ପୁଣି କୋରୋନା ମାମଲାରେ ବୃଦ୍ଧି; ଦିନକରେ ଚିହ୍ନଟ ହେଲେ ଏତିକି ସଂକ୍ରମିତ, ଆଖି ବୁଜିଲେ ୭୩୩ ସଂକ୍ରମିତ
Advertisement
Article Detail0/zeeodisha/odisha1016358

ପୁଣି କୋରୋନା ମାମଲାରେ ବୃଦ୍ଧି; ଦିନକରେ ଚିହ୍ନଟ ହେଲେ ଏତିକି ସଂକ୍ରମିତ, ଆଖି ବୁଜିଲେ ୭୩୩ ସଂକ୍ରମିତ

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । 

ପୁଣି କୋରୋନା ମାମଲାରେ ବୃଦ୍ଧି; ଦିନକରେ ଚିହ୍ନଟ ହେଲେ ଏତିକି ସଂକ୍ରମିତ, ଆଖି ବୁଜିଲେ ୭୩୩ ସଂକ୍ରମିତ

ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ଭୂତାଣୁ ମାମଲାରେ ପୁଣି ବୃଦ୍ଧି ରେକର୍ଡ କରାଯାଉଛି । ଏହାସହ ମୃତ୍ୟୁ ମାମଲାରେ ମଧ୍ୟ ବୃଦ୍ଧି ଦେଖାଦେଇଛି । ଗୁରୁବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୬ ହଜାର ୧୫୬ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୩୩ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । 

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ମଙ୍ଗଳବାର ୭୯,୪୪୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୪୯ ଲକ୍ଷ ୨୯ ହଜାର ୩୯୭କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୨୨ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୯,୯୭୭ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । 

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୨ ଲକ୍ଷ ୩୧ ହଜାର ୮୦୯ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୩୬ ଲକ୍ଷ ୧୪ ହଜାର ୪୩୪ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୧ ଲକ୍ଷ ୬୦ ହଜାର ୯୮୯ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୫୬ ହଜାର ୩୮୬ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ଅକ୍ଟୋବର ୨୭ ପର୍ଯ୍ୟନ୍ତ ସାରା ଦେଶରେ ୧୦୪ କୋଟି ୪ ଲକ୍ଷ ୯୯ ହଜାର ୮୭୩ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୯ ଲକ୍ଷ ୯ ହଜାର ୨୫୪ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୬୦ କୋଟି ୪୪ ଲକ୍ଷ ୯୮ ହଜାର ୪୦୫ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୨ ଲକ୍ଷ ୯୦ ହଜାର ୯୦୦ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତର କମ୍ ରହିଛି ।

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୩ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୮ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୦.୫୧ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଦ୍ୱାଦଶ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।

ଏହା ବି ପଢ଼ନ୍ତୁ:-ଆର୍ୟନ ଖାନ ମାମଲାରେ ସାକ୍ଷୀ କେ.ପି ଗୋସାଭି ଗିରଫ

ଏହା ବି ପଢ଼ନ୍ତୁ:-ଜାରି ହେଲା ଆଜିର ଡିଜେଲ-ପେଟ୍ରୋଲର ଦାମ୍, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

ଏହା ବି ପଢ଼ନ୍ତୁ:-ଶରୀରର ଏହି ଅଙ୍ଗରେ ଝିଟିପିଟି ପଡିଲେ ଦେଇଥାଏ ଧନ ଲାଭର ସଙ୍କେତ

ଏହା ବି ପଢ଼ନ୍ତୁ:-ମହଙ୍ଗା ପେଟ୍ରୋଲ ଓ ଡିଜେଲରୁ ମିଳିବ ମୁକ୍ତି, ଯଦି ମୋଦି ସରକାର ମାନି ନେବେ ଗଡକରୀଙ୍କ ଏହି କଥା

ଏହା ବି ପଢ଼ନ୍ତୁ:-ଆର୍ୟନଙ୍କୁ କାହିଁକି ମିଳୁନି ଜାମିନ? କେନ୍ଦ୍ର ମନ୍ତ୍ରୀ କହିଲେ ଏହାର କାରଣ, କ୍ରୁଜ ଡ୍ରଗ୍ସ ମାମଲାରେ ଦେଲେ ବଡ଼ ବୟାନ