩୭ ହଜାର ୫୯୨ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୩୩ ଲକ୍ଷ ୮୨ ହଜାର ୧୦୦ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୨ ଲକ୍ଷ ୩ ହଜାର ୬୭୮ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୫୧ ହଜାର ୮୧୪ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ଅକ୍ଟୋବର ୧୪ ପର୍ଯ୍ୟନ୍ତ ସାରା ଦେଶରେ ୯୭ କୋଟି ୧୪ ଲକ୍ଷ ୩୮ ହଜାର ୫୫୩ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ଲକ୍ଷ ୨୬ ହଜାର ୪୮୩ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୫୮ କୋଟି ୮୮ ଲକ୍ଷ ୪୪ ହଜାର ୬୭୩ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଲକ୍ଷ ୮୦ ହଜାର ୧୪୮ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତର କମ୍ ରହିଛି ।

ଏହା ବି ପଢ଼ନ୍ତୁ:-ଦେଶକୁ ପୁଣି ଥରେ ରାସ୍ତା ଦେଖାଇଲା ଗୁଜୁରାଟ! ହାଇକୋର୍ଟ ଲାଇଭ ଷ୍ଟ୍ରିମିଂ ସିଷ୍ଟମକୁ ଆପଣାଇଲେ ଅନ୍ୟ ରାଜ୍ୟର ଉଚ୍ଚ ନ୍ୟାୟାଳୟ

ଏହା ବି ପଢ଼ନ୍ତୁ:-ଋଷରେ ତାଣ୍ଡବ କରୁଛି କୋରୋନା, ଦିନକରେ ରେକର୍ଡ ମୃତ୍ୟୁ; ସାରା ଦୁନିଆରେ ପୁଣି ବଢିବାକୁ ଲାଗିଛି କୋଭିଡ-19 ସଙ୍କଟ

ଏହା ବି ପଢ଼ନ୍ତୁ:-ବୋର୍ଡ ପରୀକ୍ଷାକୁ ନେଇ CBSE ର ବଡ଼ ଘୋଷଣା, ପରୀକ୍ଷା ପ୍ୟାଟର୍ନରେ ହେଲା ଏହି ପରିବର୍ତ୍ତନ

ଏହା ବି ପଢ଼ନ୍ତୁ:-ସାଧାରଣ ଜନତାଙ୍କୁ ଝଟକା, ପୁଣି ବଢ଼ିଲା ପେଟ୍ରୋଲ-ଡିଜେଲ ଦର, ଜାଣନ୍ତୁ କ'ଣ ରହିଛି ଆଜି ରେଟ୍