ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି ।
Trending Photos
ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ଭୂତାଣୁ ମାମଲାରେ ହ୍ରାସ ରେକର୍ଡ କରାଯାଉଛି । ବୁଧବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୩ ହଜାର ୪୫୧ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୮୫ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୪,୦୨୧ ସଂକ୍ରମିତ ସୁସ୍ଥ ହୋଇଛନ୍ତି ।
ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ମଙ୍ଗଳବାର ୭,୧୬୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୪୯ ଲକ୍ଷ ୧୯ ହଜାର ୯୫୨କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୯ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୯,୩୫୫ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬,୯୬୦ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଯାହା ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୪୮,୨୪,୭୪୫ କୋରୋନା ସଂକ୍ରମିତ ସୁସ୍ଥ ହୋଇସାରିଛନ୍ତି । ରାଜ୍ୟରେ ବର୍ତ୍ତମାନ ସମୟରେ ୭୪,୪୫୬ କୋରୋନାର ସକ୍ରିୟ ମାମଲା ରହିଛି ।
ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୨ ଲକ୍ଷ ୧୫ ହଜାର ୬୫୩ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୩୫ ଲକ୍ଷ ୯୭ ହଜାର ୩୩୯ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୧ ଲକ୍ଷ ୬୨ ହଜାର ୬୬୧ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୫୫ ହଜାର ୬୫୩ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ଅକ୍ଟୋବର ୨୪ ପର୍ଯ୍ୟନ୍ତ ସାରା ଦେଶରେ ୧୦୩ କୋଟି ୫୩ ଲକ୍ଷ ୨୫ ହଜାର ୫୭୭ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୫ ଲକ୍ଷ ୮୯ ହଜାର ୧୨୪ କୋରୋନା ଟିକାର ଡୋଜ୍ ଲଗାଯାଇଛି ।
ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୩ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୮ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୦.୫୧ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଦ୍ୱାଦଶ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।
ଏହା ବି ପଢ଼ନ୍ତୁ:-T20 World Cup: ଭାରତର କାର୍ଯ୍ୟକୁ ସହଜ କଲା ପାକିସ୍ତାନ, ନ୍ୟୁଜିଲ୍ୟାଣ୍ଡର ପରାଜୟରୁ ହେଲା ଏହି ବଡ଼ ଲାଭ
ଏହା ବି ପଢ଼ନ୍ତୁ:-ଆର୍ୟନ ଖାନ ଡ୍ରଗ୍ସ ମାମଲାରେ ଶାହାରୁଖଙ୍କ ଲୋକପ୍ରିୟତା କମିଛି ନା ବଢ଼ିଛି? ଜାଣନ୍ତୁ କ'ଣ କହୁଛି ନୂଆ ରିପୋର୍ଟ
ଏହା ବି ପଢ଼ନ୍ତୁ:-ପ୍ରତିଦିନ ନୂଆ ରେକର୍ଡ ସୃଷ୍ଟି କରୁଛି ପେଟ୍ରୋଲ-ଡିଜେଲର ଦାମ୍, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ଆଜିର ରେଟ୍
ଏହା ବି ପଢ଼ନ୍ତୁ:-କୋରୋନାରୁ ରକ୍ଷା କରେ ଭିଟାମିନ ସି: କେବଳ ଏହି ଖଟା ଫଳକୁ କରନ୍ତୁ ସେବନ, ଖାଇବାକୁ ପଡ଼ିବନି ଔଷଧ!